Posted inଖେଳ

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ: ରିଷ୍ଟ ସ୍ପିନରଙ୍କ ଅନୁପସ୍ଥିତି ଚିନ୍ତାଜନକ: କାନେରିଆ

ନୂଆଦିଲ୍ଲୀ,୧୨।୫(ପି.ଟି.): ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନ୍‌ଶିପ୍‌ (ଡବ୍ଲ୍ୟଟିସି) ଫାଇନାଲ୍ସ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଦଳରେ କୌଣସି ରିଷ୍ଟ ସ୍ପିନର ସ୍ଥାନ ପାଇ ନ ଥିବାରୁ ପାକିସ୍ତାନ ପୂର୍ବତନ ଲେଗ୍‌ ସ୍ପିନର ଡାନିଶ କାନେରିଆ ଚିନ୍ତାବ୍ୟକ୍ତ କରିଛନ୍ତି। ଏହା ଭାରତ ପାଇଁ ସମସ୍ୟା ସୃଷ୍ଟି କରିପାରେ। ଯୁବ ରିଷ୍ଟ ସ୍ପିନର ରାହୁଲ ଚହର ସାମିଲ ହୋଇଥିଲେ ଭାରତର ବୋଲିଂ ଆଟାକ ଆହୁରି ଶକ୍ତିଶାଳୀ ହୋଇଥାନ୍ତା ବୋଲି କାନେରିଆ କହିଛନ୍ତି।
ଇଂଲଣ୍ଡର ସାଉଥାମ୍ପଟନଠାରେ ଡବ୍ଲ୍ୟୁଟିସି ଫାଇନାଲ ଜୁନ୍‌ ୧୮ରୁ ଆରମ୍ଭ ହେବ। ଭାରତ ମଧ୍ୟ ଏହି ହାଇପ୍ରୋଫାଇଲ ମ୍ୟାଚ୍‌ ସହ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଦଳ ଘୋଷଣା କରିଥିଲା। ଏହି ସିରିଜ ଅଗଷ୍ଟ ୪ରୁ ଆରମ୍ଭ ହେବ। ଘୋଷିତ ଭାରତୀୟ ଦଳ ନିଶ୍ଚିତ ଭାବେ ଶକ୍ତିଶାଳୀ। ତେବେ ଏହି ଦଳରେ କୌଣସି ରିଷ୍ଟ ସ୍ପିନର ସ୍ଥାନ ନ ପାଇବା ଆଶ୍ଚର୍ଯ୍ୟଜନକ ବୋଲି ସେ ମନ୍ତବ୍ୟ ଦେଇଛନ୍ତି। ଦଳରେ ଅଭିଜ୍ଞ ରବିଚନ୍ଦ୍ରନ ଅଶ୍ୱିନ, ଓ୍ବାଶିଂଟନ ସୁନ୍ଦର, ଅକ୍ଷର ପଟେଲ ଓ ରବୀନ୍ଦ୍ର ଜାଡେଜାଙ୍କ ଭଳି ବିଶ୍ୱସ୍ତରୀୟ ସ୍ପିନର ରହିଛନ୍ତି। ଇଂଲଣ୍ଡ ଜଳବାୟୁରେ ଲେଗ୍‌ ବ୍ରେକ୍‌ ବୋଲର ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିଥାନ୍ତି ବୋଲି ସେ କହିଛନ୍ତି। ସିଜନ ଆରମ୍ଭ ହେଲେ ଉଇକେଟରେ ଆର୍ଦ୍ରତା ରହିଥାଏ। ଦ୍ରୁତ ବୋଲରମାନଙ୍କ ପାଇଁ ସୁବିଧାଜନକ ସ୍ଥିତି ରହିଥିଲେ ମଧ୍ୟ ଲେଗ୍‌ ସ୍ପିନରମାନେ ମଧ୍ୟ ସଫଳତା ପାଇଥାନ୍ତି। ଦୀପକ ଚହର ଦଳରେ ସାମିଲ ହୋଇଥିଲେ ନିଶ୍ଚିତ ଭାବେ ଇଂଲଣ୍ଡରେ ଭଲ ପ୍ରଦର୍ଶନ କରିଥାନ୍ତେ। ନ୍ୟୁଜିଲାଣ୍ଡ ଦଳରେ ଇସ୍‌ ସୋଧିଙ୍କ ଭଳି ଲେଗ୍‌ ସ୍ପିନର ରହିଛନ୍ତି। ଚହରଙ୍କ ଉଚ୍ଚତା ଓ ବୋଲିଂ ଶୈଳୀ ବେଶ୍‌ ଆକର୍ଷଣୀୟ ବୋଲି ୪୦ ବର୍ଷୀୟ କାନେରିଆ କହିଛନ୍ତି। ଗୁଗ୍‌ଲି, ଫ୍ଲିପର ପକାଇବା ସହ ୨୧ ବର୍ଷୀୟ ଚହର ଭଲ ଲେଗ୍‌ ସ୍ପିନ ମଧ୍ୟ ପକାଇଥାନ୍ତି।
ଭାରତ ଟେଷ୍ଟରେ ଭଲ ପ୍ରଦର୍ଶନ କରୁଥିଲେ ମଧ୍ୟ ନ୍ୟୁଜିଲାଣ୍ଡ ବିପକ୍ଷରେ କଡ଼ା ଚ୍ୟାଲେଞ୍ଜର ସମ୍ମୁଖୀନ ହେବ। ରିଷଭ ପନ୍ତ ଭଲ ଖେଳିଥିଲେ ମଧ୍ୟ ଅଜିଙ୍କ୍ୟ ରାହାନେ ଓ ଚେତେଶ୍ୱର ପୂଜାରା ଆଶାନୂରୂପ ପ୍ରଦର୍ଶନ କରିପାରି ନ ଥିଲେ। ବୋଲରଙ୍କୁ ନେଇ ଟେଷ୍ଟରେ ବିଜୟ ହାସଲ କରାଯାଇଥାଏ। ଦଳରେ ୫ଜଣ ବିଶ୍ୱସ୍ତରୀୟ ବୋଲର ଥିଲେ ୨୦ଟି ଉଇକେଟ ଅକ୍ତିଆର କରିହେବ ଓ ମ୍ୟାଚ୍‌ ଜିତିବାରେ କୌଣସି ଅସୁବିଧା ରହିବ ନାହିଁ ବୋଲି କାନେରିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri