Posted inରାଜ୍ୟ

ଫେବୃଆରୀ ୩ ରୁ ୫ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ, ବିପୁଳ ସଫଳତା ପାଇଁ ସମନ୍ବୟ ରକ୍ଷା କରି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨।୧: ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ସମ୍ମିଳନୀ ଆୟୋଜନ କରାଯିବା ନିମନ୍ତେ ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଏହି ସମ୍ମିଳନୀ ଯେପରି ବିପୁଳ ସଫଳତା ହାସଲ କରିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି । ଏଥିପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ଭାଷା ସମ୍ମିଳନୀ ଓଡ଼ିଆ ଅସ୍ମିତାର ପରିଚୟ ହେବ। ଶାସ୍ତ୍ରୀୟ ଭାଷା ଓଡ଼ିଆକୁ ଆହୁରି କିପରି ଲୋକପ୍ରିୟ କରାଯିବ ଏ ସମ୍ପର୍କରେ ବିଶଦ ଭାବେ ଆଲୋଚନା କରାଯିବ । ବର୍ତ୍ତମାନର ପରିବର୍ତ୍ତିତ ପରିସ୍ଥିତି ଓ ପ୍ରଯୁକ୍ତି ବିଦ୍ୟା ଯୁଗରେ ଏହି ଭାଷା ସମ୍ମିଳନୀ ଯୁବପିଢ଼ିଙ୍କୁ ଓଡ଼ିଆ ଭାଷା ପ୍ରତି ଆକର୍ଷିତ କରିବ ।

ଏହି ସମ୍ମିଳନୀରେ ଓଡ଼ିଆ ଭାଷାର ପ୍ରାଚୀନତା ଓ ଭବିଷ୍ୟତର ପ୍ରାସଙ୍ଗିକତା ଉପରେ ଅନେକ ତର୍କ ଭିତ୍ତିକ ଓ ମାର୍ମିକ ତର୍ଜମା କରାଯିବ । ଦେଶ ବିଦେଶରେ ରହୁଥିବା ଓଡ଼ିଆ ଭାଷାବିତ୍‌ ମାନେ ଯୋଗ ଦେଇ ଓଡ଼ିଆ ଭାଷାର ପ୍ରାଚୀନତା ଓ ନିରନ୍ତରତା ସମ୍ପର୍କରେ ବିଭିନ୍ନ ପର୍ଯ୍ୟାୟ ଭିତ୍ତିକ ଆଲୋଚନା କରିବେ । ଏଥିରେ ଓଡ଼ିଆ ଭାଷାର ଉତ୍ପତ୍ତି, କ୍ରମବିକାଶ ଓ ଲୋକପ୍ରିୟତା ଉପରେ ସାରଗର୍ଭକ ଆଲୋଚନାମାନ ଅନୁଷ୍ଠିତ ହେବ । ଏଥିସହ ବିଶେଷଜ୍ଞ ମାନେ ଏହି ତିନି ଦିନରେ ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ରୂପରେଖ ଉପରେ ତଥ୍ୟ ଭିତ୍ତିକ ଉପସ୍ଥାପନ କରିବେ ।

ସମ୍ମିଳନୀରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ବୁଦ୍ଧିଜୀବୀ ତଥା ସବୁ ବର୍ଗର ବ୍ୟକ୍ତିବିଶେଷ ଯୋଗଦେବେ। ଓଡ଼ିଆ ଭାଷାକୁ ଅଭିନବ ଭାବେ କିଭଳି ଶିଖି ହେବ ଏ ସମ୍ପର୍କରେ ମଧ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ ହେବ । ଏହି ସମ୍ମିଳନୀ ବିଶ୍ୱର କଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଷାଭାଷୀ ମାନଙ୍କ ନିମନ୍ତେ ଏକ ନୂତନ ଆଲୋକବର୍ତ୍ତିତା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri