Odisha Elections 2024
Posted inଫୁରସତ

”ଜନସଚେତନତା ବିପଦ ଏଡ଼ାଇବ“

ପ୍ରତିବର୍ଷ ମେ’ ୮ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ଥାଲାସିମିଆ ଦିବସ’। ଚଳିତ ବର୍ଷର ଏହି ଦିବସ ଉପଲକ୍ଷେ ପ୍ରସାରିତ ବାର୍ତ୍ତାଟିରେ କୌଣସି ଅସ୍ପଷ୍ଟତା ନାହିଁ। ଥାଲାସିମିଆ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ସେହି ବାର୍ତ୍ତାରେ ରହିଛି ଏକ ବଳିଷ୍ଠ ଆହ୍ବାନ। ଥାଲସିମିଆ ରୋଗୀମାନେ ଯେଉଁଠି ରହିଥାଆନ୍ତୁ ନା କାହିଁକି, ସେମାନଙ୍କର ଆର୍ଥିକ ଅବସ୍ଥା ଯାହା ହୋଇଥାଉ ନା କାହିଁକି, ସମସ୍ତଙ୍କ ନିକଟରେ ନିର୍ଭୁଲ ରୋଗ ନିର୍ଣ୍ଣୟ ସୁବିଧା ଏବଂ ଆଧୁନିକତମ ସର୍ବୋତ୍କୃଷ୍ଟ ଚିକିତ୍ସା ସେବା ପହଞ୍ଚେଇବାରେ ଆମ ସମସ୍ତଙ୍କର ଅବଦାନ ରହିବା ବାଞ୍ଛନୀୟ। ଅନ୍ୟପକ୍ଷରେ ଏହି ରୋଗ ସମ୍ପର୍କରେ ସଚେତନତାର ପ୍ରସାର କରି ସକାରାତ୍ମକ ପରିବର୍ତ୍ତନ ପଥ ସୁଗମ କରିଦେବା ନିମନ୍ତେ ଆମର ଉଦ୍ୟମ ନିରନ୍ତର ଅବ୍ୟାହତ ରହିବା ଉଚିତ। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ, ପୃଥିବୀରେ ପ୍ରାୟ ୧୦କୋଟି ଲୋକଙ୍କଠାରେ ଥାଲାସିମିଆ ଜିନ୍‌ ରହିଥିବାର ଜଣାପଡ଼ିଛି। ପୁଣି ଏହି ଜିନ୍‌ ରୋଗରେ ଆକ୍ରାନ୍ତ ହୋଇ ପ୍ରତିବର୍ଷ ଜନ୍ମ ନେଉଛନ୍ତି ପ୍ରାୟ ତିନି ଲକ୍ଷରୁ ଅଧିକ ଶିଶୁ।
ଥାଲାସିମିଆ ଏକ ବଂଶଗତ ରକ୍ତ ରୋଗ। ଥାଲାସିମିଆକୁ ସାଧାରଣତଃ ତିନି ଭାଗରେ ବିଭକ୍ତ କରାଯାଇଛି। ତାହା ହେଉଛି-୧. ଥାଲାସିମିଆ ମେଜର, ୨. ଥାଲାସିମିଆ ମାଇନର ଏବଂ ଥାଲାସିମିଆ ଇଣ୍ଟରମେଡିଆ। ଥାଲାସିମିଆ ମେଜରକୁ ମଧ୍ୟ ‘ବିଟା ଥାଲାସିମିଆ’ ବୋଲି କହନ୍ତି। ଏହି ପ୍ରକାରଟି ସବୁଠାରୁ ବେଶି ସାଧାରଣ। ଏହି ପ୍ରକାରଟିରେ ଗ୍ଲୋବିନ୍‌ର ବିଟାଚେନ୍‌ ତିଆରି ବାଧାପ୍ରାପ୍ତ ହୋଇପଡ଼ିଥିବାରୁ ଜାତ ହୁଏ ଗୁରୁତର ଧରଣର ରକ୍ତହୀନତା ବା ଆନିମିଆ। ସାଧାରଣ ଭାବରେ ଦେଖିଲେ ଭୂମିଷ୍ଠ ହେବା ସମୟରେ ଶିଶୁଟି ଦେଖାଯାଏ ଶେତାଳିଆ। ପରେ ପରେ ଯକୃତ ଓ ପ୍ଲୀହା ଆସ୍ତେ ଆସ୍ତେ ବଢ଼ିବାକୁ ଆରମ୍ଭ କରେ। ଯେଉଁ ରୋଗାକ୍ରାନ୍ତ ଶିଶୁମାନେ ବର୍ଷେ କି ଦୁଇ ବର୍ଷ ଭିତରେ ମୃତ୍ୟୁବରଣ ନ କରି ବଞ୍ଚତ୍ରହନ୍ତି, ସେମାନଙ୍କର ମୁଖମଣ୍ଡଳ ଗୋଲାକାର ଦେଖାଯାଏ। କପାଳ ଓ ମସ୍ତିିଷ୍କର ଦୁଇ ପାଖ ହାଡ଼ ଫୁଲିଯାଏ। ବଢ଼ିଯାଏ ହନୁ ହାଡ଼। ନାକ ଦେଖାଯାଏ ଚେପ୍‌ଟା ଓ ଆଖି ଫୁଲାଫୁଲା। ଥାଲାସିମିଆ ଶିଶୁ ସ୍ବାଭାବିକ ଭାବରେ ବିକାଶ ଲାଭ କରିପାରେନି। ତା’ଠାରେ ଅନିୟମିତ ଭାବରେ ଜ୍ୱର ହୁଏ। ଭୋକ ମରିଯାଏ। ପ୍ରକାଶ ପାଏ କାମଳ। ରୋଗୀ ଦୁର୍ବଳତା ଅନୁଭବ କରେ। ସହଜରେ ଧଇଁସଇଁ ହୋଇପଡ଼େ।
ଥାଲାସିମିଆ ରୋଗୀର କମିଯାଏ ହେମୋ ଗ୍ଲୋବିନ୍‌ର ମାତ୍ରା ଓ ଲୋହିତ ରକ୍ତକୋଷିକାଗୁଡ଼ିକର ସଂଖ୍ୟା। ଲୋହିତ ରକ୍ତକୋଷିକାଗୁଡ଼ିକ ଛୋଟଛୋଟ ହୋଇଯାଆନ୍ତି। ନର୍ମୋବ୍ଲାଷ୍ଟ ନାମକ ଅବିକଶିତ ଲୋହିତ ରକ୍ତକୋଷିକାଗୁଡ଼ିକର ସଂଖ୍ୟା ବଢ଼ିଯାଏ। ବଢ଼ିଯାଏ ‘ଫିଟାଲ ହେମୋଗ୍ଲୋବିନ୍‌’ ବା ‘ହେମୋଗ୍ଲୋବିନ୍‌-ଏଫ’ର ମାତ୍ରା। ଏଚ.ପି.ଏଲ.ସି. ନାମକ ଏକ ଅତ୍ୟାଧୁନିକ ପରୀକ୍ଷାରୁ ଥାଲାସିମିଆ ରୋଗକୁ ନିର୍ଦ୍ଦିଷ୍ଟ ଭାବରେ ନିର୍ଣ୍ଣୟ କରାଯାଇଥାଏ। ଆନୁଷଙ୍ଗିକ ପରୀକ୍ଷା ଭାବରେ କରାଯାଇପାରେ ଅସ୍ଥିମଜ୍ଜା ପରୀକ୍ଷା, ହାଡ଼ର ଏକ୍ସ-ରେ ଏବଂ ରକ୍ତରେ ଲୌହ ଓ ଫେରିଟିନ୍‌ର ମାତ୍ରା ନିର୍ଦ୍ଧାରଣ।
ଥାଲାସିମିଆ ଏକ ବଂଶଗତ ରୋଗ ହୋଇଥିଲେ ମଧ୍ୟ ଏହାର ନିବାରଣ ସମ୍ଭବ। ପତି ଓ ପତ୍ନୀ ଉଭୟ ଥାଲାସିମିଆ ଟ୍ରିଟ୍‌ ହୋଇଥିଲେ ଏବଂ ପତ୍ନୀ ଗର୍ଭବତୀ ହେଲେ ଗର୍ଭ ହେବର ଅଢ଼େଇରୁ ତିନି ମାସ ଭିତରେ ଗର୍ଭସ୍ଥ ଭ୍ରୂଣଠାରୁ ରକ୍ତ ସଂଗ୍ରହ କରି କିମ୍ବା ଗର୍ଭାଶୟରୁ ସଂଗୃହୀତ ଜଳରୁ ଜୀବକୋଷ ସଂଗ୍ରହ କରି ତାହାର ଜିନ୍‌ ପରୀକ୍ଷା କରାଯାଇଥାଏ। ବଡ଼ ସୌଭାଗ୍ୟର କଥା ଯେ ଥାଲାସିମିଆ ରୋଗୀଙ୍କ ଚିକିତ୍ସା ପାଇଁ ବିଭିନ୍ନ ରକ୍ତ ଭଣ୍ଡାରରେ ସ୍ବତନ୍ତ୍ର ବ୍ୟବସ୍ଥାମାନ ଉପଲବ୍ଧ। ତେବେ ଥାଲାସିମିଆ ରୋଗଟି ସମ୍ବନ୍ଧରେ ଜନସଚେତନା ବୃଦ୍ଧିର ଆବଶ୍ୟକତା ରହିଛି। ଏ ସଂକ୍ରାନ୍ତ ତଥ୍ୟର ସଂଚାରଣ ମଧ୍ୟ ବାଞ୍ଛନୀୟ। ଏହି ରୋଗ ସଂକ୍ରାନ୍ତ ସ୍ବାସ୍ଥ୍ୟ ଶିକ୍ଷା ରୋଗର ନିବାରଣ ଏବଂ ଚିକିତ୍ସାରେ ଯେ ଯଥେଷ୍ଟ ସହାୟକ ହୋଇପାରିବ ଏହା ନିଃସନ୍ଦେହ।
-ଡ. ନିତ୍ୟାନନ୍ଦ ସ୍ବାଇଁ, ‘ଅଭୀପ୍‌ସା’, ସେକ୍ଟର-୬,
ପ୍ଲଟ ନଂ-୧୧୩୧,
ସିଡିଏ, କଟକ-୧୪


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକଙ୍କୁ ଭେଟିବା ପାଇଁ ୧୫୦୦ କିଲୋମିଟର ଗଲେ ଯୁବତୀ, ବିମାନରୁ ଓହ୍ଲାଇବା ପରେ ଯାହା ଘଟିଲା, ଜାଣିଲେ…

ଅନଲାଇନ ଡେଟିଂ ସବୁବେଳ ପାଇଁ ବିପଦପୂର୍ଣ୍ଣ ଅଟେ। ଅନେକ ଯୁବତୀ/ଯୁବକଙ୍କ ପାଇଁ ଏହା ବହୁତ ମଜାଦାର ହୋଇଥିବା ବେଳେ ଆଉ କିଛି ଯୁବତୀ ଯୁବକ ଏଥିରେ...

କଣ ଏହି ‘ଗଜଗାମିନୀ’ ଚାଲି? ଅଦିତିଙ୍କ ବାସ ୧୦ ସେକେଣ୍ଡର ଝଲକ୍‌ରେ ଲୋକେ ହେଉଛନ୍ତି ଦିୱାନା

ଫ୍ୟାଶନ ଦୁନିଆରେ ‘କ୍ୟାଟୱାକ’ ବିଷୟରେ ଆପଣ ନିଶ୍ଚୟ ବହୁତ ଶୁଣିଥିବେ। କିନ୍ତୁ କେବେ ସ୍ବାନ ଓ୍ବାକ୍‌ କିମ୍ବା ଗଜ ଗାମିନୀ ବିଷୟରେ ଶୁଣିଛନ୍ତି କି? ପ୍ରାୟତ...

ପ୍ରଥମ ରୋଜଗାରର ଶିହରଣ ଏବେ ବି ଅନୁଭବ କରେ:ସୌମ୍ୟଶ୍ରୀ ପାଣିଗ୍ରାହୀ

ସବୁବେଳେ ନାହିଁ ନାହିଁର ଜୀବନ ଜିଇଆସିଥିବା, ସବୁକଥାରେ କାଣ୍ଟଛାଣ୍ଟ କରୁଥିବା, ଅୟସର ସ୍ବପ୍ନ ଦେଖିବାକୁ ନିଜ ମନକୁ ହାଲ୍‌କା ଭାବେ ଆକଟ କରୁଥିବା ୨୦/୨୨ ବର୍ଷର...

୩୪ ବର୍ଷ ବୟସରେ ଜେଜେ ମା’ ହେଲେ ଶିର୍ଲି

ସିଙ୍ଗାପୁର: ସିଙ୍ଗାପୁରର ଶିର୍ଲି ଲିଙ୍ଗ୍‌ ନାମ୍ନୀ ଜଣେ ମହିଳା ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ମାତ୍ର ୩୪ ବର୍ଷ ବୟସରେ ଜେଜେ ମା’ ହୋଇଛନ୍ତି। ତାଙ୍କର ୧୭...

ବିଶ୍ୱର ସବୁଠୁ ଛୋଟ ମହିଳାଙ୍କୁ ଭେଟିଲେ ‘ଦ ଗ୍ରେଟ୍‌ ଖଲି’: ପରେ ଘଟିଲା….ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୫: ଦେଶର ଜଣେ ଜଣାଶୁଣା କୁସ୍ତି ଖେଳାଳି ‘ଦ ଗ୍ରେଟ୍‌ ଖଲି’ କିଏ ବା ନ ଜାଣେ ନାହିଁ। ସେ ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଜିତିଛନ୍ତି।...

ନିରାପଦ ଏଚ୍‌ଆଇଭି ଟିକା ପାଇଁ ମିଳିତ ଉଦ୍ୟମ ଦରକାର

ସମଗ୍ର ବିଶ୍ୱରେ ଚିନ୍ତାର କାରଣ ସାଜିଥିବା ତଥା ଅନ୍ୟତମ ପ୍ରମୁଖ ରୋଗ ମଧ୍ୟରେ ଏଡ୍‌ସ (ଆକ୍ୟୁଆଡ ଇମ୍ୟୁନ ଡେଫିସିଏନ୍‌ସି ସଣ୍ଡ୍ରୋମ) ଅନ୍ୟତମ। ଏହାର ଏ ପର୍ଯ୍ୟନ୍ତ...

ବଟର ଚିକେନ୍‌ ଉଦ୍ଭାବକ କିଏ

ନୂଆଦିଲ୍ଲୀ,୧୮ା୫: ବଟର ଚିକେନ୍‌ ହେଉଛି ତନ୍ଦୁରରେ ରନ୍ଧାଯାଉଥିବା ଚିକେନ୍‌ ପିସ୍‌ଗୁଡ଼ିକୁ ଟମାଟୋ, କ୍ରିମ୍‌ ଓ ବଟର ସହ ମିଶ୍ରଣ କରି ପ୍ରସ୍ତୁତ କରାଯାଉଥିବା ଏକ ବ୍ୟଞ୍ଜନ।...

ରାହୁଲ ଗାନ୍ଧୀଙ୍କ ବିବାହକୁ ନେଇ ଏକ ବଡ଼ କଥା କହିଲେ ଭଉଣୀ ପ୍ରିୟଙ୍କା, ଜାଣିଲେ…

ନୂଆଦିଲ୍ଲୀ,୧୭ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରଚାରରେ ବ୍ୟସ୍ତ ଥିବା ପ୍ରିୟଙ୍କା ଗାନ୍ଧୀ ଭାଇ ରାହୁଲ ଗାନ୍ଧୀଙ୍କ ବିବାହ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri