Posted inଖେଳ

ଦୂର ହେଲା ଆଇପିଏଲ ଫ୍ରାଞ୍ଚାଇଜଙ୍କ ଚିନ୍ତା

ମୁମ୍ବାଇ,୧୪।୮: ୟୁଏଇରେ ଆସନ୍ତା ସେପ୍ଟେମ୍ବରରୁ ଆରମ୍ଭ ହେବାକୁ ଥିବା ଆଇପିଏଲ-୧୪’ର ବଳକା ମ୍ୟାଚ୍‌ ଲାଗି ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ଦଳର ଖେଳାଳିମାନେ ଉପଲବ୍ଧ ରହିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଏବଂ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ପକ୍ଷରୁ ବିସିସିଆଇକୁ ସୂଚନା ଦିଆଯାଇଛି। ଏଥି ସହିତ ଆଇପିଏଲ ଫ୍ରାଞ୍ଚାଇଜଙ୍କ ଚିନ୍ତା ଶେଷ ହୋଇଛି। କାରଣ ବିଭିନ୍ନ ଅନ୍ତର୍ଜାତୀୟ ସିରିଜ୍‌ କାରଣରୁ ଦୁଇ ଦେଶର ଖେଳାଳିମାନେ ଆଇପିଏଲରେ ଖେଳିବେ ନାହିଁ ଚର୍ଚ୍ଚା ହେଉଥିଲା।

ଉଭୟ ବୋର୍ଡ ସ୍ପଷ୍ଟ କରିବା ପରେ ଏ ସମ୍ପର୍କରେ ଆଇପିଏଲ ଫ୍ରାଞ୍ଚାଇଜମାନଙ୍କୁ ସୂଚନା ଦେଇଛି ବିସିସିଆଇ। ଆଇପିଏଲ ସିଓଓ ହେମଙ୍ଗ ଆମିନ ପ୍ରତ୍ୟେକ ଫ୍ରାଞ୍ଚାଇଜକୁ ଫୋନ କରି ଉଭୟ ଦେଶର ଖେଳାଳିଙ୍କ ଉପଲବ୍ଧ ରହିବେ ବୋଲି ଜଣାଇ ଦେଇଛନ୍ତି। ଏବେ ସବୁ କିଛି ଖେଳାଳିଙ୍କ ବ୍ୟକ୍ତିଗତ ନିଷ୍ପତ୍ତି ଉପରେ ନିର୍ଭର କରେ।

ଆମକୁ ଆଇପିଏଲ ଅଫିସରୁ ଫୋନ ଆସିଥିଲା। ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ଦଳର ଖେଳାଳିଙ୍କୁ ଆଇପିଏଲରେ ଭାଗ ନେବା ପାଇଁ ସେମାନଙ୍କ ବୋର୍ଡ ରୋକିବ ନାହିଁ। ଏବେ ସବୁକିଛି ଖେଳାଳିଙ୍କ ଉପରେ। ଏହାର ଅର୍ଥ ଆମର ଅଷ୍ଟ୍ରେଲିଆନ ଓ ଇଂଲଣ୍ଡ ଖେଳାଳି (ଜାନସ ବେହରେନଡର୍ଫ, ସାମ କୁରାନ ଓ ମୋଇନ ଅଲି) ଉପଲବ୍ଧ ରହିବେ ବୋଲି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ସିଇଓ କାସି ବିଶ୍ୱନାଥନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri