ବିଶ୍ୱର ବୟସ୍କ ବ୍ୟକ୍ତିଙ୍କ ପରଲୋକ

ମାଡ୍ରିଡ୍‌,୨୦।୧(ବ୍ୟୁରୋ): ବିଶ୍ୱର ବୟସ୍କ ବ୍ୟକ୍ତିର ମାନ୍ୟତା ପାଇଥିବା ୧୧୨ବର୍ଷୀୟ ସ୍ପେନୀୟ ବ୍ୟକ୍ତି ସାଣ୍ଟିଆଗୋ ଡେ ଲା ଫୁଏଣ୍ଟଙ୍କ ମଙ୍ଗଳବାର ପରଲୋକ ଘଟିଛି। ଉତ୍ତରପଶ୍ଚିମ ସ୍ପେନର ନିକ ଘରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଗତ ବର୍ଷ ସେପ୍ଟେମ୍ବରରେ ସାଣ୍ଟିଆଗୋ ବିଶ୍ୱର ବୟସ୍କ ବ୍ୟକ୍ତି ଭାବେ ଗିନିଜ ବୁକ୍‌ ଅଫ୍‌ ରେକର୍ଡର ମାନ୍ୟତା ପାଇଥିଲେ। ୧୯୦୯ ଫେବୃୟାରୀ ୯ରେ ସାଣ୍ଟିଆଗୋ ଜନ୍ମ ଗ୍ରହଣ କରିଥିଲେ। ୧୯୧୮ରେ ସେ ସ୍ପାନିଶ ଫ୍ଲୁ ମାହାମାରୀରୁ ବଞ୍ଚତ୍ ଯାଇଥିଲେ। ତାଙ୍କୁ ଯେତେବେଳେ ୧୩ବର୍ଷ ବୟସ ହୋଇଥିଲା, ସେବେଠାରୁ ସେ ଜୋତା କାରଖାନାରୁ କାମ ଆରମ୍ଭ କରିଥିଲେ। ତାଙ୍କର ୮ ଝିଅପୁଅ ଥିବାବେଳେ ୧୪ନାତୁଣୀନାତି, ୨୨ ଅଣନାତୁଣୀନାତି ଅଛନ୍ତି। କୋଭିଡ୍‌ ପାଣ୍ଡେମିକ୍‌ ସମୟରେ ସେ ଲିଓନ୍‌ରେ ପ୍ରଥମ ବ୍ୟକ୍ତି ଭାବେ ଟିକା ନେଇଥିଲେ। ସାଣ୍ଟିଆଗୋ ପଡ଼ୋଶୀ ଲିଓନ୍‌- ସିଡି ପୁଏଣ୍ଟେ କ୍ୟାଷ୍ଟ୍ରୋରେ ଏକ ଫୁଟବଲ୍‌ କ୍ଲବର ପ୍ରତିଷ୍ଠା କରିଥିଲେ। ଯାହାର ଏବେ ଅନେକ କନିଷ୍ଠ ଶାଖା ରହିଛି। ସାଣ୍ଟିଆଗୋ ତାଙ୍କର ସମର୍ପିତ ମନୋଭାବ ପାଇଁ ସମସ୍ତଙ୍କ ହୃଦୟରେ ସବୁଦିନ ପାଇଁ ମନେ ରହିବେ ବୋଲି ଶୁଭେଚ୍ଛୁମାନେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?