ଜାତିସଂଘ ମୁଖ୍ୟଙ୍କ ଚେତାବନୀ: ପରମାଣୁ ମହାବିପତ୍ତିଠାରୁ ବିଶ୍ୱ ମାତ୍ର ଗୋଟିଏ ପାଦ ଦୂରରେ

ଜେନେଭା,୨ ।୮: ମିଳିତ ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ ସୋମବାର ଚେତାବନୀ ଦେଇ କହିଛନ୍ତି, ବିଶ୍ୱ ପରମାଣୁ ବିନାଶଠାରୁ ମାତ୍ର ଗୋଟିଏ ପାଦ ଦୂରରେ ରହିଛି । ପରମାଣୁ ଅସ୍ତ୍ର ବିସ୍ତାରକୁ ରୋକିବା ଏବଂ ପରମାଣୁ ମୁକ୍ତ ବିଶ୍ୱ ସୃଷ୍ଟି କରିବା ଉଦ୍ଦେଶ୍ୟରେ ୫୦ ବର୍ଷ ପୁରୁଣା ଐତିହାସିକ ଚୁକ୍ତିନାମର ସମୀକ୍ଷା ପାଇଁ ଡକାଯାଇଥିବା ଉଚ୍ଚ ସ୍ତରୀୟ ବୈଠକରେ ସେ ଏହି ମତ ରଖିଛନ୍ତି ।

ପରମାଣୁ ବିସ୍ତାର ନ କରିବା ଚୁକ୍ତିନାମାକୁ ସମୀକ୍ଷା କରିବା ପାଇଁ ମନ୍ତ୍ରୀ, ଅଧିକାରୀ ଓ କୁଟନିତିଜ୍ଞଙ୍କୁ ସେ କହିଛନ୍ତି, ଆମର ସାମୁହିକ ଶାନ୍ତି ଓ ନିରାପତ୍ତା ପାଇଁ ସଠିକ ସମୟରେ ଏହି ବୈଠକ କରାଯାଇଛି ।
ଗୁଟେରସ କହିଛନ୍ତି କିଛି ବିପର୍ଯ୍ୟୟକୁ ରୋକିବାକୁ ତଥା ମାନବିକତାକୁ ପରମାଣୁ ମୁକ୍ତ ବିଶ୍ୱ ଆଡକୁ ଏକ ନୂତନ ପଥରେ ଆଗେଇ ନେବାରେ ସାହାଯ୍ୟ କରିବାକୁ ଏହି ସମ୍ମିଳନୀ ଏକ ସୁଯୋଗ ଅଟେ ।
ଜାତିସଂଘ ମୁଖ୍ୟ ଚେତାବନୀ ଦେଇଛନ୍ତି, ଭୁ-ରାଜନୈଅତିକ ଅସ୍ତ୍ର ଏବେ ଏକ ନୂତନ ସ୍ତରରେ ପହଞ୍ଚିଛି । ପାଖାପାଖି ୧୩,୦୦୦ ପରମାଣୁ ଅସ୍ତ୍ର ସାରା ବିଶ୍ୱର ଶସ୍ତ୍ରାଗାରରେ ରହିଛି ଏବଂ ମିଥ୍ୟା ସୁରକ୍ଷା ଗ୍ରହଣ କରୁଥିବା ଦେଶମାନେ ପ୍ରଳୟଙ୍କରୀ ଅସ୍ତ୍ର ପଛରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri