ବିଶ୍ୱ ଘରଚଟିଆ ଦିବସ: ସୁରକ୍ଷା ପାଇଁ ସଚେତନ କଲେ ପରିବେଶବିତ୍‌

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଘରଚଟିଆ ଏବେ ବିଲୁପ୍ତ ହେବାକୁ ବସିଲାଣି। ତେଣୁ ଏହି କ୍ଷୁଦ୍ର ପକ୍ଷୀଟିକୁ ସୁରକ୍ଷା ଦେବା ଲାଗି ପ୍ରତିବର୍ଷ ମାର୍ଚ୍ଚ ୨୦ ତାରିଖକୁ ବିଶ୍ୱ ଘରଚଟିଆ ଦିବସ ରୂପେ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଜନସଚେତନତା ଉଦ୍ଦେଶ୍ୟରେ ଭୁବନେଶ୍ୱର ପୋଖରୀପୁଟ ଅଞ୍ଚଳରେ ରହୁଥିବା ପରିବେଶବିତ୍‌ ସୁଶାନ୍ତ ସାହୁ ଏକ ନିଆରା ବାର୍ତ୍ତା ପ୍ରଦାନ କରିଛନ୍ତି। କାଗଜ, ଅଠା ଓ ଅନ୍ୟାନ୍ୟ ସାମଗ୍ରୀକୁ ବ୍ୟବହାର କରି ଏକ ସୁନ୍ଦର ଆକର୍ଷଣୀୟ ଚାଳ ଛପର ଘର ତିଆରି କରିଛନ୍ତି। ଘର ଚାରିପାଖ ଘୂରି ବୁଲୁଛନ୍ତି ପ୍ରକୃତିର ଅନବଦ୍ୟ ସୃଷ୍ଟି ଏହି ଘରଚଟିଆ, ଯାହା ସେମାନଙ୍କର ଅତି ପ୍ରିୟ ବାସସ୍ଥାନ। ଏହି କ୍ଷୁଦ୍ର ପକ୍ଷୀର ବଂଶକୁ ବଞ୍ଚାଇବା ଲାଗି କୃତ୍ରିମ ଘରର ବ୍ୟବସ୍ଥାନ ସହ ଖାଦ୍ୟ ନିତାନ୍ତ ଜରୁରୀ ବୋଲି ସାହୁ ଏହା ମାଧ୍ୟମରେ ଦର୍ଶାଇବାକୁ ପ୍ରୟାସ କରିଛନ୍ତି। ଏ ସମ୍ପର୍କରେ ସୁଶାନ୍ତ କୁହନ୍ତି, ଦିନ ଥିଲା ଘରଚଟିଆର କିଚିରି ମିଚିରି ଶବ୍ଦରେ ନିଦ ଭାଙ୍ଗି ଯାଉଥିଲା। କିନ୍ତୁ ଏବେ ଆଉ ସେସବୁ ଶୁଭୁନାହିଁ। ଚାଳଛପର ଘର ଓ ସୁରକ୍ଷିତ ଜଙ୍ଗଲର ଅଭାବ ପାଇଁ ଏହି ଘରଚଟିଆ ବଂଶ ହ୍ରାସ ପାଉଛି। ଏଥିସହିତ ଜଳବାୟୁ ପରିବର୍ତ୍ତନ, କଂକ୍ରିଟ୍‌ ଘର ନିର୍ମାଣ ଏହି ପକ୍ଷୀ ବିଲୁପ୍ତର ଅନ୍ୟତମ କାରଣ ବୋଲି ସେ କହିଛନ୍ତି। ଘରଚଟିଆର ସୁରକ୍ଷା ପାଇଁ ପ୍ରତିଟି ସ୍ତରରେ ସମ୍ମିଳିତ ଉଦ୍ୟମ ଏକାନ୍ତ ଲୋଡ଼ା। ଏଥିପାଇଁ ପ୍ରତ୍ୟକ ମଣିଷ ଘରଚଟିଆ ପାଇଁ ସଂକଳ୍ପବଦ୍ଧ ଓ ଯତ୍ନବାନ୍‌ ହୋଇ କାର୍ଯ୍ୟ କରିବାକୁ ସୁଶାନ୍ତ ଏହି ଦିବସରେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri