ମଙ୍କିପକ୍ସ, ୨୩ ଦେଶରେ ୨୫୭ ଆକ୍ରାନ୍ତ, ଚିନ୍ତା ପ୍ରକଟ କଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

ଜେନେଭା, ୩୦।୫ : ମଙ୍କିପକ୍ସ ସଂକ୍ରମଣ ପୃଥିତ୍ବୀର ବିଭିନନ ଦେଶରେ ବଢ଼ିବାରେ ଲାଗିଛି। ଏନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ଇତିମଧ୍ୟରେ ୨୩ଟି ଦେଶରେ ମଙ୍କିପକ୍ସର ୨୫୭ ମାମଲା ନିଶ୍ଚିତ ହୋଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି। ଏଥିସହ ୧୨୦ ଟି ସନ୍ଦିଗ୍ଧ ମାମଲାର ଖବର ସାମ୍ନାକୁ ଆସିଛି। ଆମେରିକାର ରୋଗ ନିୟନ୍ତ୍ରଣ ଏବଂ ନିରାକରଣ କେନ୍ଦ୍ର ପକ୍ଷରୁ ଆଠଟି ରାଜ୍ୟରେ ୧୨ ଟି ମାମଲା ରିପୋର୍ଟ କରାଯାଇଛି।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅନୁସାରେ ପାଞ୍ଚଟି ଆଫ୍ରିକୀୟ ଦେଶରେ ମଙ୍କିପକ୍ସର ୧୩୬୫ଟି ମାମଲା ପଞ୍ଜିକୃତ ହୋଇଛି। ଏଥିରେ ୬୯ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଡିସେମ୍ବରରୁ ମେ ମଧ୍ୟରେ ବିଭିନ୍ନ ଦେଶରେ ଏହି ମାମଲା ଦେଖିବାକୁ ମିଳିଛି।

୨୩ ଟି ଦେଶରେ ଏପର୍ଯ୍ୟନ୍ତ ଏଥିଯୋଗୁ କୌଣସି ମୃତ୍ୟୁ ହୋଇନାହିଁ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ଯେ ପଶ୍ଚିମ ଆଫ୍ରିକାରେ ମଙ୍କିପକ୍ସ ଥିବା ଲୋକଙ୍କ ମୃତ୍ୟୁ ଅଳ୍ପ ବୟସ କିମ୍ବା ଏଚଆଇଭି ସଂକ୍ରମଣ ଯୋଗୁ ଘଟିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ଯେ ପ୍ରଥମ ଥର ଯେ ପଶ୍ଚିମ ଏବଂ ମଧ୍ୟ ଆଫ୍ରିକା ପରି ଭିନ୍ନ ଭୌଗୋଳିକ ଅଞ୍ଚଳରେ ମଙ୍କିପକ୍ସର ମାମଲା ବ୍ୟାପୁଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏନେଇ ସତର୍କ ରହିବାକୁ ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନବିକ୍ରି ସମସ୍ୟା ଅସମାହିତ: କଟ୍‌ନୀଛଟ୍‌ନୀକୁ ସରକାରୀ ମୋହର

ବରଗଡ଼/ଅତାବିରା/ ଗୋଡ଼ଭଗା/, ୧୦।୧୨(ପ୍ରେମାନନ୍ଦ ଖମାରୀ/ ଯୁଧିଷ୍ଠିର ମହାପାତ୍ର/ ସୁରେଶ ଦାଶ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ମଙ୍ଗଳବାର ୧୨ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ...

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri