Posted inଖେଳ

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ: ଭାରତର ମୁକାବିଲା ପାଇଁ କନ୍‌ଓ୍ବେଙ୍କ ସ୍ବତନ୍ତ୍ର ରଣନୀତି

ଅକଲାଣ୍ଡ,୧୬।୫(ପି.ଟି.): ଜୁନ୍‌ ୧୮ରୁ ୨୨ ତାରିଖ ମଧ୍ୟରେ ସାଉଥାମ୍ପଟନରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଖେଳାଯିବ। ଏହି ହାଇପ୍ରୋଫାଇଲ ଟାଇଟଲ ମୁକାବିଲା ପାଇଁ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଡେଭନ କନ୍‌ଓ୍ବେ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି। ଭାରତୀୟ ସ୍ପିନରଙ୍କୁ ମୁକାବିଲା କରିବା ପାଇଁ ସେ ନିଜକୁ ପ୍ରସ୍ତୁତ କରୁଛନ୍ତି। ଏଥିପାଇଁ ସେ ଉଇକେଟ ଉପରେ ଧୂଳି ତଥା ଅଳିଆ ପକାଇ ବ୍ୟାଟିଂ ଅଭ୍ୟାସ କରୁଛନ୍ତି। ଏହା ଫଳରେ ସେ ରବିଚନ୍ଦ୍ରନ ଅଶ୍ୱିନଙ୍କ ଭଳି ସ୍ପିନରଙ୍କ ସଫଳ ମୁକାବିଲା କରିବେ।
୨୯ ବର୍ଷୀୟ କନ୍‌ଓ୍ବେ ଜୁନ୍‌ ୨ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଘୋଷିତ ୨୦ ଜଣିଆ ଦଳରେ ସ୍ଥାନ ପାଇଛନ୍ତି। ଡବ୍ଲ୍ୟୁଟିସି ଫାଇନାଲ ବେଳକୁ ଏହି ଦଳ ୧୫ଜଣରେ ସୀମିତ ରହିବ। ବୋଲରଙ୍କ ପାଦ ଚିହ୍ନରେ ପିଚ୍‌ ଧୂଳିଆ ତଥା ଅସମାନ ହେବ। ତେଣୁ ପିଚ୍‌ରେ ଧୂଳି ଓ ଅଳିଆ ପକାଇ ଅଭ୍ୟାସ କରୁଛି ବୋଲି ସେ କହିଛନ୍ତି। ଏହା ଦ୍ୱାରା ଭାରତୀୟ ସ୍ପିନରଙ୍କୁ ମୁକାବିଲା କରିବାରେ ସଫଳ ହେବି ବୋଲି ସେ କହିଛନ୍ତି। କନ୍‌ଓ୍ବେ ନ୍ୟୁଜିଲାଣ୍ଡ ପାଇଁ ଏ ପର୍ଯ୍ୟନ୍ତ ୩ଟି ଦିନିକିଆ ଓ ୧୪ଟି ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ଧୂଳିଆ ଉଇକେଟରେ ବ୍ୟାଟିଂ କରିବା କଷ୍ଟକର ହୋଇଥାଏ। ଏଥିରେ ବଲ ବହୁତ ଟର୍ନ କରିଥାଏ। ସ୍ପିନରଙ୍କ ବିପକ୍ଷରେ କେବଳ ରକ୍ଷଣାତ୍ମକ ଖେଳିବାକୁ ଚାହୁଁନି। ଏହା ହେଲେ କେତୋଟି ବଲ୍‌ ପରେ ବିଟ୍‌ ହେବା ଓ ଆଉଟ ହେବାର ସମ୍ଭାବନା ରହିଛି। ଡବ୍ଲ୍ୟୁଟିସି ଫାଇନାଲ ବେଶ୍‌ ସଂଘର୍ଷପୂର୍ଣ୍ଣ ଓ ରୋମାଞ୍ଚକ ହେବ ବୋଲି ଆଶା କରାଯାଉଛି।
ଅନ୍ୟପଟେ ଏହି ଫାଇନାଲ ମ୍ୟାଚ୍‌ରେ ଭାରତ ଅପେକ୍ଷା ନ୍ୟୁଜିଲାଣ୍ଡ ସାମାନ୍ୟ ସୁବିଧାଜନକ ସ୍ଥିତିରେ ରହିଛି ବୋଲି ପୂର୍ବତନ ବ୍ୟାଟ୍ସମ୍ୟାନ ସଞ୍ଜୟ ମଞ୍ଜରେକର କହିଛନ୍ତି। ସାଉଥାମ୍ପଟନରେ ନ୍ୟୁଜିଲାଣ୍ଡ ଘରୋଇ ପରିବେଶରେ ସୁବିଧା ହାସଲ କରିବ। ଅର୍ଥାତ୍‌ ସାଉଥାମ୍ପଟନ ଓ ନ୍ୟୁଜିଲାଣ୍ଡର ପରିବେଶ ପାଖାପାଖି ସମାନ ଥିବାରୁ ନ୍ୟୁଜିଲାଣ୍ଡ ଫାଇଦାରେ ରହିବ। ଫଳରେ ଭାରତ ପାଇଁ ସାମାନ୍ୟ ଚ୍ୟାଲେଞ୍ଜ ସୃଷ୍ଟି ହେବ। ଓପନର ଭାବେ ରୋହିତ ଶର୍ମା ପ୍ରକୃତ ପରୀକ୍ଷାର ସମ୍ମୁଖୀନ ହେବେ ବୋଲି ମଞ୍ଜରେକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?