ଟାଟା ଷ୍ଟିଲ୍‌କୁ ୱାର୍ଲଡ୍‌ ୱାଟର ଆୱାର୍ଡ

ଭୁବନେଶ୍ୱର, ୭।୨: ଟାଟା ଷ୍ଟିଲ୍‌ର ଫେରୋ ଆଲଏଜ୍‌ ଆଣ୍ଡ ମିନେରାଲ୍ସ ଡିଭିଜନ (ଏଫ୍‌ଏଏମ୍‌ଡି)କୁ ନିକଟରେ ଏକ ସମ୍ମାନଜନକ ମାନ୍ୟତା ସହ ପୁରସ୍କୃତ କରାଯାଇଛି। ବିଶେଷକରି ଜଳ ପରିଚାଳନା ପ୍ରକ୍ରିୟାରେ ଉନ୍ନତି ଆଣିବା ଏବଂ ତା’ର ପରିଚାଳନାରେ ଦୀର୍ଘ ସ୍ଥାୟିତ୍ୱକୁ ତ୍ୱରାନ୍ବିତ କରିବା ପାଇଁ ଟାଟା ଷ୍ଟିଲ୍‌ ଏଫ୍‌ଏଏମ୍‌ଡିର ଅତ୍ୟାଧୁନିକ ଡିଜିଟାଲ ଜ୍ଞାନକୌଶଳକୁ ଭାରତର ପ୍ରମୁଖ ଜଳ ପତ୍ରିକା ୱାଟର ଡାଇଜେଷ୍ଟ ମାନ୍ୟତା ପ୍ରଦାନ କରିଛି। ଏପରିକି ଜଳ ଯୋଦ୍ଧାମାନଙ୍କ ଅବଦାନକୁ ସ୍ବୀକୃତି ପ୍ରଦାନ ପାଇଁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟାଟା ଷ୍ଟିଲ୍‌ ଏଫ୍‌ଏଏମ୍‌ଡିକୁ ଉକ୍ତ ସମ୍ମାନଜନକ ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ନୂଆଦିଲ୍ଲୀଠାରେ ୱାଟର ଡାଇଜେଷ୍ଟ ପକ୍ଷରୁ ଆୟୋଜିତ ‘ୱାଟର ଡାଇଜେଷ୍ଟ ୱାର୍ଲଡ୍‌ ୱାଟର ଆୱାର୍ଡ ୨୦୨୩-୨୪ ରେ ଟାଟା ଷ୍ଟିଲ୍‌ର ଏଫ୍‌ଏଏମ୍‌ଡିକୁ ଏକ୍ସଲେନ୍ସ ଇନ୍‌ ଡିଜିଟାଲାଇଜେଶନ୍‌ ବର୍ଗରେ ପୁରସ୍କୃତ (ବିଜୟୀ) କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ମାନ ସମାରୋହରେ ଭାରତ ସରକାରଙ୍କ ଜଳଶକ୍ତି ମନ୍ତ୍ରଣାଳୟର ବିଭାଗୀୟ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଟାଟା ଷ୍ଟିଲ୍‌ ଏଫ୍‌ଏଏମ୍‌ଡିକୁ ଉକ୍ତ ପୁରସ୍କାର ପ୍ରଦାନ ସହ ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ ଟାଟା ଷ୍ଟିଲ୍‌ର ରେସିଡେଣ୍ଟ ଏକ୍‌ଜିକ୍ୟୁଟିଭ୍‌ (ଦିଲ୍ଲୀ) ସୁଗନ୍ଧା ଜୟସ୍ବାଲ ମନ୍ତ୍ରୀ ଶେଖାଓ୍ବତଙ୍କଠାରୁ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ।
ଏ ସମ୍ପର୍କରେ ଟାଟା ଷ୍ଟିଲ୍‌ର କାର୍ଯ୍ୟନିର୍ବାହୀ ଭାରପ୍ରାପ୍ତ ଅଧିକାରୀ (ଏଫ୍‌ଏଏମ୍‌ଡି) ପଙ୍କଜ ସତିଜା କହିଛନ୍ତି, ଏହି ପୁରସ୍କାର ପାଇ ଆମେ ଗର୍ବ ଅନୁଭବ କରୁଛୁ, ଯାହା ଆମକୁ ଜଳ ପରିଚାଳନା ଦିଗରେ ଆମର ଯାତ୍ରା ଜାରି ରଖିବାକୁ ପ୍ରେରଣା ଦେବ। ଏହି ପୁରସ୍କାର ଅଭିନବ ଡିଜିଟାଲ ସମାଧାନ ଗ୍ରହଣ ଦିଗରେ ଆମର ପ୍ରତିବଦ୍ଧତା ଦର୍ଶାଇବା ସହ ଆମ ଦୀର୍ଘସ୍ଥାୟିତ୍ୱ ରଣନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ଆମର ଦାୟିତ୍ୱସମ୍ପନ୍ନ ବ୍ୟବସାୟିକ ଅଭ୍ୟାସକୁ ମାନ୍ୟତା ପ୍ରଦାନ କରିଥିବାରୁ ମୁଁ ଜୁରି ସଦସ୍ୟଙ୍କୁ ଧନ୍ୟବାଦ ଜଣାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri