ଆଇପିଏଲ୍‌ ଖେଳିବା ଲକ୍ଷ୍ୟରେ ବିଶ୍ୱର ସୁବଠାରୁ ଓଜନିଆ କ୍ରିକେଟର୍‌

ନୂଆଦିଲ୍ଲୀ, ୨୩।୮: ଗତବର୍ଷ ଭାରତ ବିପକ୍ଷରେ ଟେଷ୍ଟ ପଦାର୍ପଣ କରି ଅନ୍ତର୍ଜାତୀୟ କ୍ରିକେଟ୍‌ ଖେଳିବାର ସ୍ବପ୍ନ ପୂରଣ କରିଥିବା ଓ୍ବେଷ୍ଟଇଣ୍ଡିଜ ଅଲ୍‌ରାଉଣ୍ଡର ରାକୀମ୍‌ କର୍ନଓ୍ବାଲ୍‌ ଏବେ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଆଇପିଏଲ୍‌ ଖେଳିବା ଲକ୍ଷ୍ୟରେ ରହିଛନ୍ତି। ୬ ଫୁଟ୍‌ ୫ ଇଞ୍ଚ ଉଚ୍ଚତା ବିଶିଷ୍ଟ ରାକୀମ ନିଜର ଭାରୀ ଓଜନ ପାଇଁ ବିଶ୍ୱ କ୍ରିକେଟ୍‌ରେ ସ୍ବତନ୍ତ୍ର ପରିଚୟ ଲାଭ କରିଛନ୍ତି। ରାକୀମଙ୍କ ଓଜନ ୧୪୦ କିଗ୍ରା ରହିଛି। ବିଶ୍ୱରେ ବର୍ତ୍ତମାନ ଖେଳୁଥିବା କ୍ରିକେଟର୍‌ଙ୍କ ମଧ୍ୟରେ ସେ ସବୁଠାରୁ ଓଜନିଆ ଖେଳାଳି ହେବାର କୀର୍ତ୍ତିମାନ ସ୍ଥାପନ କରିଛନ୍ତି।
ସ୍ପିନ ବୋଲିଂ ସାଙ୍ଗକୁ କର୍ନଓ୍ବାଲ ନିମ୍ନକ୍ରମରେ ଜଣେ ବେଶ୍‌ ଉପଯୋଗୀ ବ୍ୟାଟ୍ସମ୍ୟାନ। ବର୍ତ୍ତମାନ ସେ କାରବୀୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌)ରେ ସେଣ୍ଟ ଲୁସିଆ ଜୌକସ୍‌ ପକ୍ଷରୁ ପ୍ରତିନିଧିତ୍ୱ କରୁଛନ୍ତି। ନିଜର ପ୍ରଥମ ଟି୨୦ ଲିଗ୍‌ରେ ଆଖିଦୃଶିଆ ପ୍ରଦର୍ଶନ କରି ଆଇପିଏଲ୍‌ ଫ୍ରାଞ୍ଚାଇଜ୍‌କୁ ପ୍ରଭାବିତ କରିବା ଲକ୍ଷ୍ୟରେ ରହିଛନ୍ତି ୨୭ ବର୍ଷୀୟ ଏହି ପୃଥଳାକାୟ କ୍ରିକେଟର୍‌। ‘ହଁ, ଆଇପିଏଲ୍‌ ଖେଳିବା ମୋର ଲକ୍ଷ୍ୟ। ସିପିଏଲ୍‌ ମୋ ପାଇଁ ଆରମ୍ଭ ମାତ୍ର। ମୁଁ ଭାବୁଛି ଅନ୍ୟ ଫ୍ରାଞ୍ଚାଇଜକୁ ଆକୃଷ୍ଟ କରିବା ଲାଗି ମୋତେ ପ୍ରଭାବୀ ପ୍ରଦର୍ଶନ କରିବାକୁ ପଡ଼ିବ। ଯେତେବେଳେ ମଧ୍ୟ ସୁଯୋଗ ଆସିବ ସେଥିଲାଗି ମୋତେ ପ୍ରସ୍ତୁତ ରହିବାକୁ ପଡ଼ିବ’ ବୋଲି କର୍ନଓ୍ବାଲ କହିଛନ୍ତି। ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ୩ ଟେଷ୍ଟ ମ୍ୟାଚ୍‌ ଖେଳି ସେ ୧୩ ଉଇକେଟ୍‌ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri