ବିମାନ ବାତିଲ, ଆଲର୍ଟରେ ସାଉଦି-ୟୁଏଇ… କ’ଣ କରିବାକୁ ଯାଉଛି ଇରାନ?

ତେେହେରାନ,୧୧।୪: ଏପ୍ରିଲ ଆରମ୍ଭରେ ଇସ୍ରାଏଲ ପକ୍ଷରୁ ସିରିଆରେ ଥିବା ଇରାନର ଦୂତାବାସ ଉପରେ ଏୟାରଷ୍ଟ୍ରାଇକ୍‌ କରାଯାଇଥିଲା। ଏଥିରେ ୨ ଇରାନ କମାଣ୍ଡୋ ଏବଂ ଅନ୍ୟ ୭ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହା ପରେ ଇରାନ ଇସ୍ରାଏଲଠାରୁ ପ୍ରତିଶୋଧ ନେବ ବୋଲି କହିଥିଲା। ଏହି ଚେତାବନୀ ପରେ ଅନେକ ଦେଶ ଇରାନର ଆକ୍ରମଣକୁ ଭୟ କରୁଛନ୍ତି। ଆକ୍ରମଣକୁ ଧ୍ୟାନରେ ରଖି ଜର୍ମାନ ଏୟାରଲାଇନ୍ସ ତେହେରାନକୁ ନିଜର ସମସ୍ତ ବିମାନ ଉଡାଣ ବାତିଲ କରିଛି।

ଇସ୍ରାଏଲର ଆକ୍ରମଣର ପ୍ରତିଶୋଧ ନେବା ନେଇ ଇରାନ କହିବା ପରେ ମଧ୍ୟ ପୂର୍ବର ସମସ୍ତ ଦେଶରେ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ଜର୍ମାନୀର ଲୁଫଥାନ୍ସ ଏୟାରଲାଇନ୍ସ ତେହେରାନରୁ ଆସୁଥିବା ଏବଂ ଯାଉଥିବା ସମସ୍ତ ବିମାନକୁ ବାତିଲ କରିଦେଇଛି। ଏୟାରଲାଇନ୍ସ କହିଛି ଯେ କମ୍ପାନୀପାଇଁ ଯାତ୍ରୀ ଏବଂ ଏହାର କର୍ମଚାରୀଙ୍କ ସୁରକ୍ଷା ପ୍ରଥମେ ଆସିଥାଏ, ଏଥିପାଇଁ ଏପ୍ରିଲ ୬ ରୁ ୧୧ ଏପ୍ରିଲ ପର୍ଯ୍ୟନ୍ତ ସମସ୍ତ ବିମାନ ବାତିଲ କରାଯାଇଛି।

ମଧ୍ୟ ପୂର୍ବର ଦେଶ ବ୍ୟତୀତ ଇରାନ ଆକ୍ରମଣ ପାଇଁ ଆମେରିକାରେ ମଧ୍ୟ ହାଇ ଆଲର୍ଟ ଜାରି କରାଯାଇଛି । ଇରାନ ଆକ୍ରମଣ ବିରୁଦ୍ଧରେ ଲଢ଼ିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଲୁଫଥାନ୍ସ ଏୟାରଲାଇନ୍ସ କହିଛି ଯେ ମଧ୍ୟ ପୂର୍ବର ସ୍ଥିତି ଉପରେ ନିରନ୍ତର ନଜର ରଖାଯାଇଛି ଏବଂ ସେଠାରେ ଥିବା ଅଧିକାରୀଙ୍କ ସହ ଯୋଗାଯୋଗ କରାଯାଉଛି।

ସୂଚନାଯୋଗ୍ୟ, ଏପ୍ରିଲ ପହିଲାରେ, ଇସ୍ରାଏଲ ସିରିଆର ରାଜଧାନୀ ଦମ୍ମେସକରେ ଥିବା ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ କରିଥିଲା, ଯେଉଁଥିରେ ୧୪ ଜଣଙ୍କର ମୃତ୍ୟୁ ଘଟିଥିଲା। ସେଥିମଧ୍ୟରୁ ୭ ଜଣ ସାଧାରଣ ନାଗରିକ ଏବଂ ୨ ଜଣ ଇରାନ କମାଣ୍ଡର ଥିଲେ। ଇସ୍ରାଏଲଠାରୁ ପ୍ରତିଶୋଧ ନେବାକୁ ପଡିବ ଏବଂ ପ୍ରତିଶୋଧ ନିଆଯିବ। ତେବେ ପ୍ରତିଶୋଧ ନେବା ପାଇଁ ଅପରେସନ କେବେ ଏବଂ କିପରି କରାଯିବ ସେନେଇ ଇରାନ ସ୍ଥିର କରିବ ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପୁର ନା ନନ୍ଦୀଗ୍ରାମ, କେଉଁ ଆସନ ଛାଡ଼ିବେ ଶୁଭେନ୍ଦୁ ଅଧିକାରୀ, ମୁଖ୍ୟମନ୍ତ୍ରୀ ରେସ୍‌ରେ ଅଛନ୍ତି…

କୋଲକାତା,୮ା୫: ପଶ୍ଚିମବଙ୍ଗ ନିର୍ବାଚନରେ ବିପୁଳ ବିଜୟ ପରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

କରଣଙ୍କ ଚମତ୍କାର ଡେବ୍ୟୁ: ଏମିତି ଡ୍ରେସ୍‌ ପିନ୍ଧିଲେ ଚାହିଁ ରହିଗଲେ ସମସ୍ତେ

ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା କରଣ ଜୋହର ୨୦୨୬ ମେଟ ଗାଲାରେ ଏକ ଚମତ୍କାର ଡେବ୍ୟୁ କରିଥିଲେ। ଏହି ବିଶେଷ ଅବସର ପାଇଁ ସେ ପ୍ରଖ୍ୟାତ ଚିତ୍ରକର ରାଜା…

ସୁଧୁରି ଯାଅ, ନଚେତ୍‌ କାଶୀରୁ ଇସଲାମାବାଦ ପର୍ଯ୍ୟନ୍ତ… ଚର୍ଚ୍ଚାରେ ରାଘବଙ୍କ ଏହି ଚେତାବନୀ

ନୂଆଦିଲ୍ଲୀ,୮ା୫: ଆମ୍‌ ଆଦ୍‌ମୀ ପାର୍ଟି (AAP) ଛାଡ଼ି ଭାଜପାରେ ଯୋଗ ଦେଇଥିବା ରାଜ୍ୟ ସଭା ଏମ୍‌ପି ରାଘବ ଚଢ଼ା ‘ଅପରେଶନ ସିନ୍ଦୂର’ର ପ୍ରଥମ ବାର୍ଷିକୀରେ ତାଙ୍କ ଇନ୍‌ଷ୍ଟାଗ୍ରାମ…

ଆସିଲା ବଡ଼ ଅପଡେଟ୍, କେରଳ ପାଇଁ କଂଗ୍ରେସର ମୁଖ୍ୟମନ୍ତ୍ରୀ ଚୂଡ଼ାନ୍ତ!

ଥିରୁଭାନନ୍ତପୁରମ,୮ା୫: ପାଞ୍ଚଟି ରାଜ୍ୟର ନିର୍ବାଚନ ଫଳାଫଳ ଘୋଷଣା କରାଯାଇଛି। ଆସାମ ଏବଂ ପଶ୍ଚିମବଙ୍ଗରେ ଭାଜପା ଏକ ବଡ଼ ବିଜୟ ହାସଲ କରିଥିବା ବେଳେ, କେରଳରେ କଂଗ୍ରେସ ନେତୃତ୍ୱାଧୀନ…

ଜଣାପଡିଲା କିଏ ହେବେ ମୁଖ୍ୟମନ୍ତ୍ରୀ! ପଶ୍ଚିମବଙ୍ଗରେ ପହଞ୍ଚିବା ପରେ ଶାହାଙ୍କ ଏହି ସଙ୍କେତକୁ ନେଇ ହଇଚଇ

କୋଲକାତା,୮।୫: ଆଜି ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟିର ବିଧାୟକ ଦଳ ବୈଠକ ହେବାକୁ ଯାଉଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ବଙ୍ଗଳା ପାଇଁ ଭାଜପାର ପର୍ଯ୍ୟବେକ୍ଷକ ନିଯୁକ୍ତ…

ବଲାଙ୍ଗୀରରେ ଜିତୁ ମୁଣ୍ଡା ଭଳି ଘଟଣା, ସ୍ତ୍ରୀର ମୃତ୍ୟୁ ପରେ ଟଙ୍କା ଉଠାଇ ପାରୁ ନାହାନ୍ତି ସ୍ବାମୀ

ଲାଠୋର,୮।୫(ଭୁବନେଶ୍ୱର ବାରିକ): କେନ୍ଦୁଝର ଜିଲାର ଜିତୁ ମୁଣ୍ଡା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା । ବ୍ୟାଙ୍କରୁ ଟଙ୍କା ଉଠାଣ ପାଇଁ ନିଜ ମୃତା ଭଉଣୀଙ୍କ…

ନାରୀଙ୍କୁ ସୁରକ୍ଷା, ନାରୀଙ୍କୁ ସମ୍ମାନ ଦାବିରେ ଏକାଠି ହେଲେ ଶତାଧିକ ମହିଳା, ବିରୋଧୀଙ୍କ କୁଶପୁତ୍ତଳିକା ଦାହ କରି…

ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ଶୁକ୍ରବାର ଜନଆକ୍ରୋଶ ମହିଳା ସମାବେଶ ରାଲି ପାଟଣା ମୁଖ୍ୟାଳୟ ଆନନ୍ଦେଶର ଶିବ ମନ୍ଦିରରୁ ବାହାରି ବଜାରପରିକ୍ରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri