Posted inଜାତୀୟ

ପ୍ରେସ ସ୍ବାଧୀନତା: ତଳକୁ ଖସି ୧୫୦ତମ ସ୍ଥାନରେ ଭାରତ

ନୂଆଦିଲ୍ଲୀ,୪।୫: ବିଶ୍ୱରେ ପ୍ରେସ ସ୍ବାଧୀନତା ସୂଚକାଙ୍କରେ ତଳକୁ ଖସିଲା ଭାରତ। ଗତବର୍ଷ ଅପେକ୍ଷା ଚଳିତ ବର୍ଷ ସୂଚକାଙ୍କରେ ଭାରତର ସ୍ଥାନ ଆହୁରି ତଳକୁ ଖସିଛି। ୨୦୨୧ରେ ଏହି ସୂଚକାଙ୍କରେ ୧୮୦ ଦେଶ ମଧ୍ୟରେ ଭାରତ ୧୪୨ତମ ସ୍ଥାନରେ ଥିଲା। ହେଲେ ୨୦୨୨ରେ ଭାରତ ଆହୁରି ୮ଟି ସ୍ଥାନ ତଳକୁ ଖସି ୧୫୦ତମ ସ୍ଥାନରେ ପହଞ୍ଚିଛି।ଏହାକୁ ନେଇ ବିଶେଷଜ୍ଞମାନେ ଚିନ୍ତା ପ୍ରକଟ କରିଛନ୍ତି। ଏହା ଗଣତନ୍ତ୍ର ପାଇଁ ଆଦୌ ଶୁଭ ସଙ୍କେତ ନୁହେଁ ବୋଲି ସେମାନେ ମତ ରଖିଛନ୍ତି।

ଆର୍‌ଏସ୍‌ଏଫ୍‌ ପକ୍ଷରୁ ପ୍ରକାଶିତ ଏହି ତାଲିକାରେ ନେପାଳକୁ ଛାଡ଼ିଦେଲେ ଆଉ ସବୁ ଦେଶ ତଳକୁ ଖସିଛନ୍ତି। ପାକିସ୍ତାନ ତାଲିକାର ୧୫୭ତମ ସ୍ଥାନରେ ଥିବା ବେଳେ ଶ୍ରୀଲଙ୍କା ୧୪୬, ବାଂଲାଦେଶ ୧୬୨ ଓ ମିଆଁମାର ୧୭୬ତମ ସ୍ଥାନରେ ରହିଛି।

ବିଶ୍ୱ ପ୍ରେସ ସ୍ବାଧୀନତା ସୂଚକାଙ୍କରେ ନରୱେ ଶୀର୍ଷ ସ୍ଥାନରେ ରହିଛି। ଦ୍ୱିତୀୟରେ ଡେନମାର୍କ, ତୃତୀୟରେ ସ୍ବିଡେନ, ୪ର୍ଥରେ ଇଷ୍ଟୋନିଆ ଓ ୫ମରେ ଫିନ୍‌ଲ୍ୟାଣ୍ଡ ରହିଛି। ତାଲିକାର ସବୁଠାରୁ ଶେଷରେ ଅର୍ଥାତ ୧୮୦ତମ ସ୍ଥାନରେ ଉତ୍ତର କୋରିଆ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri