‘ୱାର୍ଲଡ ସ୍କିଲ୍‌ ସେଣ୍ଟର ବିଶ୍ୱସ୍ତରୀୟ ବ୍ରାଣ୍ଡ୍‌ ହେବ’

ଭୁବନେଶ୍ୱର, ୧୧।୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି. କେ. ପାଣ୍ଡିଆନ ସୋମବାର ୱାର୍ଲଡ ସ୍କିଲ୍‌ ସେଣ୍ଟର(ଡବ୍ଲ୍ୟୁଏସ୍‌ସି) ପରିଦର୍ଶନରେ ଆସି ଏହାର ପରିଚାଳନା ଓ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଓଡ଼ିଶାର ଯୁବଗୋଷ୍ଠୀଙ୍କୁ ବିଶ୍ୱସ୍ତରୀୟ କୌଶଳ ତାଲିମ ପ୍ରଦାନ କରି ରାଜ୍ୟକୁ ଆଗେଇ ନେବାକୁ ହେବ। ବିଶ୍ୱସ୍ତରୀୟ ନିଯୁକ୍ତି ନିମନ୍ତେ ୱାର୍ଲଡ ସ୍କିଲ ସେଣ୍ଟରରେ ଏକ ବର୍ଷିଆ ଅତ୍ୟାଧୁନିକ କୌଶଳ ତାଲିମ ଦିଆଯାଉଛି। ଆଗାମୀ ଦିନରେ ଏହା ଏକ ବିଶ୍ୱସ୍ତରୀୟ ବ୍ରାଣ୍ଡ୍‌ ଭାବେ ଉଭା ହେବ। ଏଠାରୁ ପ୍ରଶିକ୍ଷଣ ନେଉଥିବା ପ୍ରଶିକ୍ଷାର୍ଥୀମାନେ ବିଶ୍ୱସ୍ତରର ପ୍ରମୁଖ ସଂସ୍ଥାଗୁଡ଼ିକରେ ନିଯୁକ୍ତି ପାଇବେ। ଆଗକୁ ରାଜ୍ୟର ସରକାରୀ ଆଇଟିଆଇଗୁଡ଼ିକରେ ମଧ୍ୟ ଏହିଭଳି ଉନ୍ନତମାନର ଭିତ୍ତିଭୂମି ତିଆରି କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ତେବେ ତାଙ୍କ ଗସ୍ତ ସମୟରେ ପ୍ରଶିକ୍ଷାର୍ଥୀଙ୍କ ଆତ୍ମବିଶ୍ୱାସ ଦେଖି ସେ ଖୁସିବ୍ୟକ୍ତ କରିଥିଲେ। ୱାର୍ଲଡ ସ୍କିଲ ସେଣ୍ଟରର ପାଠ୍ୟକ୍ରମ ଆଇଟିଇଇଏସ୍‌ ସିଙ୍ଗାପୁର ଶୈଳୀରେ ପରିଚାଳିତ ହେଉଥିବାରୁ ଏଠାରେ କାର୍ଯ୍ୟକରୁଥିବା ଏହାର ଅଧିକାରୀମାନଙ୍କ ସହ କଥାହେବା ସହ ସେମାନଙ୍କ ଅଭିଜ୍ଞତା ବିଷୟରେ ପଚାରି ବୁଝିଥିଲେ।
ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା କହିଛନ୍ତି, ୱାର୍ଲଡ ସ୍କିଲ ସେଣ୍ଟରରୁ ଉତ୍ତୀର୍ଣ୍ଣ ହେଉଥିବା ପ୍ରଶିକ୍ଷାର୍ଥୀଙ୍କ ନିଯୁକ୍ତି ନିମନ୍ତେ ବିଭିନ୍ନ ଏଜେନ୍ସି ଓ ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକର ସହଭାଗିତା ଉପରେ ଗୁରୁତ୍ୱ ଦିଆଯାଉଛି। ୫-ଟି ସଚିବ ପାଣ୍ଡିଆନ ବିୟୁଟି ୱେଲ୍‌ନେସ୍‌ ସ୍ପା, ଫେସିଆଲ ଓ ବଡି ଥେରାପି ଷ୍ଟୁଡିଓ, ହେୟାର ଫେଶନ ଡିଜାଇନ, କଟିଙ୍ଗ ଓ ଷ୍ଟାଇଲିଙ୍ଗ ଷ୍ଟୁଡିଓ, ମେକାଟ୍ରନିକ୍ସ, ନିଉମାଟିକ, ଅଟୋମେଶନ ଓ ବେସିକ ରୋବୋଟିକ୍ସ, ମେକାନିକାଲ ଓ ଇଲେକ୍ଟ୍ରିକାଲ ସର୍ଭିସେସ, ଫାୟାର ଡିଟେକ୍ସନ ଓ ପ୍ରୋଟେକ୍ସନ, ପାଇପିଂ ଓ ପ୍ଲମ୍ବିଂ, ଏୟାରକଣ୍ଡିଶନିଙ୍ଗ ଓ ରେଫ୍ରିଜରେଶନ ଲାବ୍‌ ପରିଦର୍ଶନ କରି ପ୍ରଶିକ୍ଷକ ଓ ପ୍ରଶିକ୍ଷାର୍ଥୀଙ୍କ ସହ ଆଲୋଚନା କରିଥିଲେ। ୨୦୨୩ ସୁଦ୍ଧା ୱାର୍ଲଡ ସ୍କିଲ ସେଣ୍ଟରରେ ଭର୍ଟିକାଲ ଟ୍ରାନ୍ସପୋର୍ଟେଶନ ଏବଂ ୨୦୨୪ ମଧ୍ୟରେ ପ୍ରେସିସନ ଇଞ୍ଜିନିୟରିଂ ବ୍ୟବସ୍ଥା କରାଯିବ। ଏତଦ୍‌ବ୍ୟତୀତ ଏଠାରେ ଡିଜିଟାଲ ସ୍କିଲିଂ ହବ୍‌ ପ୍ରତିଷ୍ଠା ହେବ ଏବଂ ଏହା ସ୍କିଲ ପ୍ରତିଯୋଗିତାର ହବ୍‌ ରୂପେ କାର୍ଯ୍ୟ କରିବ। ୱାର୍ଲଡ ସ୍କିଲ ସେଣ୍ଟରର ସିଇଓ ରେଘୁ ଜିଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri