କେୟାର ହସ୍ପିଟାଲ ପକ୍ଷରୁ ବିଶ୍ୱ ମେରୁଦଣ୍ଡ ଦିବସ

ଭୁବନେଶ୍ୱର, ୧୫।୧୦: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ବିଶ୍ୱ ମେରୁଦେଣ୍ଡ ଦିବସ ଶନିବାର ହସ୍ପିଟାଲ ପରିସରରେ ପାଳିତ ହୋଇଯାଇଛି। ଚଳିତ ବର୍ଷର ସ୍ଲୋଗାନ୍‌ ‘ମୁଭ ଇୟୋର ସ୍ପାଇନ୍‌’ ରହିଛି। ବିଶେଷକରି ଲୋକମାନଙ୍କୁ ବିଭିନ୍ନ ପ୍ରକାର ମେରୁଦଣ୍ଡ ରୋଗ ସମ୍ପର୍କରେ ସଚେତନତା କରାଇବା ପାଇଁ ପ୍ରତି ବର୍ଷ ଅକ୍ଟୋବର ୧୬କୁ ମେରୁଦଣ୍ଡ ଦିବସ ଭାବେ ପାଳନ କରାଯାଇଥାଏ। ଅପରପକ୍ଷରେ କେୟାର ମଲ୍ଟି-ସ୍ପେସିଆଲିଟି ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଭିନ୍ନ ରୂପରେ ମେରୁଦଣ୍ଡ ଦିବସ ପାଳନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ୧୦୦ରୁ ଅଧିକ ସାଧାରଣ ବ୍ୟକ୍ତି, କେୟାର ହସ୍ପିଟାଲର ଡାକ୍ତର ଓ ନର୍ସମାନେ ବିଶ୍ୱ ମେରୁଦଣ୍ଡ ଦିବସକୁ ଯୋଗ ମାଧ୍ୟମରେ ପାଳନ କରାଯାଇଥିଲା। ମେରୁଦଣ୍ଡ ରୋଗର କାରଣ, ଲକ୍ଷଣ ଓ ଚିକିତ୍ସା ସମ୍ପର୍କରେ ଜନ ସଚେତନତା ସୃଷ୍ଟି କରିବା ପାଇଁ କେୟାର ହସ୍ପିଟାଲ ପକ୍ଷରୁ ଏଭଳି ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ସେହିଭଳି ଭୁବନେଶ୍ୱରଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବରିଷ୍ଠ ସ୍ନାୟୁଶଲ୍ୟ ଡା. ଆତ୍ମରଞ୍ଜନ ଦାଶ, ଡା. ସୁଶାନ୍ତ ଦାସ, ଡା.ଦୀପକ ପରିଡ଼ା, ସ୍ନାୟୁରୋଗ ବିଶେଷଜ୍ଞ ଡା. ଶୁଭ୍ରାଂଶୁ ଶେଖର ଜେନା, ଡା. ମିତାଲି କର ପ୍ରମୁଖ ଯୋଗଦେଇ ଆମେ କିଭଳି ନିଜର ମେରୁଦଣ୍ଡର ଯତ୍ନ ନେବା ସେ ସମ୍ପର୍କରେ ବିସ୍ତୃତ ଭାବେ ସାଧାରଣ ଲୋକଙ୍କୁ ସଚେତନ କରାଇଥିଲେ। ଏ ସମ୍ପର୍କରେ କେୟାର ହସ୍ପିଟାଲ ଭୁବନେଶ୍ୱର ଶାଖାର ଏଚ୍‌ସିଓଓ କ୍ରିଶଲେୟ ଆନନ୍ଦ କହିଥିଲେ, ଆମ ହସ୍ପିଟାଲରେ କରାଯାଉଥିବା ଅତ୍ୟାଧୁନିକ ସର୍ଜରି ରୋଗୀଙ୍କ ପାଇଁ ବେଶ୍‌ ଲାଭଦାୟକ ହୋଇଥିବାବେଳେ ରୋଗୀଙ୍କୁ ସୁଲଭ ମୂଲ୍ୟରେ ଗୁଣାତ୍ମକ ଚିକିତ୍ସା ଆଦି ସମ୍ପର୍କରେ ସୂଚନା ଦେଇଥିବା ବେଳେ ଏଭିପି ଡ. ଲୋକନାଥ ଦାଶ, ବିଜୁ ସ୍ବାସ୍ଥ୍ୟ କାର୍ଡ ଜରିଆରେ ମିଳୁଥିବା ଉପକାରିତା ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri