Posted inଫୁରସତ

‘ଶୌଚାଳୟ: ଶାନ୍ତି ପାଇଁ ଏକ ସ୍ଥାନ’

ପ୍ରତିବର୍ଷ ନଭେମ୍ବର ୧୯ ରେ ବିଶ୍ୱସ୍ତରରେ ଶୌଚାଳୟ ଦିବସ ପାଳନ କରାଯାଏ। ଏହା ହେଉଛି ମିଳିତ ଜାତିସଂଘର ଏକ ବୈଶ୍ୱିକ ପଦକ୍ଷେପ, ଯାହା ଜରୁରୀ ପରିମଳ ସଙ୍କଟ ଦୂର କରିବା ପାଇଁ ବିଶ୍ୱସ୍ତରରେ ସଚେତନତା ସୃଷ୍ଟି କରେ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) ୨୦୨୩ରେ ପ୍ରକାଶ କରିଥିବା ଏକ ରିପୋର୍ଟ ଅନୁଯାୟୀ ପ୍ରତିଦିନ ପାଞ୍ଚ ବର୍ଷରୁ କମ୍‌ ବୟସର ପ୍ରାୟ ୧୦୦୦ ପିଲାମାନଙ୍କର ମୃତ୍ୟୁ ଅସୁରକ୍ଷିତ ଜଳ, ପରିମଳ ଏବଂ ସ୍ବଚ୍ଛତା କାରଣରୁ ହେଉଛି। ଯେତେବେଳେ କି ଉନ୍ନତ ପରିମଳ ପ୍ରତିବର୍ଷ ୧.୪ ନିୟୁତ ଜୀବନ ରକ୍ଷା କରିପାରିବ। ଯାହା ଶୌଚାଳୟର ଆବଶ୍ୟକତାକୁ ଦର୍ଶାଉଛି।

୨୦୧୩ ଠାରୁ ପାଳନ କରାଯାଉଥିବା ଏହି ଦିନ, ନିରାପଦ ତଥା ଶୌଚାଳୟର ଉପଲବ୍ଧ ସୁବିଧା ଉପରେ ଗୁରୁତ୍ୱ ଦିଏ। ଏହି ଦିନ ପାଳିବାର ଲକ୍ଷ୍ୟ ରହିଛି ୨୦୩୦ ସୁଦ୍ଧା ସମସ୍ତଙ୍କ ପାଇଁ ଜଳ ଏବଂ ପରିମଳ ସୁନିଶ୍ଚିତ କରିବା। ଚଳିତ ବର୍ଷ ଏହାର ବିଷୟବସ୍ତୁ ହେଉଛି ’ଶୌଚାଳୟ: ଶାନ୍ତି ପାଇଁ ଏକ ସ୍ଥାନ’ ଯାହା ଜଳବାୟୁ ପରିବର୍ତ୍ତନ, ପ୍ରାକୃତିକ ବିପର୍ଯ୍ୟୟ ଏବଂ ବ୍ୟବସ୍ଥିତ ଅବହେଳା ହେତୁ କୋଟି କୋଟି ଲୋକ ପରିମଳ ପାଇଁ ଅଧିକ ବିପଦର ସମ୍ମୁଖୀନ ହେଉଥିବା ଗୁରୁତ୍ୱାରୋପ କରିଛି।

ପର୍ଯ୍ୟାପ୍ତ ପରିମଳ ବ୍ୟବସ୍ଥା ଅଭାବ ହେତୁ ବର୍ତ୍ତମାନ ବିଶ୍ୱରେ ପ୍ରାୟ ୩.୫ ବିଲିୟନ ଲୋକ ନିରାପଦରେ ପରିଚାଳିତ ପରିମଳ ବିନା ଜୀବନଯାପନ କରୁଥିବାବେଳେ ବିଶ୍ୱରେ ୪୧୯ ନିୟୁତ ଲୋକେ ବାହାରେ ମଳତ୍ୟାଗ କରୁଛନ୍ତି। ପରିମଳ ବ୍ୟବସ୍ଥା ଏକ ପ୍ରତିରକ୍ଷା ପ୍ରତିବନ୍ଧକ ଭାବରେ କାର୍ଯ୍ୟ କରେ ଓ ସୁନିଶ୍ଚିତ କରେ ଯେ, ମାନବ ବର୍ଜ୍ୟବସ୍ତୁ ଇକୋସିଷ୍ଟମରେ ପ୍ରବେଶ କରେ ନାହିଁ ଏବଂ ସମ୍ପ୍ରଦାୟକୁ ବିପଦରୁ ରକ୍ଷା କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?