କରୋନା ପରେ ନିମୋନିଆକୁ ନେଇ ବଢିଲା ଚିନ୍ତା

ବ୍ରହ୍ମପୁର,୨୭ା୧୧(ସୁବାସ ଚନ୍ଦ୍ର ପାଢ଼ୀ): କରୋନା ପରେ ଏବେ ଚୀନରେ ପିଲାମାନେ ନିମୋନିଆ ଆକ୍ରାନ୍ତ ହେଉଥିବାରୁ ଚାରିଆଡେ ଚିନ୍ତା ବଢିଛି। ଭାରତ ସରକାର ରାଜ୍ୟଗୁଡିକୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ଜିଲା ସ୍ବାସ୍ଥ୍ୟଧିକାରୀଙ୍କୁ ଏକ ମାର୍ଗଦର୍ଶକା ଜାରି କରିଛନ୍ତି।

ନିମୋନିଆ ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲାରେ କରୋନା ପରୀକ୍ଷା ବଢାଇବା ସହ ସର୍ଭେଲାନ୍ସ ବଢାଇବାକୁନିର୍ଦ୍ଦେଶ ହୋଇଛି। ଏହି ଆଧାରରେ ଗଞ୍ଜାମ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ୨୨ଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସରଙ୍କ ସମେତ ୯୧ଟି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ୪ଟି ଉପଖଣ୍ଡସ୍ଥରୀୟ ହସ୍ପିଟାଲ ଓ ନଗର ଚିକିତ୍ସାଳୟରେ ମାନବସମ୍ବଳ, ଭିତ୍ତିଭୂମି, ଶଯ୍ୟା, ଭେଣ୍ଟିଲେଟର, ପରୀକ୍ଷା କିଟ, ପର୍ଯ୍ୟାପ୍ତ ପରିମାଣର ଆଣ୍ଟିବାୟୋଟିକ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆତଙ୍କିତ ହେବାର କୌଣସି କାରଣ ନାହିଁ ବରଂ ଏହାର ମୁକାବିଲା ପାଇଁ ସତର୍କ ଓ ସର୍ବାଧିକ ସଚେତନ ରହିବା ଆବଶ୍ୟକ ବୋଲି ଜିଲା ସ୍ବାସ୍ଥ୍ୟଧିକାରୀ ଡା. ଉମାଶଙ୍କର ମିଶ୍ର ସୂଚନା ଦେଇଛନ୍ତି।

ବର୍ତ୍ତମାନ ଇନଫ୍ଲୁଏଞ୍ଜା ଦେଖାଦେଉଥିବା ବେଳେ ଶୀତଋତୁରେ ନିଃଶ୍ୱାସପ୍ରଶ୍ୱାସ ଜନିତ ରୋଗ ବୃଦ୍ଧି ପାଇବା ଆଶଙ୍କା ଉପୁଜିଛି। ତେଣୁ କରୋନା ବେଳେ ଆମେ ଯେଉଁସବୁ ନିୟମ ପାଳନ କରୁଥିଲେ, ତାହା ପାଳନ କରିବା ଆବଶ୍ୟକ। ନିମୋନିଆ ଏକ ବାୟୁବାହିତ ରୋଗ ହୋଇଥିବାରୁ ଜନସାଧାରଣ ଆଗୁଆ ପଦକ୍ଷେପ ପାଇଁ ମାସ୍କ ବ୍ୟବହାର କରିବା, ହାତ ସାନିଟାଇଜ କରିବା, ଜନଗହଳିରେ ଦୂରତା ବଜାୟ ରଖିବାକୁ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?