ବିଶ୍ବ ବାଣିଜ୍ୟ ଦିବସ: ଆଧୁନିକ ଭାରତ ନିର୍ମାଣରେ ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା

ଛତ୍ରପୁର,୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ପରିସର ସ୍ଥିତ ସମ୍ମିଳନୀ କକ୍ଷରେ ସୋମବାର ସ୍ନାତକୋତ୍ତର ବାଣିଜ୍ୟ ବିଭାଗ ପକ୍ଷରୁ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଅଜୟ କୁମାର ତ୍ରିପାଠୀଙ୍କ ପୌରହିତ୍ୟରେ ବିଶ୍ବ ବାଣିଜ୍ୟ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି।

କାର୍ଯ୍ୟକ୍ରମରେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ଡ. ଗୌରୀଶଙ୍କର ଲାଲ ଯୋଗଦେଇ ଛାତ୍ରୀଛାତ୍ର ଓ ଅଧ୍ୟାପିକା ଅଧ୍ୟାପକମାନଙ୍କୁ ବିଶ୍ବ ବାଣିଜ୍ୟ ଦିବସର ଆଭିମୁଖ୍ୟ ସମ୍ପର୍କରେ ସଚେତନ କରାଇଥିଲେ। ପ୍ରଫେସର ଡ.ଲାଲ ସାମାଜିକ ବାଣିଜ୍ୟ ସମ୍ବନ୍ଧରେ ଏକ ମହତ୍ତ୍ୱପୂର୍ଣ୍ଣ ନିବନ୍ଧ ଉପସ୍ଥାପନ କରି ଆଧୁନିକ ଭାରତ ନିର୍ମାଣରେ ଏହାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ।

ବାଣିଜ୍ୟ ଦିବସ ପାଳନ କାର୍ଯ୍ୟକ୍ରମ ‘ବିଶ୍ୱ ବାଣିଜ୍ୟର ଉତ୍ସବ, ସୁଯୋଗର ସଂଯୋଗ, ସମୃଦ୍ଧ ଭବିଷ୍ୟତର ନିର୍ମାଣ’ ଶୀର୍ଷକ ଉପରେ ଆଧାରିତ ଥିଲା। ମହାବିଦ୍ୟାଳୟ ପ୍ରଶାସନିକ ଅଧିକାରୀ ସୁଶାନ୍ତ ଦାସ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ବାଣିଜ୍ୟ ବିଭାଗର ମୁଖ୍ୟ ଡ. ପିଙ୍କିରାଣୀ ଦେଇ ଅତିଥି ପରିଚୟ ପ୍ରଦାନ କରିଥିଲେ।

କାର୍ଯ୍ୟକ୍ରମ ଶେଷରେ ବିଭାଗର ସହକାରୀ ପ୍ରଫେସର ଡ. ସ୍ଥିତି ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ବିଭାଗର ଅଧ୍ୟାପକ ଦୀପକ କୁମାର ବେହେରା, ଦୁର୍ଗା ପ୍ରସାଦ ବେହେରା, ନରେଶ ରାଉତ, ମାନସ ପଣ୍ଡା, ପ୍ରଫେସର ପ୍ରେରଣା ପଣ୍ଡା ଏବଂ ଜତୀନ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ବିଭାଗର ଛାତ୍ରୀ ଶୁଭଶ୍ରୀ ପାଢୀ କାର୍ଯ୍ୟକ୍ରମକୁ ସୂଚାରୁ ରୂପେ ସଞ୍ଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଙ୍କିପୁର ଉପନିର୍ବାଚନରେ ପ୍ରଶାନ୍ତ କିଶୋରଙ୍କୁ ସହଯୋଗ କଲେ ନୀତିଶ କୁମାର, ଜାଣନ୍ତୁ କ’ଣ ଥିଲା ପିକେଙ୍କ ରଣନୀତି

ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବିଜୟ ହାସଲ କରିଛନ୍ତି। ବଡ଼ ବ୍ୟବଧାନରେ ସେ ଭାଜପା ପ୍ରାର୍ଥୀ…

ଛାତିଥରା ଘଟଣା…ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କଲେ ଦୁର୍ବୃତ୍ତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୮: ହରିୟାଣାର ଫରିଦାବାଦ ଜିଲାର ସିକରୌନା ଗାଁରେ ଥିବା ଏକ ସ୍କୁଲରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ଜଣେ ମୁଖା ପିନ୍ଧିଥିବା ଯୁବକ ସ୍କୁଲ ପରିସରକୁ…

ଜବରଦସ୍ତ ବିଜୟ ପରେ ଭାଜପାକୁ ଏମିତି ଅନୁରୋଧ କଲେ ପ୍ରଶାନ୍ତ କିଶୋର: ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ…

ପାଟନା,୩।୮: ଜନ ସୂରଜ ପାର୍ଟି (JSP)ର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବାଙ୍କିପୁର ଉପନିର୍ବାଚନରେ ବିଜୟ ହାସଲ କରିଛନ୍ତି। ସେ ଭାଜପା ପ୍ରାର୍ଥୀ ନୀରଜ କୁମାରଙ୍କୁ ପରାସ୍ତ କରିଛନ୍ତି।…

RSSର ବଡ଼ ପ୍ଲାନ! ମୋଦିଙ୍କ ପରେ Gen-Zଙ୍କ ସହ ସିଧାସଳଖ କଥା ହେବେ ମୋହନ ଭାଗବତ

ନୂଆଦିଲ୍ଲୀ,୩।୮: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ର ସଂଘ ଚାଳକ ମୋହନ ଭାଗବତ ଅଗଷ୍ଟ ୬ ତାରିଖରେ ଦେଶର ଯୁବବର୍ଗଙ୍କ ସହ ସୀଧାସଳଖ କଥାବାର୍ତ୍ତା କରିବେ। ଆରଏସଏସ…

ବାଙ୍କିପୁର ବିଜୟ ପରେ ପିଏମ୍‌ ମୋଦିଙ୍କୁ ଏହି ଅପିଲ କଲେ ପ୍ରଶାନ୍ତ କିଶୋର, ଆଶ୍ଚର୍ଯ୍ୟ ହୋଇଗଲା ଭାଜପା!

ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିଛନ୍ତି ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର। ତେବେ ଭୋଟ ଗଣତି ଚାଲିଥିବା ସମୟରେ ଗଣମାଧ୍ୟମ ସହ…

୧୬ଦିନରେ ୨ଟା ଗ୍ରହଣ: ସତ୍ତାରୁ ସୀମା ଯାଏ ବଡ଼ ହଲଚଲ! ଭାରତୀୟଙ୍କ ଉପରେ ମାଡ଼ି ଆସୁଛି ବଡ଼ ବିପଦ

ଅଗଷ୍ଟ ମାସ ବିଶେଷ ହେବାକୁ ଯାଉଛି। ଏହି ମାସରେ ମାତ୍ର ୧୬ ଦିନ ମଧ୍ୟରେ ସୂର୍ଯ୍ୟ ଓ ଚନ୍ଦ୍ର ଉଭୟଙ୍କ ଉପରେ ଗ୍ରହଣର ଛାୟା ପଡ଼ିବ। ପ୍ରଥମ…

ଲୁଗା ବ୍ୟବସାୟୀଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ: ସୁନା ଗହଣା ସବୁ ଲୁଟିନେେଲେ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ର ଲୁଗା ବ୍ୟବସାୟୀ ଅଶୋକ ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ…

ବନ ନିଗମର ବିଭିନ୍ନ ସମସ୍ୟା ସମାଧାନ ଦାବି: ଖାଲି ପଦବୀ ପୂରଣ ଉପରେ ଗୁରୁତ୍ୱ

ଭଞ୍ଜନଗର, ୩।୮(ବାବୁଲା ପ୍ରଧାନ): ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ପାଦକ ସମ୍ମିଳନୀ ସୋମବାର ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ସଂଘର ସଭାପତି ପ୍ରିୟଦର୍ଶୀ ମିଶ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri