Posted inଫୁରସତ

ପୃଥିବୀର ସବୁଠାରୁ ବଡ଼ ସୁନାର ପଦ୍ମ

ପଦ୍ମ କେବଳ ତା’ର ସୌନ୍ଦର୍ଯ୍ୟରେ ସମସ୍ତଙ୍କୁ ମତୁଆଲା କରେ ସେକଥା ନୁହଁ, ଏହାକୁ ସମୃଦ୍ଧିର ପ୍ରତିକ ବୋଲି ବି ଗଣନା କରାଯାଏ। କାରଣ ପଦ୍ମ ହେଉଛି ମା’ ଲକ୍ଷ୍ମୀଙ୍କର ପ୍ରିୟ ଫୁଲ। ହିନ୍ଦୁ ଧର୍ମର ବିଭିନ୍ନ ପୂଜାପର୍ବରେ ମା’ ଲକ୍ଷ୍ମୀଙ୍କୁ ପଦ୍ମ ସମର୍ପଣ କଲେ ମନୋବାଞ୍ଛା ପୂର୍ଣ୍ଣ ହୋଇଥାଏ ବୋଲି ବିଶ୍ୱାସ ରହିଛି। ତେବେ ଚାଇନା, ମକାଉର ଏକ ଖୋଲା ଚାରିଛକିଆ ସ୍ଥାନରେ ଦେଖିବାକୁ ମିଳେ ପଦ୍ମଫୁଲର ଏକ ବିରାଟ ପ୍ରତିମୂର୍ତ୍ତି, ଯାହାକି ଦେଖିବାକୁ ଖୁବ୍‌ ସୁନ୍ଦର ଓ ସୁବର୍ଣ୍ଣ ରଙ୍ଗର। କଂସା ଉପରେ ସୁନାର ଛାଉଣି ହୋଇଥିବା ଏହି ପଦ୍ମ ଫୁଲଟି ‘ଲୋଟସ୍‌ ଫ୍ଲାଓ୍ବାର ଇନ୍‌ ଫୁଲ ବ୍ଲୁମ୍‌’ନାମରେ ପରିଚିତ। ଉକ୍ତ ଚାରିଛକ ଗୋଲ୍ଡେନ ଲୋଟସ୍‌ ସ୍କୋୟାର୍‌ ଭାବେ ବି ଜଣାଶୁଣା। ଏହାର ଓଜନ ୬.୫ ଟନ୍‌, ଉଚ୍ଚତା ୬ ମିଟର ଓ ବ୍ୟାସ ୩.୬ ମିଟର। ପୂର୍ଣ୍ଣରୂପରେ ଫୁଟିଥିବା ଏହି ପଦ୍ମଫୁଲର ସ୍ଥାପତ୍ୟ ହେଉଛି ମକାଉର ଚିରସ୍ଥାୟୀ ସମୃଦ୍ଧିର ପ୍ରତୀକ। ଏହି ସ୍ଥାପତ୍ୟର ମୁଖ୍ୟ ଅଂଶଗୁଡିକ ହେଉଛି ନାଡ, ପଦ୍ମ ଫୁଲର ପାଖୁଡା ଓ କେଶର। ଫୁଲଟି ୨୩ ଖଣ୍ଡ ଲାଲ ଗ୍ରାନାଇଟ୍‌ ପଥରରେ ତିଆରି। ପଦ୍ମ ଫୁଲର ଏହି ପ୍ରତିମୂର୍ତ୍ତିକୁ ପୃଥିବୀର ସବୁଠାରୁ ବଡ଼ ପଦ୍ମ ଫୁଲର ମୂର୍ତ୍ତିଭାବେ ଗଣନା କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri