ବିଶ୍ୱର ସର୍ବୋଚ୍ଚ ରେଲଓ୍ବେ ବ୍ରିଜ୍‌, ଆଇଫେଲ୍‌ ଟାଓ୍ବାରଠାରୁ ବି ଅଧିକ ଉଚ୍ଚ

ଶ୍ରୀନଗର,୧୪।୩: ଭାରତର ଜମ୍ମୁ-କଶ୍ମୀର ରାଜ୍ୟରେ ବିଶ୍ୱର ସବୁଠୁ ଉଚ୍ଚା ରେଲ୍‌ଓ୍ବେ ଆର୍କ ବ୍ରିଜ୍‌ (Railway Arch Bridge) ତିଆରି କରାଯାଉଛି। ଏହି ରେଲ୍‌ଓ୍ବେ ବ୍ରିଜ୍‌ ପ୍ୟାରିସର ଆଇଫେଲ୍‌ ଟାଓ୍ବାରଠାରୁ ୩୫ ମିଟର ଉଚ୍ଚ। ଏହି ବ୍ରିଜଟି ଖମ୍ବ ଉପରେ ଝୁଲି ରହିଛି। କୁତବମୀନାର ଠାରୁ ଏହାର ଉଚ୍ଚତା ଅଧିକ। କୁତବମୀନାର ୭୫ ମିଟର ହୋଇଥିବା ବେଳେ ଏହି ବ୍ରିଜର ଉଚ୍ଚତା ୧୩୧ ମିଟର। ଏହାର ଲମ୍ବ ୧୩୧୫ ମିଟର। ନଦୀଠାରୁ ୩୫୯ ମିଟର ଉଚ୍ଚରେ ଏହା ରହିଛି।

ଏଥିରେ ରୋପ୍‌ ଲିଫ୍ଟର ସୁବିଧା ରହିବ। ସେନ୍ସର ବି ଲଗାଯିବ। ଯେଉଁଥିରେ କୌଣସି ପ୍ରକାର ଅସୁବିଧା ହେଲେ ତୁରନ୍ତ ଜଣାପଡ଼ିଯିବ।

ରେଳମନ୍ତ୍ରୀ ପୀୟୂଷ ଗୋୟଲ କିଛିଦିନ ପୂର୍ବରୁ ଟୁଇଟ୍‌ କରି ଏ ସମ୍ପର୍କରେ ସୂଚନା ଦେଇଥିଲେ। ସେ କହିଥିଲେ, ଜମ୍ମୁ-କଶ୍ମୀରର କ୍ୟାରି ଅଞ୍ଚଳରେ ନିର୍ମାଣ କରାଯାଉଥିବା ବିଶ୍ୱର ସବୁଠୁ ଉଚ୍ଚ ରେଳ ବ୍ରିଜ। ଏହାର ନିର୍ମାଣ କୋଙ୍କଣ ରେଲଓ୍ବେ କର୍ପୋରେଶନ ଲିମିଟେଡ ଦ୍ୱାରା କରାଯାଉଛି। ଏହି ବ୍ରିଜ ଦ୍ୱାରା ଉଦମପୁର-ଶ୍ରୀନଗର-ବାରାମୂଳା ବ୍ୟତୀତ ଦେଶର ଅନ୍ୟ ରାଜ୍ୟଗୁଡ଼ିକୁ ମଧ୍ୟ ଯୋଡ଼ାଯାଇପାରିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri