Posted inଖେଳ

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌:ନ୍ୟୁଜିଲାଣ୍ଡ ଫାଇନାଲରେ, ଅଷ୍ଟ୍ରେଲିଆ ଆପାତତଃ ବାଦ୍‌

ଦୁବାଇ, ୩ା୨ (ପି.ଟି.)-ଦକ୍ଷିଣ ଆଫ୍ରିକାରେ କରୋନା ଭାଇରସ୍‌ର ସେକେଣ୍ଡ ଓ୍ବେଭ୍‌ ଦେଖିବାକୁ ମିଳିବାରୁ ଏହି ଦେଶ ବିପକ୍ଷ ଆଓ୍ବେ ସିରିଜକୁ ଅଷ୍ଟ୍ରେଲିଆ ବାତିଲ କରିଛି। ଫଳରେ ନ୍ୟୁଜିଲାଣ୍ଡ ପ୍ରଥମ ଦଳ ଭାବେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ପ୍ରବେଶ କରିଛି। ଅଷ୍ଟ୍ରେଲିଆ ଆପାତତଃ ଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଛି। ଏହି ଦେଶ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିଥାନ୍ତା। ଅଷ୍ଟ୍ରେଲିଆର ନିଷ୍ପତ୍ତିରେ ଦକ୍ଷିଣ ଆଫ୍ରିକା ଅସନ୍ତୋଷ ପ୍ରକାଶ କରିଛି। ଏହି ନିଷ୍ପତ୍ତି ଦ୍ୱାରା ଦକ୍ଷିଣ ଆଫ୍ରିକା ଆର୍ଥିକ ସଙ୍କଟରେ ପଡ଼ିବ ବୋଲି ଦକ୍ଷିଣ ଆଫ୍ରିକା କ୍ରିକେଟର କାମଚଳା ମୁଖ୍ୟ କାର୍ଯ୍ୟନିର୍ବାହୀ ନିକ୍‌ ହକ୍‌ଲେ ପ୍ରକାଶ କରିଛନ୍ତି। ସମୟସୀମା ମଧ୍ୟରେ ଟେଷ୍ଟ ସିରିଜ ଖେଳି ସାରିବା ପରେ ଅନ୍ୟ କୌଣସି ଦଳ ନ୍ୟୁଜିଲାଣ୍ଡର ୭୦ ପ୍ରତିଶତ ପଏଣ୍ଟକୁ ଅତିକ୍ରମ କରିପାରିବ ନାହିଁ।
ଶୁକ୍ରବାରଠାରୁ ଚେନ୍ନାଇରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ସିରିଜ ଆରମ୍ଭ ହେବ। ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ କେନ୍‌ ଓ୍ବିଲିୟମସନଙ୍କ ଦଳ ବିପକ୍ଷରେ କେଉଁ ଦଳ ଖେଳିବ ତାହା ଏଥିରେ ନିରୂପିତ ହେବ। ବର୍ତ୍ତମାନ ଦେଖିଲେ ଭାରତ ସର୍ବାଧିକ ୭୧.୭ ପ୍ରତିଶତ ପଏଣ୍ଟ ସହ ପ୍ରଥମ ସ୍ଥାନରେ ରହିଥିବାବେଳେ ନ୍ୟୁଜିଲାଣ୍ଡ ୭୦ପ୍ରତିଶତ ଏବଂ ଅଷ୍ଟ୍ରେଲିଆ ୬୯.୨ ପଏଣ୍ଟ ସହ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟରେ ରହିଛନ୍ତି। ଇଂଲଣ୍ଡ ୬୫.୨ ପଏଣ୍ଟ ସହ ୪ର୍ଥ ସ୍ଥାନରେ ଅଛି। ଭାରତ ଯଦି ଅତିକମ୍‌ରେ ଇଂଲଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ବିଜୟ ସହ ସିରିଜ ଜିତେ ତେବେ ଯୋଗ୍ୟତା ଅର୍ଜନ କରିବ। ଅନ୍ୟପକ୍ଷରେ ୩ଟି ମ୍ୟାଚ ଜିତି ସିରିଜ ବିଜୟୀ ହୋଇପାରିଲେ ଇଂଲଣ୍ଡ ପାଇଁ ସୁଯୋଗ ରହିବ। ଯଦି ଦୁଇ ଦଳ ମଧ୍ୟରେ ମ୍ୟାଚ ଡ୍ର’ ରୁହେ ତେବେ ଅଷ୍ଟ୍ରେଲିଆ ପାଇଁ ସୁଯୋଗ ସୃଷ୍ଟି ହେବ। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଲଡର୍‌ସଠାରେ ଜୁନ୍‌ ୧୮ରୁ ହେବ। ପଏଣ୍ଟ ଭିତ୍ତିରେ ଶ୍ରେଷ୍ଠ ଦୁଇ ଦଳ ମଧ୍ୟରେ ଫାଇନାଲ ମ୍ୟାଚ ଖେଳାଯିବ। ଡବ୍ଲ୍ୟୁଟିସି ପଏଣ୍ଟ ଟେବୁଲରେ ଅଷ୍ଟ୍ରେଲିଆ ବର୍ତ୍ତମାନ ଭାରତ ଓ ନ୍ୟୁଜିଲାଣ୍ଡ ପଛକୁ ରହିଛି। ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ ମ୍ୟାଚ ବିଶିଷ୍ଟ ସିରିଜ ଖେଳିଥାନ୍ତା। ଆୟୋଜକ ଦେଶକୁ ଗୋଟିଏ ମ୍ୟାଚ ଜିତିବାକୁ ନ ଦେଇ ୨ଟିରେ ବିଜୟ ହାସଲ କରିପାରିଲେ ଅଷ୍ଟ୍ରେଲିଆ ଫାଇନାଲକୁ ଯୋଗ୍ୟତା ଅର୍ଜନ କରିପାରିଥାନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri