ବିଶ୍ୱ ପର୍ଯ୍ୟଟନ ଦିବସ: ସଫେଇ କାର୍ଯ୍ୟକ୍ରମରେ ସାମିଲ ହେଲେ ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା-ପ୍ରଶାସନ

ଦାରିଙ୍ଗବାଡି,୨୭।୯(ଅରୁଣ ସାହୁ): ଆଜି ବିଶ୍ୱ ପର୍ଯ୍ୟଟନ ଦିବସ ଏଥିପାଇଁ ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଥିବା ପର୍ଯ୍ୟଟନ କ୍ଷେତ୍ରକୁ ସଫେଇ କରାଯାଇଛି। ଦାରିଙ୍ଗବାଡିର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରେ ରହିଥିବା କଫି ବଗିଚା, ଡୁଲୁରୀ ପାଇନବଣକୁ ସଫେଇ କରାଯାଇଥିବାବେଳେ ପ୍ରତିଦିନ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ଅନ୍ୟ ପର୍ଯ୍ୟଟନ କ୍ଷେତ୍ରଗୁଡିକ ସଫେଇ କାର୍ଯ୍ୟ ଜାରି ରହିବ ବୋଲି ବିଡ଼ିଓ ଗଦାଧର ପାତ୍ର କହିଛନ୍ତି।

ଏହି ଅବସରରେ ବିଡ଼ିଓ ଗଦାଧର ପାତ୍ର, ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ସରପଞ୍ଚ ଚନ୍ଦ୍ରିକା ମଲିକ, ଜଳ ଯୋଗାଣ ଓ ପରିମଳ ବିଭାଗର ବିଆରସି ସୁଦାମ ସେନାପତି ଏବଂ ଦାରିଙ୍ଗବାଡି ପଞ୍ଚାୟତର କାର୍ଯ୍ୟକ୍ରମ ଅଧିକାରୀ ଦୁଃଶାସନ ବେହେରା, ଏପିଓ କେଦାର ଚନ୍ଦ୍ର ପଣ୍ଡା ପ୍ରମୁଖ ଏହି ସଫେଇରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri