ବିଓବି କଟକ କ୍ଷେତ୍ର ପକ୍ଷରୁ ବିଶ୍ୱ ହିନ୍ଦୀ ଦିବସ

କଟକ,୧୨।୧: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ର କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ବିଶ୍ୱ ହିନ୍ଦୀ ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଓବି ପକ୍ଷରୁ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମର ଆରମ୍ଭରେ ରାଜଭାଷା ଅଧିକାରୀ ବିଶ୍ୱ ହିନ୍ଦୀ ଦିବସର ଇତିହାସକୁ ମନେପକାଇବା ସହ ପ୍ରଧାନମନ୍ତ୍ରୀଙ୍କ ସଚିବାଳୟରୁ ହିନ୍ଦୀ ଦିବସର ସନ୍ଦେଶ ସମ୍ପର୍କରେ ଉପସ୍ଥିତ କର୍ମଚାରୀମାନଙ୍କୁ ଅବଗତ କରାଇଥିଲେ। ସେହିଭଳି କ୍ଷେତ୍ରୀୟ ମୁଖ୍ୟ ରଞ୍ଜିତ କୁମାର ବିଶ୍ୱସ୍ତରୀୟ ହିନ୍ଦୀର ମହତ୍ତ୍ୱ ଓ ଉପଯୋଗିତା ଉପରେ ବିସ୍ତୃତ ଆଲୋକପାତ କରିବା ସହ ନିଜ ଦୈନନ୍ଦିନ ଜୀବନରେ ସମସ୍ତେ ହିନ୍ଦୀ ଭାଷାର ବ୍ୟବହାର କରିବା ପାଇଁ ସେ ସମସ୍ତଙ୍କୁ ଅନୁରୋଧ କରିଥିଲେ।

ସେହିପରି ଉପ-କ୍ଷେତ୍ରୀୟ ମୁଖ୍ୟ ନିର୍ବିକାର ରଥ ହିନ୍ଦୀ ଭାଷାର ପ୍ରୟୋଗ ବଢ଼ାଇବା ପାଇଁ ମହତ୍ତ୍ୱପୂର୍ଣ୍ଣ ପରାମର୍ଶ ଦେଇଥିଲେ। ଅପରପକ୍ଷରେ କ୍ଷେତ୍ରୀୟ କାର୍ଯ୍ୟାଳୟର କର୍ମଚାରୀମାନଙ୍କ ନିମନ୍ତେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଯଥା ହିନ୍ଦୀ ଆଶୁ ଭାଷଣ, କବିତା ପଠନ ଏବଂ ସଂଗୀତ ଗାନ ଆଦି ଆୟୋଜନ ସହ ବିଜୟୀ ପ୍ରତିଯୋଗୀମାନଙ୍କୁ ମଧ୍ୟ କାର୍ଯ୍ୟପାଳକଙ୍କ ଦ୍ୱାରା ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ସୂଚନାଯୋଗ୍ୟ , ରାଜଭାଷା ଅଧିକାରୀ ମନୀଷା ଯାଦବ ଏ ସମ୍ପର୍କରେ ବିସ୍ତୃତ ସୂଚନା ଦେଇ କହିଛନ୍ତି, ବ୍ୟାଙ୍କର କଟକ କ୍ଷେତ୍ର ଦ୍ୱାରା ଶାଖା କର୍ମଚାରୀମାନଙ୍କ ପାଇଁ ସ୍ବତନ୍ତ୍ର ହିନ୍ଦୀ ଲେଖନ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଏଥିରେ ସେମାନଙ୍କ ସୃଜନଶୀଳତାର ପରିଚୟ ମଧ୍ୟ ମିଳିପାରିଥିଲା। ବିଶେଷକରି କେଉଁଝର ମୁଖ୍ୟ ଶାଖା ଦ୍ୱାରା ସ୍ଥାନୀୟ ନିର୍ମଳା କନ୍‌ଭେଣ୍ଟ ସ୍କୁଲର ବିଦ୍ୟାର୍ଥୀମାନଙ୍କ ପାଇଁ ଚିତ୍ରକଳା ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ୯୨ଜଣ ବିଦ୍ୟାର୍ଥୀ ଏଥିରେ ଭାଗ ନେଇଥିଲେ। ପରିଶେଷରେ ବିଓବିର ଅଗ୍ରିମ ବିଭାଗର ମୁଖ୍ୟ ବିଷ୍ଣୁପ୍ରସାଦ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri