କଫ ସିରପ ମୃତ୍ୟୁ ନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ କଠୋର, ସବୁ ଦେଶଙ୍କ ପାଇଁ ସତର୍କ ସୂଚନା ଜାରି…

ଜେନେଭା,୨୪।୧ : ଅପମିଶ୍ରିତ ଔଷଧ ବିରୋଧରେ ତୁରନ୍ତ ଏବଂ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ନିବେଦନ କରିଛି। ସାମ୍ପ୍ରତିକ ସମୟରେ କଫ ସିରପ ଯୋଗୁଁ ଅନେକ ପିଲାଙ୍କର ମୃତ୍ୟୁ ଘଟିଛି। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଏକ ବିବୃତ୍ତି ଜାରି କରି କହିଛି ଯେ ଇଣ୍ଡୋନେସିଆ, ଉଜବେକିସ୍ତାନ, ଜାମ୍ବିଆରେ ପାଞ୍ଚ ବର୍ଷରୁ କମ ୩୦୦ରୁ ଅଧିକ ପିଲାଙ୍କର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁର କାରଣ ହେଉଛି କିଡନୀ ବିଫଳତା । ଏହା ଅପମିଶ୍ରିତ ଔଷଧ ଯୋଗୁ ହୋଇଥିଲା। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ଯେ କେତେକ କଫ ସିରପରେ ଉଚ୍ଚସ୍ତରର ଡାଇଥାଇଲନ ଗ୍ଲାଇକଲ ଏବଂ ଇଥିଲିନ ଗ୍ଲାଇକଲ ଥିବା ଦେଖିବାକୁ ମିଳିଛି। ଯାହା ପିଲାମାନଙ୍କ କିଡନୀକୁ କ୍ଷତି ଘଟାଇଥିବାର ଦେଖାଯାଇଛି।

ଡାଇଥାଇଲନ ଗ୍ଲାଇକଲ ଏବଂ ଇଥାଇଲନ ଗ୍ଲାଇକଲ ବିଷାକ୍ତ ରାସାୟନିକ ପଦାର୍ଥ, ଯାହା ବହୁତ କମ ପରିମାଣରେ ମଧ୍ୟ ସାଂଘାତିକ ପ୍ରମାଣିତ ହୋଇପାରେ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ଯେ ଏହି ଉପାଦାନଗୁଡ଼ିକ କେବେବି ଔଷଧରେ ରହିବା ଉଚିତ ନୁହେଁ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏହାର ୧୯୪ ସଦସ୍ୟ ଦେଶଙ୍କୁ ନିଜ ଏଭଳି ଔଷଧ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିବେଦନ କରିଛି, ଯାହା ଦ୍ୱାରା ଅଧିକ ମୃତ୍ୟୁକୁ ରୋକାଯାଇପାରିବ।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ଯେ ବିଷାକ୍ତ ଉପାଦାନ ଥିବା ଏବଂ ମୃତ୍ୟୁର କାରଣ ହୋଇପାରେ ବୋଲି ନିଜ ନିଜ ବଜାରରୁ ଏହିପରି ଔଷଧର ପ୍ରଚାର ବନ୍ଦ କରନ୍ତୁ। ବଜାରରେ ଉପଲବ୍ଧ ସମସ୍ତ ଡାକ୍ତରୀ ଦ୍ରବ୍ୟ ଏକ ଦକ୍ଷ କର୍ତ୍ତୃପକ୍ଷଙ୍କ ଦ୍ୱାରା ଅନୁମୋଦିତ ହେବା ଆବଶ୍ୟକ ଏବଂ ଏହାର ଏକ ପ୍ରାଧିକୃତ ଲାଇସେନ୍ସ ମଧ୍ୟ ରହିବା ଆବଶ୍ୟକ।
ଡାକ୍ତରୀ ଦ୍ରବ୍ୟର ବଜାର ନୀରିକ୍ଷଣକୁ ସହଜ କରାଯିବା ଉଚିତ। ଷ୍ଟାଣ୍ଡାର୍ଡ ଔଷଧର ଉତ୍ପାଦକ ଏବଂ ବିତରକଙ୍କ ସହ ମୁକାବିଲା କରିବା ପାଇଁ ଦେଶଗୁଡ଼ିକରେ ପର୍ଯ୍ୟାପ୍ତ ନିୟମ ରହିବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଟ୍ରମ୍ପଙ୍କ ସାପ୍ତାହିକ ଛୁଟି ବାତିଲ, ଜାଣନ୍ତୁ ପୂରା ମାମଲା…

ଓ୍ବାଶିଂଟନ,୪ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ଓ୍ବିକ୍‌ଲି ଅଫ୍‌ ବା ସାପ୍ତାହିକ ଛୁଟି ବାତିଲ କରିଛନ୍ତି। ହ୍ବାଇଟ୍‌ ହାଉସରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରମ୍ପ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri