Posted inଫୁରସତ

ବିଶ୍ୱର ସବୁଠାରୁ କଡା କଫି, ରହିଛି ମାତ୍ରାଧିକ କ୍ୟାଫିନ

ବିଶ୍ୱର ସବୁଠାରୁ କଡା କଫି ଭାବେ ଜଣାଶୁଣା ବାୟୋହାଜାର୍ଡ। ଏହି କଫିର ଏକ ୧୨ଆଉନ୍‌ସ ବିଶିଷ୍ଟ କପ୍‌ରେ ୯୨୮ ମିଲିଗ୍ରାମ କ୍ୟାଫିନ ରହିଛି। ଏହା ଦୈନିକ କ୍ୟାଫିନ ସେବନ ପରିମାଣର ପ୍ରାୟ ଦୁଇଗୁଣ।
ସୂଚନା ଥାଉ କି, ଗତ ଏକ ଦଶନ୍ଧି ଧରି ବିଭିନ୍ନ ବ୍ରାଣ୍ଡକୁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ କଫିର ମାନ୍ୟତା ମିଳିଛି। ୨୦୧୩ରେ ‘ଡେଥ୍‌ ଓ୍ବିସ’, ‘ବ୍ଲାକ ଇନ୍‌ସୋମ୍ନିଆ’। ତେବେ ଏସବୁ ଠାରୁ ସବୁଠାରୁ କଡା କଫି ଭାବେ ଶୀର୍ଷରେ ରହିଛି ବାୟୋହାଜାର୍ଡ। ୨୦୧୬ରେ ଏହି କଫି ମାର୍କେଟକୁ ଆସିଥିଲା। ଏହାକୁ ପିଇ ହଜମ କରିବା ସବୁଠୁ କଠିନ। ବିଭିନ୍ନ ଖାଦ୍ୟ ଓ ସ୍ବାସ୍ଥ୍ୟ ନିୟାମକ ସଂସ୍ଥା ପକ୍ଷରୁ ଦୈନିକ ସର୍ବାଧିକ ୪୦୦କିଲୋଗ୍ରାମ କ୍ୟାଫିନ ଗ୍ରହଣ ପାଇଁ ପରାମର୍ଶ କରାଯାଇଥିବାବେଳେ ୯୨୮ମିଲିଗ୍ରାମ କ୍ୟାଫିନ ବିଶିଷ୍ଟ ବାୟୋହାଜାର୍ଡ ଏକ ବିପଦଜ୍ଜନକ ପାନୀୟ। ମାତ୍ରାଧିକ କ୍ୟାଫିନ ପିଇବା ଦ୍ୱାରା ରକ୍ତଚାପ ସମସ୍ୟା ଦେଖାଯିବାର ଆଶଙ୍କା ରହିଛି।
ଏନେଇ କଫିର ସହ ପ୍ରତିଷ୍ଠାତା କହିଛନ୍ତି, ଏହା ଏକ ଏନର୍ଜି ବୁଷ୍ଟର ଭାବେ କାମ କରିବ। ତେବେ କଫିର କୌଣସି ପ୍ରାଶ୍ୱ ପ୍ରତିକ୍ରିୟାକୁ ଲକ୍ଷ୍ୟ କରି କଫିର ପ୍ୟାକେଟରେ କପ୍‌ ପିଛା ୯୨୮କିଗ୍ରା କ୍ୟାଫିନ ରହିଛି ବୋଲି ସତର୍କ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?