ସ୍ପର୍ଶ ହସ୍ପିଟାଲ ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ

ଭୁବନେଶ୍ୱର,୧।୬: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ସ୍ପର୍ଶ ଗ୍ରୁପ୍‌ ହସ୍ପିଟାଲ୍ସ ଭୁବନେଶ୍ୱର ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହସ୍ପିଟାଲ ପକ୍ଷରୁ ଏକ ସଚେତନତା ପଦଯାତ୍ରା ଶହୀଦନଗର ଏବଂ କଣ୍ଟାବାଡ଼ ସ୍ଥିତ ହସ୍ପିଟାଲ ପରିସରରେ ଆୟୋଜନ କରାଯାଇଥିଲା। ଏହି ଅବସରରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ, ବିଧାୟକ ସୁରେଶ କୁମାର ରାଉତରାୟ, ନିର୍ମଳା ଟ୍ରଷ୍ଟର ଅଧ୍ୟକ୍ଷ ନୃସିଂହ ଚରଣ ଧୀର, ସ୍ପର୍ଶ ହସ୍ପିଟାଲର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଡା. ପ୍ରିୟବ୍ରତ ଧୀର, ଉପନିର୍ଦ୍ଦେଶକ ତଥା କର୍କଟ ବିଶେଷଜ୍ଞ ପ୍ରଫେସର ଡା. ଘନଶ୍ୟାମ ବିଶ୍ୱାସ, ବରିଷ୍ଠ କର୍କଟ ଶଲ୍ୟ ଚିକିସତ୍କ ପ୍ରଫେସର ଡା. ରାଜେଶ କୁମାର ପାଢ଼ୀ ଏବଂ ଶରତ ଚନ୍ଦ୍ର ଭଞ୍ଜ ପ୍ରମୁଖ ଯୋଗଦାନ ଦେଇଥିଲେ। ଅପରପକ୍ଷରେ ଏକ ସଚେତନ ପଦଯାତ୍ରା ମାଷ୍ଟରକ୍ୟାଣ୍ଟିନ୍‌ ଛକଠାରୁ ସ୍ପର୍ଶ ହସ୍ପିଟାଲ ଏବଂ କାଟେଣି ଛକଠାରୁ ସ୍ପର୍ଶ ହସ୍ପିଟାଲ କଣ୍ଟାବାଡ଼ ପର୍ଯ୍ୟନ୍ତ ଆସିଥିଲା। ଉକ୍ତ ପଦଯାତ୍ରାରେ ସତ୍ୟନଗର ମହିଳା ସଂଗଠନ, ଆଇନା ସ୍ବେଚ୍ଛାସେବୀ ସଂଗଠନ, ଷ୍ଟିଲ୍‌ ଲାଇଟ ଓ୍ବେଲ୍‌ଫେୟାର ସୋସାଇଟି, ଟିସିଏସ୍‌,କର୍ଲଅନ, ଅନ୍‌ମୋଲ ଇଣ୍ଡଷ୍ଟ୍ରି ଏବଂ ଉଭୟ ହସ୍ପିଟାଲର କର୍ମଚାରୀ ସହିତ ଅନ୍ୟାନ୍ୟ ବ୍ୟକ୍ତିବୃନ୍ଦ ଯୋଗଦାନ କରି ଏହି ଦିବସର ଗୁରୁତ୍ୱ ଏବଂ ମାଦକଦ୍ରବ୍ୟ ପ୍ରତି ସଚେତନ ରହିବାର ବାର୍ତ୍ତାକୁ ଲୋକମାନଙ୍କ ନିକଟରେ ପହଞ୍ଚାଇଥିଲେ। ଉକ୍ତ ଜନ ସଚେତନତା ପଦଯାତ୍ରାରେ ସବୁ ବର୍ଗର ଲୋକ ସାମିଲ ହୋଇଥିଲେ। ଉଲ୍ଲେଖଯୋଗ୍ୟ ,ସ୍ପର୍ଶ ହସ୍ପିଟାଲ ଦୀର୍ଘ ୧୭ ବର୍ଷ ଧରି ଏଭଳି ଜନ ସଚେତନତା କାର୍ଯ୍ୟକ୍ରମମାନ ଆୟୋଜନ କରିଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri