Posted inଫୁରସତ

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ ପ୍ରତିବର୍ଷ ମେ’ ୩ରେ ସମଗ୍ର ବିଶ୍ୱରେ ପାଳନ କରାଯାଏ।  ଏହି ଦିନଟି ଭାରତ ତଥା ସମଗ୍ର ବିଶ୍ୱରେ ଗଣମାଧ୍ୟମର ଅବଦାନକୁ ମନେ ରଖିବା ପାଇଁ ଉତ୍ସର୍ଗୀକୃତ। ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବରେ ଗଣମାଧ୍ୟମକୁ ବିବେଚନା କରାଯାଏ। ଏହା ସରକାର ଏବଂ ଲୋକଙ୍କୁ ସଂଯୋଗ କରିବା ପାଇଁ ଉଦ୍ଦିଷ୍ଟ। ଏହି ଦିନ ଆମକୁ ସାମ୍ବାଦିକ ସ୍ବାଧୀନତାର ମହତ୍ତ୍ୱ ବିଷୟରେ କହିଥାଏ ଏବଂ ସାମ୍ବାଦିକମାନଙ୍କ ସୁରକ୍ଷା ପାଇଁ ସ୍ବର ଉତ୍ତୋଳନ କରିବାକୁ ପ୍ରେରଣା ଦେଇଥାଏ। ତେବେ ପ୍ରେସ୍‌ ସ୍ବାଧୀନତା ଦିବସର ଇତିହାସ ଏବଂ ଏହାର ଗୁରୁତ୍ୱ ବିଷୟରେ ଜାଣନ୍ତୁ…

୧୯୯୧ରେ ଆଫ୍ରିକୀୟ ସାମ୍ବାଦିକମାନେ ପ୍ରଥମ ଥର ପାଇଁ ସାମ୍ବାଦିକ ସ୍ବାଧୀନତା ପାଇଁ ସ୍ବର ଉତ୍ତୋଳନ କରିଥିଲେ। ମେ’ ୩ରେ ଏହି ସାମ୍ବାଦିକମାନେ ସାମ୍ବାଦିକ ସ୍ବାଧୀନତାର ନୀତି ସମ୍ବନ୍ଧରେ ଏକ ବିବୃତ୍ତି ଜାରି କରିଥିଲେ, ଯାହା ଓ୍ବିଣ୍ଡ୍‌ହୋକ୍‌ ଘୋଷଣାନାମା ଭାବରେ ମଧ୍ୟ ଜଣାଶୁଣା। ଦୁଇ ବର୍ଷ ପରେ ଅର୍ଥାତ୍‌ ୧୯୯୩ରେ ମିଳିତ ଜାତିସଂଘର ସାଧାରଣ ସଭା ପ୍ରଥମଥର ପାଇଁ ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲା। ସେବେଠାରୁ ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ ପ୍ରତିବର୍ଷ ମେ’ ୩ରେ ପାଳନ କରାଯାଏ।

ପରିବେଶ ସଙ୍କଟ ସାମ୍ନାରେ ଆଜି ସାମ୍ବାଦିକତା। ପରିବର୍ତ୍ତନଶୀଳ ଜଳବାୟୁ ଏବଂ ଜୈବ ବିବିଧତା ସଙ୍କଟ ଦ୍ୱାରା ଆଜି ସମଗ୍ର ବିଶ୍ୱ ପ୍ରଭାବିତ ହୋଇଛି। ଯେଉଁମାନେ ଏହି ସମସ୍ୟାର ସମ୍ମୁଖୀନ ହେଉଛନ୍ତି, ସେମାନଙ୍କ କାହାଣୀ ଅନ୍ୟମାନଙ୍କୁ ଜଣାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସାମ୍ବାଦିକମାନେ ଏଥିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରନ୍ତି। ସେ ଆଗକୁ ଆସି ଆମ ପୃଥିବୀ ଏବଂ ଏହାର ଉତ୍ତମ ଭବିଷ୍ୟତ ପାଇଁ ଲଢ଼ନ୍ତି। ତେଣୁ ତାଙ୍କ କାର୍ଯ୍ୟକୁ ସମ୍ମାନ ଦେବା ପାଇଁ ଏହି ଦିନ ପାଳନ କରାଯାଏ।

ସାମ୍ବାଦିକମାନେ ନିଜକୁ ବିପଦରେ ପକାଇ ଜନସାଧାରଣଙ୍କୁ ଜଣାଇବା ପାଇଁ କାର୍ଯ୍ୟ କରନ୍ତି। ସାମ୍ବାଦିକମାନେ ପ୍ରାୟତଃ ଆକ୍ରମଣର ଶିକାର ହୁଅନ୍ତି ଏବଂ ବେଳେବେଳେ ସେମାନଙ୍କ ହତ୍ୟା ଖବର ମଧ୍ୟ ସାମ୍ନାକୁ ଆସିଥାଏ। ଅନେକ ଥର ସେମାନଙ୍କ ସ୍ବରକୁ ଦମନ କରିବାକୁ ଚେଷ୍ଟା କରାଯାଏ। ତେଣୁ ଏହି ସମସ୍ତ ଅନ୍ୟାୟ ବିରୋଧରେ ଲଢ଼ିବା, ସାମ୍ବାଦିକ ଏବଂ ସେମାନଙ୍କ କାର୍ଯ୍ୟକୁ ସମ୍ମାନ ଦେବା ପାଇଁ ଏହି ଦିବସ ପାଳନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri