ଶୁଭେଚ୍ଛା ଜଣାଇଲେ ପୁଟିନ, ମାକ୍ରୋନ୍‌: ଭାରତ-ରୁଷିଆ ସମ୍ପର୍କ ସ୍ବତନ୍ତ୍ର

ଓ୍ବାଶିଂଟନ୍‌/ପ୍ୟାରିସ୍‌,୧୫।୮: ୭୬ତମ ସ୍ବାଧୀନତା ଦିବସ ଅବସରରେ ଦେଶ ଓ ଦେଶ ବାହାରୁ ଭାରତକୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି ଅବସରରେ ସହଯୋଗର ପ୍ରତିଶ୍ରୁତି ଦେଇ ଅନେକ ବିଶ୍ୱସ୍ତରୀୟ ନେତା ଦେଶକୁ ଅଭିବାଦନ ଜଣାଇଛନ୍ତି। ଭାରତକୁ ଅଭିନନ୍ଦନ ଜଣାଇ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଦ୍ୱିପାକ୍ଷିକ ସମ୍ପର୍କ ମଜଭୁତ କରିବାକୁ ସୁନିଶ୍ଚିତ କରିଛନ୍ତି। ଗତ ୭୫ ବର୍ଷ ମଧ୍ୟରେ ଭାରତର ସଫଳତାକୁ ପ୍ରଶଂସା କରି ମାକ୍ରୋନ ତାଙ୍କ ପ୍ରିୟ ବନ୍ଧୁ ନରେନ୍ଦ୍ର ମୋଦି ଏବଂ ଭାରତବାସୀଙ୍କୁ ସ୍ବାଧୀନତା ଦିବସର ଅଭିନନ୍ଦନ ଜଣାଇଛନ୍ତି। ମୋଦିଙ୍କ ନେତୃତ୍ୱରେ ଭାରତ ଆଶ୍ଚର୍ଯ୍ୟଜନକ ସଫଳତା ହାସଲ କରିଛି। ଫ୍ରାନ୍ସ ଓ ଭାରତ ମଧ୍ୟରେ ରହିଥିବା ଦ୍ୱିପାକ୍ଷିକ ସମ୍ପର୍କ ସର୍ବଦା ଅତୁଟ ରହିବ। ଏପରିକି ଭାରତ ଫ୍ରାନ୍ସକୁ ଭରସା କରିପାରେ ବୋଲି ମାକ୍ରୋନ କହିଛନ୍ତି। ଅନ୍ୟପକ୍ଷେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଭାରତର ସ୍ବାଧୀନତା ଦିବସରେ ଭାରତୀୟ ନେତୃତ୍ୱ ଏବଂ ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଲେଖିଛନ୍ତି, ପ୍ରିୟ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ଭାରତ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ମୋର ଶୁଭେଚ୍ଛା ଗ୍ରହଣ କରନ୍ତୁ। ସ୍ବାଧୀନ ବିକାଶର ଦଶନ୍ଧିରେ ମୋଦିଙ୍କ ନେତୃତ୍ୱରେ ଭାରତ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିଛି। ଏଥିସହ ସେ କହିଛନ୍ତି, ଭାରତ ବିଶ୍ୱସ୍ତରରେ ଏକ ବଡ଼ ଖ୍ୟାତି ଅର୍ଜନ କରିବା ସହ ଅନ୍ତର୍ଜାତୀୟ ଏଜେଣ୍ଡା ଉପରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗର ସମାଧାନ କରିବାରେ ଏକ ମୁଖ୍ୟ ଭୂମିକା ଗ୍ରହଣ କରୁଛି। ରୁଷିଆ-ଭାରତ ସମ୍ପର୍କ ଏକ ସ୍ବତନ୍ତ୍ର ବୋଲି ପୁଟିନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ପ୍ରାଇଭେଟ୍ କମ୍ପାନୀରେ କେବେ ସୁଦ୍ଧା ମିଳିବା ଦରକାର ଦରମା? ଜାଣନ୍ତୁ କଣ କହୁଛି ସରକାରୀ ନିୟମ

ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରର କାମ କରିଥାନ୍ତି। କେହି ନିଜର ବ୍ୟବସାୟ କରନ୍ତି ତ କେହି ଚାକିରି କରନ୍ତି, ଯେଉଁଥିରେ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri