ଧାନ ଫସଲରେ ପୋକ, ଚିନ୍ତାରେ ଚାଷୀ

ବେଗୁନିଆ,୨୮।୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ହୋଇଥିବା ଧାନ ଫସଲରେ ରୋଗ ଓ ପୋକଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ଏଥିଯୋଗୁ କ୍ଷେତରେ ହେକ୍ଟର ହେକ୍ଟର ଧାନ ଫସଲ ଉଜୁଡି ଯିବାକୁ ବସିଛି। ଫଳରେ ଚାଷୀଙ୍କ ଚିନ୍ତାର କାରଣ ପାଲଟିଛି। ଅନ୍ୟପକ୍ଷରେ କେତେବେଳେ ନିଅଣ୍ଟିଆ ବର୍ଷା ତ ଆଉ କେତେବେଳେ ରୋଗ, ପୋକ ଦାଉ ସାଧୁଛି। ଫଳରେ ଚାଷ ପ୍ରତି ଚାଷୀ ବିମୁଖ ହେବାରେ ଲାଗିଛି। ଏଥିପ୍ରତି ବିଭାଗୀୟ ଅଧିକାରୀ ଦୃଷ୍ଟି ଦେବା ସହ ପ୍ରତିକାର ନିମନ୍ତେ ବ୍ୟବସ୍ଥା କରିବା ପାଇଁ ଚାଷୀଙ୍କ ପକ୍ଷରୁ ଦାବି ହେଉଛି।
କି, ଚଳିତ ଖରିଫ ଋତୁରେ ଏହି ବ୍ଲକ ଅଞ୍ଚଳରେ ୨୫୭୫ ହେକ୍ଟର ଜମିରେ ଧାନ ବୁଣ ସେହିପରି ୮୩୬୬ ହେକ୍ଟର ଜମିରେ ଧାନ ତଳି ରୁଆପୋତା ଯାଇଛି। ଅଧିକ ଅମଳ ପାଇଁ ଚଳିତ ବର୍ଷ ପ୍ରାୟ ୧୫୦ ହେକ୍ଟର ଜମିରେ ହାଇବ୍ରିଡ ଧାନ ଫସଲ କରାଯାଇଛି। ହେଲେ ଭାଦ୍ରବ ଶେଷ ଆଶ୍ୱିନ ମାସ ଆରମ୍ଭ ବେଳ ଧାନ ଫସଲ ପାଇଁ ଉପଯୁକ୍ତ ସମୟ। ତେବେ ଫସଲରେ ଏବେ ବିଭିନ୍ନ ପ୍ରକାର ରୋଗ ଦେଖାଦେବା ସହ ପୋକ ଲାଗିଲେଣି। ବିଶେଷକରି ଖାଲୁଆ ଜମିରେ ହୋଇଥିବା ଧାନ ଫସଲରେ ମହିମା, ପତ୍ରପୋଡ଼ା, ଆଛାଦ ପଚା, ମୂଳଶଢା ଆଦି ରୋଗ ଦେଖାଦେଇଥିବା ଦେଖିବାକୁ ମିଳିଛି। ସେହିପରି ଆଉ କେତେଜଣ ଚାଷୀଙ୍କ ଫସଲରେ ଝିଣ୍ଟିକା, ନଳୀପୋକ, ଛଗୋଡିଆ, ମାଟିଆଗୁଣ୍ଡି ଆଦି ପୋକ ଲାଗିଲେଣି। ତେବେ ମାତ୍ରାଧିକ ରାସାୟନିକ ସାର ପ୍ରୟୋଗ ଯୋଗୁ ଏଭଳି ରୋଗ ସୃଷ୍ଟି ହେଉଛି ବୋଲି କୃଷି ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସ୍ଥାନୀୟ କୃଷି ଅଧିକାରୀ ଓ କର୍ମଚାରୀ ରୋଗର କାରଣ ଓ ନିରାକରଣ ସମ୍ପର୍କରେ ଚାଷୀଙ୍କୁ ସଚେତନ କରାଇବା ଲାଗି ଗୁରୁତ୍ୱ ଦେବା ଆବଶ୍ୟକ। ସେହିପରି ଚାଷୀମାନେ ଜୈବିକ ସାର ପ୍ରୟୋଗ ଉପରେ ପ୍ରାଧାନ୍ୟ ଦେବା ଆବଶ୍ୟକ ବୋଲି କୃଷି ବିଶେଷଜ୍ଞ ମତ ଦେଇଛନ୍ତି। ମାତ୍ର ଏଯାଏ ସ୍ଥାନୀୟ କୃଷି ଅଧିକାରୀ ଚାଷୀଙ୍କ ନିକଟତର ହୋଇନାହାନ୍ତି ବୋଲି ଚାଷୀ ମଦନ ମୋହନ ସାହୁ, ପ୍ରେମାନନ୍ଦ ମହାନ୍ତି, ଭାଗୀରଥି ପରିଡା, ରମାକାନ୍ତ ଦେହୁରୀ କହିଛନ୍ତି। ଅନ୍ୟପକ୍ଷରେ ଏ ସମ୍ପର୍କରେ ବ୍ଲକ କୃଷି ଅଧିକାରୀ ଗଣେଶ୍ୱର ରଥ କୁହନ୍ତି, ଚାଷୀମାନେ ଭୟଭୀତ ହେବାର କୌଣସି ଆବଶ୍ୟକ ନାହିଁ। ବିଭିନ୍ନ ପ୍ରକାରର ଔଷଧ ସବ୍‌ସିଡି ମାଧ୍ୟମରେ ଚାଷୀଙ୍କୁ ଯୋଗାଇଦେବାକୁ ବ୍ୟବସ୍ଥା କରାଯାଇଛି। ବିଭାଗୀୟ କର୍ମଚାରୀଙ୍କ ସହିତ ଚାଷୀମାନେ ଯୋଗାଯୋଗ କଲେ ପ୍ରତିକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?