Posted inଫୁରସତ

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ ପ୍ରତିବର୍ଷ ମେ’ ୩ରେ ସମଗ୍ର ବିଶ୍ୱରେ ପାଳନ କରାଯାଏ।  ଏହି ଦିନଟି ଭାରତ ତଥା ସମଗ୍ର ବିଶ୍ୱରେ ଗଣମାଧ୍ୟମର ଅବଦାନକୁ ମନେ ରଖିବା ପାଇଁ ଉତ୍ସର୍ଗୀକୃତ। ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବରେ ଗଣମାଧ୍ୟମକୁ ବିବେଚନା କରାଯାଏ। ଏହା ସରକାର ଏବଂ ଲୋକଙ୍କୁ ସଂଯୋଗ କରିବା ପାଇଁ ଉଦ୍ଦିଷ୍ଟ। ଏହି ଦିନ ଆମକୁ ସାମ୍ବାଦିକ ସ୍ବାଧୀନତାର ମହତ୍ତ୍ୱ ବିଷୟରେ କହିଥାଏ ଏବଂ ସାମ୍ବାଦିକମାନଙ୍କ ସୁରକ୍ଷା ପାଇଁ ସ୍ବର ଉତ୍ତୋଳନ କରିବାକୁ ପ୍ରେରଣା ଦେଇଥାଏ। ତେବେ ପ୍ରେସ୍‌ ସ୍ବାଧୀନତା ଦିବସର ଇତିହାସ ଏବଂ ଏହାର ଗୁରୁତ୍ୱ ବିଷୟରେ ଜାଣନ୍ତୁ…

୧୯୯୧ରେ ଆଫ୍ରିକୀୟ ସାମ୍ବାଦିକମାନେ ପ୍ରଥମ ଥର ପାଇଁ ସାମ୍ବାଦିକ ସ୍ବାଧୀନତା ପାଇଁ ସ୍ବର ଉତ୍ତୋଳନ କରିଥିଲେ। ମେ’ ୩ରେ ଏହି ସାମ୍ବାଦିକମାନେ ସାମ୍ବାଦିକ ସ୍ବାଧୀନତାର ନୀତି ସମ୍ବନ୍ଧରେ ଏକ ବିବୃତ୍ତି ଜାରି କରିଥିଲେ, ଯାହା ଓ୍ବିଣ୍ଡ୍‌ହୋକ୍‌ ଘୋଷଣାନାମା ଭାବରେ ମଧ୍ୟ ଜଣାଶୁଣା। ଦୁଇ ବର୍ଷ ପରେ ଅର୍ଥାତ୍‌ ୧୯୯୩ରେ ମିଳିତ ଜାତିସଂଘର ସାଧାରଣ ସଭା ପ୍ରଥମଥର ପାଇଁ ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲା। ସେବେଠାରୁ ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ ପ୍ରତିବର୍ଷ ମେ’ ୩ରେ ପାଳନ କରାଯାଏ।

ପରିବେଶ ସଙ୍କଟ ସାମ୍ନାରେ ଆଜି ସାମ୍ବାଦିକତା। ପରିବର୍ତ୍ତନଶୀଳ ଜଳବାୟୁ ଏବଂ ଜୈବ ବିବିଧତା ସଙ୍କଟ ଦ୍ୱାରା ଆଜି ସମଗ୍ର ବିଶ୍ୱ ପ୍ରଭାବିତ ହୋଇଛି। ଯେଉଁମାନେ ଏହି ସମସ୍ୟାର ସମ୍ମୁଖୀନ ହେଉଛନ୍ତି, ସେମାନଙ୍କ କାହାଣୀ ଅନ୍ୟମାନଙ୍କୁ ଜଣାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସାମ୍ବାଦିକମାନେ ଏଥିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରନ୍ତି। ସେ ଆଗକୁ ଆସି ଆମ ପୃଥିବୀ ଏବଂ ଏହାର ଉତ୍ତମ ଭବିଷ୍ୟତ ପାଇଁ ଲଢ଼ନ୍ତି। ତେଣୁ ତାଙ୍କ କାର୍ଯ୍ୟକୁ ସମ୍ମାନ ଦେବା ପାଇଁ ଏହି ଦିନ ପାଳନ କରାଯାଏ।

ସାମ୍ବାଦିକମାନେ ନିଜକୁ ବିପଦରେ ପକାଇ ଜନସାଧାରଣଙ୍କୁ ଜଣାଇବା ପାଇଁ କାର୍ଯ୍ୟ କରନ୍ତି। ସାମ୍ବାଦିକମାନେ ପ୍ରାୟତଃ ଆକ୍ରମଣର ଶିକାର ହୁଅନ୍ତି ଏବଂ ବେଳେବେଳେ ସେମାନଙ୍କ ହତ୍ୟା ଖବର ମଧ୍ୟ ସାମ୍ନାକୁ ଆସିଥାଏ। ଅନେକ ଥର ସେମାନଙ୍କ ସ୍ବରକୁ ଦମନ କରିବାକୁ ଚେଷ୍ଟା କରାଯାଏ। ତେଣୁ ଏହି ସମସ୍ତ ଅନ୍ୟାୟ ବିରୋଧରେ ଲଢ଼ିବା, ସାମ୍ବାଦିକ ଏବଂ ସେମାନଙ୍କ କାର୍ଯ୍ୟକୁ ସମ୍ମାନ ଦେବା ପାଇଁ ଏହି ଦିବସ ପାଳନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri