ମଙ୍କିପକ୍ସ, ୨୩ ଦେଶରେ ୨୫୭ ଆକ୍ରାନ୍ତ, ଚିନ୍ତା ପ୍ରକଟ କଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

ଜେନେଭା, ୩୦।୫ : ମଙ୍କିପକ୍ସ ସଂକ୍ରମଣ ପୃଥିତ୍ବୀର ବିଭିନନ ଦେଶରେ ବଢ଼ିବାରେ ଲାଗିଛି। ଏନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ଇତିମଧ୍ୟରେ ୨୩ଟି ଦେଶରେ ମଙ୍କିପକ୍ସର ୨୫୭ ମାମଲା ନିଶ୍ଚିତ ହୋଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି। ଏଥିସହ ୧୨୦ ଟି ସନ୍ଦିଗ୍ଧ ମାମଲାର ଖବର ସାମ୍ନାକୁ ଆସିଛି। ଆମେରିକାର ରୋଗ ନିୟନ୍ତ୍ରଣ ଏବଂ ନିରାକରଣ କେନ୍ଦ୍ର ପକ୍ଷରୁ ଆଠଟି ରାଜ୍ୟରେ ୧୨ ଟି ମାମଲା ରିପୋର୍ଟ କରାଯାଇଛି।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅନୁସାରେ ପାଞ୍ଚଟି ଆଫ୍ରିକୀୟ ଦେଶରେ ମଙ୍କିପକ୍ସର ୧୩୬୫ଟି ମାମଲା ପଞ୍ଜିକୃତ ହୋଇଛି। ଏଥିରେ ୬୯ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଡିସେମ୍ବରରୁ ମେ ମଧ୍ୟରେ ବିଭିନ୍ନ ଦେଶରେ ଏହି ମାମଲା ଦେଖିବାକୁ ମିଳିଛି।

୨୩ ଟି ଦେଶରେ ଏପର୍ଯ୍ୟନ୍ତ ଏଥିଯୋଗୁ କୌଣସି ମୃତ୍ୟୁ ହୋଇନାହିଁ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ଯେ ପଶ୍ଚିମ ଆଫ୍ରିକାରେ ମଙ୍କିପକ୍ସ ଥିବା ଲୋକଙ୍କ ମୃତ୍ୟୁ ଅଳ୍ପ ବୟସ କିମ୍ବା ଏଚଆଇଭି ସଂକ୍ରମଣ ଯୋଗୁ ଘଟିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ଯେ ପ୍ରଥମ ଥର ଯେ ପଶ୍ଚିମ ଏବଂ ମଧ୍ୟ ଆଫ୍ରିକା ପରି ଭିନ୍ନ ଭୌଗୋଳିକ ଅଞ୍ଚଳରେ ମଙ୍କିପକ୍ସର ମାମଲା ବ୍ୟାପୁଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏନେଇ ସତର୍କ ରହିବାକୁ ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri