ମଧ୍ୟାହ୍ନଭୋଜନରେ ପୋକ, ଘରକୁ ଫେରିଲେ ଛାତ୍ରୀଛାତ୍ର

କଣାସ/ସାକ୍ଷୀଗୋପାଳ,୨୨।୧୧ (ବିଭୂତି ଭୂଷଣ ତ୍ରିପାଠୀ/ଭରତ ରାଉତ): ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମାଗଣାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା ପାଇଁ ମଧ୍ୟାହ୍ନଭୋଜନ ଯୋଜନା କାର୍ଯ୍ୟକାରୀ ହେଉଛି। ସରକାର ଏ ବାବଦ ଖର୍ଚ୍ଚରାଶି ବହନ କରୁଥିବାବେଳେ କେତେକ ଘରୋଇ ଅନୁଷ୍ଠାନକୁ ଦାୟିତ୍ୱ ଦେଇଛନ୍ତି। ଏକ ଘରୋଇ ଅନୁଷ୍ଠାନ ପକ୍ଷରୁ ମଧ୍ୟାହ୍ନଭୋଜନ ପ୍ରସ୍ତୁତ କରାଯାଇ ପୁରୀ ଜିଲାର ବିଭିନ୍ନ ବିଦ୍ୟାଳୟକୁ ଯୋଗାଇ ଦିଆଯାଉଛି। ତେବେ ଗୁରୁବାର ସମ୍ପୃକ୍ତ ଅନୁଷ୍ଠାନ ପକ୍ଷରୁ କଣାସ ଓ ସାକ୍ଷୀଗୋପାଳ ବ୍ଲକର କେତୋଟି ବିଦ୍ୟାଳୟରେ ଯୋଗାଇ ଦିଆଯାଇଥିବା ମଧ୍ୟାହ୍ନ ଭୋଜନରେ ପୋକ ସାଲୁବାଲୁ ହେଉଥିବା ଦେଖିବାକୁ ମିଳିଛି। ଏ ନେଇ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ସୂଚନା ଅନୁଯାୟୀ, କଣାସ ବ୍ଲକର କଳାପଦର ପ୍ରାଥମିକ ବିଦ୍ୟାଳୟ, ଓହ୍ଲାଣ ପ୍ରାଥମିକ ଉଚ୍ଚ ବିଦ୍ୟାଳୟ, ଉତ୍ତର ଚିଲିକା ପ୍ରାଥମିକ ବିଦ୍ୟାଳୟ, ବିରିତୋଇ ପ୍ରାଥମିକ ବିଦ୍ୟାଳୟ, ତେଲେଙ୍ଗାପଡ଼ା ପ୍ରାଥମିକ ବିଦ୍ୟାଳୟ, ସାହାସପୁର ପ୍ରାଥମିକ ବିଦ୍ୟାଳୟ ସମେତ ଅନ୍ୟ କେତୋଟି ସ୍କୁଲରେ ଗୁରୁବାର ପିଲାଙ୍କୁ ମଧ୍ୟାହ୍ନଭୋଜନରେ ଭାତ, ଡାଲି, ବୁଟ ତରକାରି ଖାଇବାକୁ ଦିଆଯାଇଥିଲା। କେତେଜଣ ପିଲା ଖାଇବା ଆରମ୍ଭ କରିବା ମାତ୍ରେ ବୁଟ ତରକାରିରେ କଳା ରଙ୍ଗର ଅତି ଟିକି ଟିକି ପୋକ ସାଲୁବାଲୁ ହେଉଥିବା ଦେଖିବାକୁ ପାଇଥିଲେ। ଏକଥା ଅନ୍ୟ ପିଲାମାନେ ଜାଣିବା ପରେ କେହି ଖାଇ ନ ଥିଲେ। ସମସ୍ତେ ଏ ନେଇ ଶିକ୍ଷକଙ୍କୁ ଜଣାଇବା ପରେ ସେମାନଙ୍କୁ ବିସ୍କୁଟ ଖାଇବାକୁ ଦିଆଯାଇଥିଲା। ଏ ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ କର୍ତ୍ତୃପକ୍ଷ ଅବଗତ କରିଥିବା ଜଣାପଡ଼ିଛି। ସେହିପରି ସତ୍ୟବାଦୀ ବ୍ଳକ ଅନ୍ତର୍ଗତ କାଦୁଆ କ୍ଲଷ୍ଟରର କାଦୁଆ ପ୍ରାଥମିକ ବିଦ୍ୟାଳୟ ଓ ବୀରରାମଚନ୍ଦ୍ରପୁର କ୍ଲଷ୍ଟରର ତାଳପଡ଼ା ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ମଧ୍ୟାହ୍ନ ଭୋଜନ ଖାଉଥିବାବେଳେ ପୋକ ବାହାରିଥିଲା। ଫଳରେ ସେମାନେ ଖାଦ୍ୟକୁ ନ ଖାଇ ଫିଙ୍ଗିଦେଇଥିଲେ। ପରେ ସେମାନେ ଉପାସରେ ଘରକୁ ଫେରି ଏ ସମ୍ପର୍କରେ ନିଜ ଅଭିଭାବକଙ୍କୁ ଜଣାଇଥିଲେ। ଅଭିଭାବକମାନେ ସ୍କୁଲରେ ପହଞ୍ଚତ୍ କର୍ତ୍ତୃପକ୍ଷଙ୍କୁ ଘେରି କୈଫିୟତ ମାଗିବା ସହ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଅନୁରୂପ ଭାବେ ମହାବଳପଡ଼ା ଓ ଅନ୍ୟ କେତେକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଏଭଳି ଅଭିଯୋଗ ଆସିଛି। ଅନ୍ୟପକ୍ଷରେ ସତ୍ୟବାଦୀ ମଣ୍ଡଳ ଶିକ୍ଷା ଅଧିକାରୀ ଭବମ ପ୍ରଧାନ କହିଛନ୍ତି, ଉକ୍ତ ଘଟଣା ସମ୍ପର୍କରେ ତାଙ୍କ ନିକଟରେ କୌଣସି ଲିଖିତ ଅଭିଯୋଗ ହୋଇନାହିଁ। ଅଭିଯୋଗ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସୂଚନା ଥାଉକି, ଗତ ଜୁଲାଇ ୩୦ରେ ମଧ୍ୟ କାଦୁଆ ପ୍ରାଥମିକ ବିଦ୍ୟାଳୟକୁ ମଧ୍ୟାହ୍ନ ଭୋଜନ ପାଇଁ ଆସିଥିବା ଭାତରୁ ପୋକ ବାହାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri