Posted inଖେଳ

ଫାଇନାଲରେ ଏହିସବୁ ‘ବିରାଟ’ ରେକର୍ଡ ଭାଙ୍ଗିପାରନ୍ତି କୋହଲି

ନୂଆଦିଲ୍ଲୀ,୨୩।୫: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି) ଫାଇନାଲରେ ଭାରତୀୟ ଅଧିନାୟକ ବିରାଟ କୋହଲି ଅନେକ ରେକର୍ଡ ଭାଙ୍ଗିବାର ସମ୍ଭାବନା ରହିଛି। ଲଣ୍ଡନରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ ଖେଳିବା ମାତ୍ରେ ସର୍ବାଧିକ ଟେଷ୍ଟ ମ୍ୟାଚରେ ଭାରତର ନେତୃତ୍ୱ ନେଇଥିବା ଅଧିନାୟକ ହୋଇଯିବେ। ଯଦି ଏହି ମ୍ୟାଚରେ ସେ ଭାରତକୁ ବିଜୟୀ କରାନ୍ତି ତେବେ ସେ ଦୁନିଆର ସବୁଠାରୁ ସଫଳ ଅଧିନାୟକ ତାଲିକାରେ ଚାରି ନମ୍ବର ସ୍ଥାନ ଅଧିକାର କରିବେ। କୋହଲି ଏପର୍ଯ୍ୟନ୍ତ ୬୦ଟି ଟେଷ୍ଟରେ ଭାରତର ନେତୃତ୍ୱ ନେଇଛନ୍ତି ଏବଂ ସେ ଏବେ ମହେନ୍ଦ୍ର ସିଂ ଧୋନୀଙ୍କ ସହ ସମାନରେ ଅଛନ୍ତି। ଭାରତ ପାଇଁ ସର୍ବାଧିକ ଟେଷ୍ଟ ମ୍ୟାଚ ଅଧିନାୟକ କୋହଲିଙ୍କ ରେକର୍ଡ ଅକ୍ଟୋବର ୧୮ରେ ଇଂଲଣ୍ଡର ସାଉଥମ୍ପଟନରେ ଡବ୍ଲୁଟିଏସି ଫାଇନାଲ ଆରମ୍ଭ ହେବା ମାତ୍ରେ ଭାଙ୍ଗିବ।
୨୦୧୪ରେ ପ୍ରଥମ ଥର ପାଇଁ ଟେଷ୍ଟ ଦଳର ଅଧିନାୟକ ହୋଇଥିବା କୋହଲି ୬୦ଟି ମ୍ୟାଚ ମଧ୍ୟରୁ ୩୬ଟି ଜିତିଛନ୍ତି। ଯାହାକି ଏକ ଭାରତୀୟ ରେକର୍ଡ। ୬୦ଟି ମ୍ୟାଚରୁ ୨୭ ଟି ବିଜୟ ସହ ଧୋନୀ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଏହି ସମୟ ମଧ୍ୟରେ ଏକ ବିଜୟ କୋହଲିଙ୍କୁ ୱେଷ୍ଟଇଣ୍ଡିଜ କିମ୍ବଦନ୍ତୀ କ୍ଲାଇବ୍‌ ଲଏଡଙ୍କୁ ସର୍ବାଧିକ ମ୍ୟାଚ ଜିତିଥିବା ଅଧିନାୟକ ତାଲିକାରେ ମଧ୍ୟ ପଛରେ ପକାଇବାର ସମ୍ଭାବନା ରହିଛି।
କ୍ଲାଇବ୍‌ ଲଏଡଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ୍‌ ୭୪ଟି ମ୍ୟାଚ ଖେଳି ସେଥିମଧ୍ୟରୁ ୩୬ଟି ଜିତିଥିଲା। ଅଧିନାୟକ ଭାବରେ ସର୍ବାଧିକ ମ୍ୟାଚ ଜିତିବାର ରେକର୍ଡ ଦକ୍ଷିଣ ଆଫ୍ରିକାର ଗ୍ରାମ ସ୍ମିଥଙ୍କ ନାମରେ ନାମିତ ହୋଇଛି (୧୦୯ ମ୍ୟାଚରେ ୫୩ଟି ବିଜୟ) । ଏହାପରେ ଅଷ୍ଟ୍ରେଲିଆର ରିକି ପଣ୍ଟିଙ୍ଗ (୭୭ ମ୍ୟାଚରୁ ୪୮ଟି ବିଜୟ) ଏବଂ ଷ୍ଟିଭ ୱ (୫୭ ଟି ମ୍ୟାଚରୁ ୪୧ଟି ବିଜୟ) ରହିଛି।
ଭାରତୀୟ ଦଳ ଜୁନ ୨ରୁ ସାଢେ ତିନି ମାସର ବ୍ରିଟେନ୍‌ ଯାତ୍ରା ଆରମ୍ଭ କରିବ। ଡବ୍ଲୁଟିସି ଫାଇନାଲ ବ୍ୟତୀତ ଦଳ ଆୟୋଜକ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ଟେଷ୍ଟ ସିରିଜ ମଧ୍ୟ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri