Posted inଫୁରସତ

”ଜନସଚେତନତା ବିପଦ ଏଡ଼ାଇବ“

ପ୍ରତିବର୍ଷ ମେ’ ୮ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ଥାଲାସିମିଆ ଦିବସ’। ଚଳିତ ବର୍ଷର ଏହି ଦିବସ ଉପଲକ୍ଷେ ପ୍ରସାରିତ ବାର୍ତ୍ତାଟିରେ କୌଣସି ଅସ୍ପଷ୍ଟତା ନାହିଁ। ଥାଲାସିମିଆ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ସେହି ବାର୍ତ୍ତାରେ ରହିଛି ଏକ ବଳିଷ୍ଠ ଆହ୍ବାନ। ଥାଲସିମିଆ ରୋଗୀମାନେ ଯେଉଁଠି ରହିଥାଆନ୍ତୁ ନା କାହିଁକି, ସେମାନଙ୍କର ଆର୍ଥିକ ଅବସ୍ଥା ଯାହା ହୋଇଥାଉ ନା କାହିଁକି, ସମସ୍ତଙ୍କ ନିକଟରେ ନିର୍ଭୁଲ ରୋଗ ନିର୍ଣ୍ଣୟ ସୁବିଧା ଏବଂ ଆଧୁନିକତମ ସର୍ବୋତ୍କୃଷ୍ଟ ଚିକିତ୍ସା ସେବା ପହଞ୍ଚେଇବାରେ ଆମ ସମସ୍ତଙ୍କର ଅବଦାନ ରହିବା ବାଞ୍ଛନୀୟ। ଅନ୍ୟପକ୍ଷରେ ଏହି ରୋଗ ସମ୍ପର୍କରେ ସଚେତନତାର ପ୍ରସାର କରି ସକାରାତ୍ମକ ପରିବର୍ତ୍ତନ ପଥ ସୁଗମ କରିଦେବା ନିମନ୍ତେ ଆମର ଉଦ୍ୟମ ନିରନ୍ତର ଅବ୍ୟାହତ ରହିବା ଉଚିତ। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ, ପୃଥିବୀରେ ପ୍ରାୟ ୧୦କୋଟି ଲୋକଙ୍କଠାରେ ଥାଲାସିମିଆ ଜିନ୍‌ ରହିଥିବାର ଜଣାପଡ଼ିଛି। ପୁଣି ଏହି ଜିନ୍‌ ରୋଗରେ ଆକ୍ରାନ୍ତ ହୋଇ ପ୍ରତିବର୍ଷ ଜନ୍ମ ନେଉଛନ୍ତି ପ୍ରାୟ ତିନି ଲକ୍ଷରୁ ଅଧିକ ଶିଶୁ।
ଥାଲାସିମିଆ ଏକ ବଂଶଗତ ରକ୍ତ ରୋଗ। ଥାଲାସିମିଆକୁ ସାଧାରଣତଃ ତିନି ଭାଗରେ ବିଭକ୍ତ କରାଯାଇଛି। ତାହା ହେଉଛି-୧. ଥାଲାସିମିଆ ମେଜର, ୨. ଥାଲାସିମିଆ ମାଇନର ଏବଂ ଥାଲାସିମିଆ ଇଣ୍ଟରମେଡିଆ। ଥାଲାସିମିଆ ମେଜରକୁ ମଧ୍ୟ ‘ବିଟା ଥାଲାସିମିଆ’ ବୋଲି କହନ୍ତି। ଏହି ପ୍ରକାରଟି ସବୁଠାରୁ ବେଶି ସାଧାରଣ। ଏହି ପ୍ରକାରଟିରେ ଗ୍ଲୋବିନ୍‌ର ବିଟାଚେନ୍‌ ତିଆରି ବାଧାପ୍ରାପ୍ତ ହୋଇପଡ଼ିଥିବାରୁ ଜାତ ହୁଏ ଗୁରୁତର ଧରଣର ରକ୍ତହୀନତା ବା ଆନିମିଆ। ସାଧାରଣ ଭାବରେ ଦେଖିଲେ ଭୂମିଷ୍ଠ ହେବା ସମୟରେ ଶିଶୁଟି ଦେଖାଯାଏ ଶେତାଳିଆ। ପରେ ପରେ ଯକୃତ ଓ ପ୍ଲୀହା ଆସ୍ତେ ଆସ୍ତେ ବଢ଼ିବାକୁ ଆରମ୍ଭ କରେ। ଯେଉଁ ରୋଗାକ୍ରାନ୍ତ ଶିଶୁମାନେ ବର୍ଷେ କି ଦୁଇ ବର୍ଷ ଭିତରେ ମୃତ୍ୟୁବରଣ ନ କରି ବଞ୍ଚତ୍ରହନ୍ତି, ସେମାନଙ୍କର ମୁଖମଣ୍ଡଳ ଗୋଲାକାର ଦେଖାଯାଏ। କପାଳ ଓ ମସ୍ତିିଷ୍କର ଦୁଇ ପାଖ ହାଡ଼ ଫୁଲିଯାଏ। ବଢ଼ିଯାଏ ହନୁ ହାଡ଼। ନାକ ଦେଖାଯାଏ ଚେପ୍‌ଟା ଓ ଆଖି ଫୁଲାଫୁଲା। ଥାଲାସିମିଆ ଶିଶୁ ସ୍ବାଭାବିକ ଭାବରେ ବିକାଶ ଲାଭ କରିପାରେନି। ତା’ଠାରେ ଅନିୟମିତ ଭାବରେ ଜ୍ୱର ହୁଏ। ଭୋକ ମରିଯାଏ। ପ୍ରକାଶ ପାଏ କାମଳ। ରୋଗୀ ଦୁର୍ବଳତା ଅନୁଭବ କରେ। ସହଜରେ ଧଇଁସଇଁ ହୋଇପଡ଼େ।
ଥାଲାସିମିଆ ରୋଗୀର କମିଯାଏ ହେମୋ ଗ୍ଲୋବିନ୍‌ର ମାତ୍ରା ଓ ଲୋହିତ ରକ୍ତକୋଷିକାଗୁଡ଼ିକର ସଂଖ୍ୟା। ଲୋହିତ ରକ୍ତକୋଷିକାଗୁଡ଼ିକ ଛୋଟଛୋଟ ହୋଇଯାଆନ୍ତି। ନର୍ମୋବ୍ଲାଷ୍ଟ ନାମକ ଅବିକଶିତ ଲୋହିତ ରକ୍ତକୋଷିକାଗୁଡ଼ିକର ସଂଖ୍ୟା ବଢ଼ିଯାଏ। ବଢ଼ିଯାଏ ‘ଫିଟାଲ ହେମୋଗ୍ଲୋବିନ୍‌’ ବା ‘ହେମୋଗ୍ଲୋବିନ୍‌-ଏଫ’ର ମାତ୍ରା। ଏଚ.ପି.ଏଲ.ସି. ନାମକ ଏକ ଅତ୍ୟାଧୁନିକ ପରୀକ୍ଷାରୁ ଥାଲାସିମିଆ ରୋଗକୁ ନିର୍ଦ୍ଦିଷ୍ଟ ଭାବରେ ନିର୍ଣ୍ଣୟ କରାଯାଇଥାଏ। ଆନୁଷଙ୍ଗିକ ପରୀକ୍ଷା ଭାବରେ କରାଯାଇପାରେ ଅସ୍ଥିମଜ୍ଜା ପରୀକ୍ଷା, ହାଡ଼ର ଏକ୍ସ-ରେ ଏବଂ ରକ୍ତରେ ଲୌହ ଓ ଫେରିଟିନ୍‌ର ମାତ୍ରା ନିର୍ଦ୍ଧାରଣ।
ଥାଲାସିମିଆ ଏକ ବଂଶଗତ ରୋଗ ହୋଇଥିଲେ ମଧ୍ୟ ଏହାର ନିବାରଣ ସମ୍ଭବ। ପତି ଓ ପତ୍ନୀ ଉଭୟ ଥାଲାସିମିଆ ଟ୍ରିଟ୍‌ ହୋଇଥିଲେ ଏବଂ ପତ୍ନୀ ଗର୍ଭବତୀ ହେଲେ ଗର୍ଭ ହେବର ଅଢ଼େଇରୁ ତିନି ମାସ ଭିତରେ ଗର୍ଭସ୍ଥ ଭ୍ରୂଣଠାରୁ ରକ୍ତ ସଂଗ୍ରହ କରି କିମ୍ବା ଗର୍ଭାଶୟରୁ ସଂଗୃହୀତ ଜଳରୁ ଜୀବକୋଷ ସଂଗ୍ରହ କରି ତାହାର ଜିନ୍‌ ପରୀକ୍ଷା କରାଯାଇଥାଏ। ବଡ଼ ସୌଭାଗ୍ୟର କଥା ଯେ ଥାଲାସିମିଆ ରୋଗୀଙ୍କ ଚିକିତ୍ସା ପାଇଁ ବିଭିନ୍ନ ରକ୍ତ ଭଣ୍ଡାରରେ ସ୍ବତନ୍ତ୍ର ବ୍ୟବସ୍ଥାମାନ ଉପଲବ୍ଧ। ତେବେ ଥାଲାସିମିଆ ରୋଗଟି ସମ୍ବନ୍ଧରେ ଜନସଚେତନା ବୃଦ୍ଧିର ଆବଶ୍ୟକତା ରହିଛି। ଏ ସଂକ୍ରାନ୍ତ ତଥ୍ୟର ସଂଚାରଣ ମଧ୍ୟ ବାଞ୍ଛନୀୟ। ଏହି ରୋଗ ସଂକ୍ରାନ୍ତ ସ୍ବାସ୍ଥ୍ୟ ଶିକ୍ଷା ରୋଗର ନିବାରଣ ଏବଂ ଚିକିତ୍ସାରେ ଯେ ଯଥେଷ୍ଟ ସହାୟକ ହୋଇପାରିବ ଏହା ନିଃସନ୍ଦେହ।
-ଡ. ନିତ୍ୟାନନ୍ଦ ସ୍ବାଇଁ, ‘ଅଭୀପ୍‌ସା’, ସେକ୍ଟର-୬,
ପ୍ଲଟ ନଂ-୧୧୩୧,
ସିଡିଏ, କଟକ-୧୪


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri