Posted inଜାତୀୟ

ଭାରତ ପ୍ରତି ବିଶ୍ୱ ଦୃଷ୍ଟିଭଙ୍ଗୀ ବଦଳିଛି

ନୂଆଦିଲ୍ଲୀ,୧।୨: ଭାରତ ପ୍ରତି ବିଶ୍ୱ ଦୃଷ୍ଟିଭଙ୍ଗୀରେ ବଦଳିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭରେ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରି କହିଛନ୍ତି। ଫଳରେ ପ୍ରତ୍ୟେକ ଭାରତୀୟଙ୍କ ଆତ୍ମବିଶ୍ୱାସ ଆଜି ଶୀର୍ଷରେ ପହଞ୍ଚତ୍ଛି। ଭାରତର ଅତୀତ ଗୌରବ ସହ ଆଧୁନିକତାର ସମସ୍ତ ଗୌରବମୟ ଅଧ୍ୟାୟକୁ ଯୋଡ଼ି ଆଗାମୀ ୨୫ ବର୍ଷରେ ଏହାକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବା ଲାଗି ଜନସାଧାରଣ ସେମାନଙ୍କର ଶ୍ରେଷ୍ଠ ପ୍ରତିପାଦନ କରିବା ନିମନ୍ତେ ମୁର୍ମୁ ଆହ୍ବାନ ଦେଇଛନ୍ତି।
ଦେଶ ସ୍ବାଧୀନତାର ଅମୃତ କାଳ ଆଗାମୀ ୨୫ ବର୍ଷରେ ଭାରତକୁ ଆତ୍ମନିର୍ଭର କରି ଗଢ଼ିତୋଳିବା ସହ ଏହାର ସମସ୍ତ ମାନବୀୟ ଦାୟିତ୍ୱ ପୂରଣ କରିବାକୁ ହେବ। ସର୍ଜିକାଲ ଷ୍ଟ୍ରାଇକ୍‌ଠାରୁ ଆତଙ୍କବାଦ ବିରୋଧରେ କାର୍ଯ୍ୟାନୁଷ୍ଠାନ, ଏଲ୍‌ଓସିରୁ ଏଲ୍‌ଏସି, ଅନୁଚ୍ଛେଦ ୩୭୦ ଉଚ୍ଛେଦରୁ ତିନି ତଲାକ ଯାଏ, ସମସ୍ତ ନିଷ୍ପତ୍ତି ମୋ ସରକାରକୁ ନିର୍ଣ୍ଣାୟକ ସରକାର ଭାବେ ସ୍ବୀକୃତି ଦେଇଥିବା ମର୍ମୁ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାରଙ୍କ ୯ ବର୍ଷ ଶାସନକାଳ ମଧ୍ୟରେ ଦେଶ ଅନେକ ସକାରାତ୍ମକ ପରିବର୍ତ୍ତନ ଦେଖିଛି। ପ୍ରତ୍ୟେକ ଭାରତୀୟଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଶୀର୍ଷରେ ପହଞ୍ଚତ୍ବା ସବୁଠୁ ବଡ଼ ପରିବର୍ତ୍ତନ। ଦିନେ ଭାରତ ନିଜ ସମସ୍ୟାର ସମାଧାନ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିଲା। ଏବେ ଏହା ବିଶ୍ୱ ସମସ୍ୟା ସମାଧାନ ଦିଗରେ କାର୍ଯ୍ୟ କରୁଛି ବୋଲି ମୁର୍ମୁ କହିଛନ୍ତି।
ଡିଜିଟାଲ ନେଟ୍‌ଓ୍ବର୍କର ସମ୍ପ୍ରସାରଣ, ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ଯୋଗୁ ଭାରତରେ ସ୍ଥିର, ନିର୍ଭୀକ ଏବଂ ନିର୍ଣ୍ଣାୟକ ସୃଷ୍ଟି ହୋଇଛି ଏବଂ ବଡ୍‌ ସ୍ବପ୍ନ ସାକାର କରିବା ଦିଗରେ କାର୍ଯ୍ୟ କରୁଛି। ବେଟି ବଚାଓ, ବେଟି ପଢ଼ାଓ ଅଭିଯାନର ସଫଳତା ଯୋଗୁ ଭାରତରେ ପ୍ରଥମ ଥର ପାଇଁ ମହିଳାଙ୍କ ସଂଖ୍ୟା ପୁରୁଷଙ୍କୁ ଟପିଛି। ଡିଜିଟାଲ ଇଣ୍ଡିଆ ଯୋଗୁ ଦେଶରେ ସ୍ଥାୟୀ ଓ ସ୍ବଚ୍ଛ ବ୍ୟବସ୍ଥା ହୋଇପାରିଛି ବୋଲି ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri