ଅନୁଦାନ ରାଶିକୁ ନେଇ ଉଦ୍‌ବେଗ

ବାରିପଦା,୯।୮(ନୀଳାଦ୍ରି ବିହାରୀ ଦଣ୍ଡାପାଟ): ମୟୂରଭଞ୍ଜ ଜିଲାର ଐତିହ୍ୟ ବହନ କରୁଥିବା ମା’ କୀଚକେଶ୍ୱରୀ ମନ୍ଦିରର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପ୍ରଦତ୍ତ ଅନୁଦାନ ରାଶିକୁ ନେଇ ଜିଲାବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟ ଜିଲାର ଦେବାଦେବୀ ମନ୍ଦିର ଓ ପୀଠ ତୁଳନାରେ ଆଶାତୀତ କମ ଅନୁଦାନ ପ୍ରଦାନ କରାଯାଇଥିବା ନେଇ ଭଞ୍ଜସେନା ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ନେଇ ପୁର୍ନବିଚାର କରିବାକୁ ଭଞ୍ଜସେନାର ପ୍ରତିଷ୍ଠାତା କଳିଙ୍ଗ କେଶରୀ ଜେନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟୁଇଟ ଯୋଗେ ଅବଗତ କରିଛନ୍ତି। ଆବଶ୍ୟକ ଅନୁଯାୟୀ ପଦକ୍ଷେପ ଗ୍ରହଣ ନ କଲେ ଜିଲା ବନ୍ଦ ଡାକରା ଦିଆଯିବ ବୋଲି ସଙ୍ଗଠନର ମୁଖପାତ୍ର ମାନସ ବେହେରା ଏକ ପ୍ରେସ ବିବୃତିରେ ଜଣାଇଛନ୍ତି।
ସୂଚନାଯୋଗ୍ୟ, ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ କୀଚକେଶ୍ୱରୀ ମନ୍ଦିରର ସୌର୍ନ୍ଦ୍ୟକରଣ ନିମନ୍ତେ ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ମାର୍ଚ୍ଚ ମାସରେ ଜିଲା ଗସ୍ତ କରି ପରିଦର୍ଶନ କରିଥିଲେ ା ଏହାକୁ ନେଇ ମନ୍ଦିରର ରୂପାନ୍ତରୀକରଣ ନିମନ୍ତେ ୮.୯୯କୋଟି ଟଙ୍କା ଅନୁଦାନ ପ୍ରଦାନ କରାଯିବା ପରେ କାର୍ଯ୍ୟାରମ୍ଭ ନେଇ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ତେବେ ଅନ୍ୟ ଜିଲା ତୁଳନାରେ ମୟୂରଭଞ୍ଜ ଭଳି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ସମ୍ପନ୍ନ ଜିଲା ପ୍ରତି ବୈମାତୃକ ମନୋଭାବକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ରାଜ୍ୟର ବିଭିନ୍ନ ମନ୍ଦିରଗୁଡ଼ିକୁ ଶହ ଶହ କୋଟି ଟଙ୍କା ଅନୁଦାନ ପ୍ରଦାନ କରାଯାଉଥିବା ବେଳେ ସ୍ବଳ୍ପ ଅନୁଦାନରେ ମନ୍ଦିରର ଉନ୍ନତିକରଣ କାର୍ଯ୍ୟ ହେବାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏହାର ସୁବିଚାର ପୂର୍ବକ ପଦକ୍ଷେପ ଗ୍ରହଣ କରା ନ ଗଲେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ଜେନା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri