କରୋନା ଆକ୍ରାନ୍ତ ହେଲେ ବିଶ୍ୱର ସବୁଠାରୁ ଦାମୀ ଫୁଟ୍‌ବଲ ଖେଳାଳି

ପ୍ୟାରିସ, ୩।୯: ଫ୍ରାନ୍ସର ଜଣାଶୁଣା ପ୍ରଫେଶନାଲ ଫୁଟ୍‌ବଲ କ୍ଲବ ପ୍ୟାରିସ ସେଣ୍ଟ-ଜର୍ମେନ (ପିଏସ୍‌ଜି)ର ୩ଜଣ ଖେଳାଳି କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ପିଏସ୍‌ଜି ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। କିନ୍ତୁ କେଉଁ ଖେଳାଳି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ପିଏସ୍‌ଜି ପକ୍ଷରୁ ସେମାନଙ୍କ ନାମ ଉଲ୍ଲେଖ କରାଯାଇନାହିଁ। ତେବେ ସ୍ପୋଟର୍‌ସ ଡେଲୀ ଏଲ୍‌କ୍ୟୁପ୍‌ ପକ୍ଷରୁ ପ୍ରକାଶିତ ଏହାର ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ବିଶ୍ୱର ସବୁଠାରୁ ଦାମୀ ଫୁଟ୍‌ବଲର୍‌ ନେମାର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ରିପୋର୍ଟ ମୁତାବକ, ବ୍ରାଜିଲ ସୁପର୍‌ଷ୍ଟାର୍‌ ନେମାରଙ୍କ ବ୍ୟତୀତ ପିଏସ୍‌ଜିର ଆଉ ୨ଜଣ ଖେଳାଳି ଆଞ୍ଜେଲ ଡି ମାରିଆ ଓ ଲେଣ୍ଡ୍ରୋ ପାରେଡସ୍‌ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି। ଏ ୩ଜଣ ଖେଳାଳି ନିକଟରେ ସ୍ପେନର ଏକ ଦ୍ୱୀପକୁ ଛୁଟି କାଟିବାକୁ ଯାଇଥିଲେ। କରୋନା ଆକ୍ରାନ୍ତ ସମସ୍ତ ୩ଜଣ ଖେଳାଳି ବର୍ତ୍ତମାନ ୧୪ ଦିନ ପାଇଁ ସେଲ୍‌ଫ ଆଇସୋଲେଶନରେ ରହିଛନ୍ତି। ସେପ୍ଟେମ୍ବର ୧୦ରୁ ଫ୍ରେଞ୍ଚ୍‌ ଲିଗ୍‌ ଆରମ୍ଭ ହେଉଥିବାବେଳେ ଏହି ୩ ଖେଳାଳି ପ୍ରାରମ୍ଭିକ ପର୍ଯ୍ୟାୟରେ କେତୋଟି ମ୍ୟାଚ୍‌ ଖେଳିବାରୁ ବଞ୍ଚିତ ହୋଇପାରନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ବ୍ରାଜିଲ ଷ୍ଟାର୍‌ ନେମାର ବିଶ୍ୱର ସବୁଠାରୁ ଦାମୀ ଫୁଟ୍‌ବଲ ଖେଳାଳି ହେବାର ସୌଭାଗ୍ୟ ଲାଭ କରିଛନ୍ତି। ବାର୍ସିଲୋନାରେ ୪ ବର୍ଷ ବିତାଇବା ପରେ ୨୦୧୭ରେ ପିଏସ୍‌ଜି କ୍ଲବ ତାଙ୍କୁ ୧୯.୮ କୋଟି ଡଲାର ମୂଲ୍ୟରେ ଚୁକ୍ତି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?