Posted inଖେଳ

ସର୍ବଭାରତୀୟ ଓପନ କରାଟେ ଉଦ୍‌ଘାଟିତ

ଭୁବନେଶ୍ୱର, ୨୨।୧୨(କ୍ରୀଡ଼ା ପ୍ରତିନିଧି): ଉତ୍କଳ କରାଟେ ସ୍କୁଲ ଆନୁକୂଲ୍ୟରେ ବୁଧବାର ସର୍ବଭାରତୀୟ ଓପନ କରାଟେ ଚାମ୍ପିୟନଶିପ୍‌ ଆରମ୍ଭ ହୋଇଛି। ଉତ୍କଳ କରାଟେ ସ୍କୁଲ ପରିସରରେ ଆୟୋଜିତ ଉକ୍ତ ପ୍ରତିଯୋଗିତାରେ ଓଡ଼ିଶା, ଗୁଜରାଟ, ଝାଡ଼ଖଣ୍ଡ, ବିହାର ଆଦି ୪ ରାଜ୍ୟରୁ ୮୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ମହିଳା ଓ ପୁରୁଷ ବର୍ଗରେ ପାଖାପାଖି ୧୦୦ ବିଭାଗରେ ପ୍ରତିଯୋଗିତା ହେଉଛି। ୪ ଦିନ ବିଶିଷ୍ଟ ଏହି ପ୍ରତିଯୋଗିତା ୨୫ ତାରିଖରେ ଶେଷ ହେବ। ଅନ୍ୟ ରାଜ୍ୟର ପ୍ରତିଯୋଗୀଙ୍କ ସହ ଓଡ଼ିଶା କରାଟେକାଙ୍କର ଲଢ଼ିବା ସୁଯୋଗ ସୃଷ୍ଟି ଏହି ପ୍ରତିଯୋଗିତା ଆୟୋଜନର ମୁଖ୍ୟ ଲକ୍ଷ୍ୟ ବୋଲି ଉତ୍କଳ କରାଟେ ସ୍କୁଲ ମୁଖ୍ୟ ହରିପ୍ରସାଦ ପଟ୍ଟନାୟକ ପ୍ରକାଶ କରିଛନ୍ତି। ଏହାଦ୍ୱାରା ରାଜ୍ୟ ଖେଳାଳିଙ୍କ ଅଭିଜ୍ଞତା ବଢ଼ିବ ବୋଲି ସେ କହିଛନ୍ତି। ନିକଟରେ ଉଜବେକିସ୍ତାନରେ ଅନୁଷ୍ଠିତ ଏସୀୟ କରାଟେ ପ୍ରତିଯୋଗିତାରେ ଓଡ଼ିଶାର ଭାଲେନା ଭାଲେଣ୍ଟିନା ଓ ମଧୁପ୍ରୀୟା ବାଇ ଭାଗ ନେଇଥିଲେ। ଭାଲେନା ମହିଳା ବ୍ୟକ୍ତିଗତ କାଟାରେ ୧୦ମ ସ୍ଥାନ ଏବଂ ମଧୁପ୍ରୀୟା ଜୁନିୟର ମହିଳା କାଟାରେ ୯ମ ସ୍ଥାନରେ ରହିଥିଲେ। ତେବେ ଖୁସି ଖବର ହେଲା ରାଜୀ ସିଂ ଏସୀୟ ଜଜ୍‌ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେ କୁମିତେ ଜଜ୍‌-ବି ମାନ୍ୟତା ପାଇବା ସହ ଏସୀୟ ପ୍ରତିଯୋଗିତା ପରିଚାଳନା ଅନୁମତି ପାଇଥିଲେ। ଉତ୍କଳ କରାଟେ ସ୍କୁଲ ଏବଂ ରାଜ୍ୟ ଆସୋସିଏଶନ ପକ୍ଷରୁ ରାଜୀବଙ୍କୁ ଅଭିନନ୍ଦନ ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ମାନୀତ ହେଲେ ଓଡ଼ିଆ ପୁଅ ଯୁବ କବି ସୁନୀଲ, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୩।୮(ବିଦ୍ୟାଧର ସାହୁ ): ସାହିତ୍ୟ ସଂସଦ , ମାଲକାନଗିରି ଓଡ଼ିଶାର ସପ୍ତମ ପ୍ରତିଷ୍ଠା ଦିବସ ବ୍ରହ୍ମପୁର ସ୍ଥିତ ଗୋପାଳ କୃଷ୍ଣ ରଙ୍ଗ ମଞ୍ଚ, ଗୋସାଣୀ ନୂଆଁ ଗାଁ…

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri