Posted inଖେଳ

ଭାରତରେ ନିର୍ମିତ ହେଉଛି ପୃଥିବୀର ପ୍ରଥମ ହାଇଟେକ୍‌ ଷ୍ଟାଡ଼ିୟମ୍‌: ବର୍ଷାରେ ବି ଖେଳାଯାଇ ପାରିବ କ୍ରିକେଟ ମ୍ୟାଚ୍‌

ଚଣ୍ଡିଗଡ଼, ୨୮।୬: ବର୍ଷା ହେଲେ କ୍ରିକେଟ ଖେଳ ସମ୍ଭବ ହୋଇ ପାରି ନ ଥାଏ। ତେବେ ଏହାର ସମାଧାନ ପାଇଁ ପଞ୍ଜାବ କ୍ରିକେଯ ସଂଘ ପକ୍ଷରୁ ଚଣ୍ଡିଗଡ଼ଠାରେ ଏକ ହାଇଟେକ୍‌ ଷ୍ଟାଡ଼ିୟମ୍‌ ନିର୍ମାଣ ପାଇଁ ଯୋଜନା କରାଯାଉଛି। ସ୍ଥାନୀୟ ମୁଲ୍ଲାପୁରସ୍ଥିତ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡ଼ିୟମ୍‌କୁ ଗ୍ରୀନ୍‌ ବିଲ୍ଡିଂ କନସେପ୍ଟ ଆଧାରରେ ନିର୍ମାଣ କରାଯାଉଛି। ୮ଲକ୍ଷ ବର୍ଗଫୁଟ ପରିମିତ ଅଞ୍ଚଳରେ ନିର୍ମିତ ହେଉଥିବା ଏହି ଷ୍ଟାଡ଼ିୟମ ପାଇଁ ୧୫୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ଷ୍ଟାଡ଼ିୟମ ମୋହାଲିର ଆଇଏସ୍‌ ବିନ୍ଦ୍ରା ଷ୍ଟାଡ଼ିୟମ୍‌ଠାରୁ ୩ ଗୁଣା ବଡ଼ ହେବ। ଏହାର ନିର୍ମାଣ କାର୍ଯ୍ୟ ୨୦୨୧ ମାର୍ଚ୍ଚ ସୁଦ୍ଧା ଶେଷ ହେବ ବୋଲି କୁହାଯାଉଛି। ପୂର୍ବରୁ ଏହାର ନିର୍ମାଣ ୨୦୨୦ ଅଗଷ୍ଟ ଶେଷ ସୁଦ୍ଧା ସମ୍ପନ୍ନ ହେବ ବୋଲି ଧାର୍ଯ୍ୟ ହୋଇଥିଲା। ତେବେ କରୋନା ସଂକ୍ରମଣ ରୋକିବା ଲାଗି ଜାରି ହୋଇଥିବା ଲକ୍‌ଡାଉନ ଯୋଗୁ ଏହା ସମ୍ଭବ ହୋଇପାରି ନ ଥିବା ସିଇଓ ଦୀପକ ଶର୍ମା ସୂଚନା ଦେଇଛନ୍ତି। ଆସନ୍ତା ବର୍ଷ ହେବାକୁ ଥିବା ଟି-୨୦ ବିଶ୍ୱକପ୍‌ର କେତେକ ମ୍ୟାଚ୍‌ ଏଠାରେ ଖେଳାଯାଇପାରିବ ବୋଲି ସେ କହିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri