ସାର୍ବଜନୀନ ସ୍ଥାନରେ ପୂଜା ମନା

ପୁରୀ ଅଫିସ,୨୧।୮: ପୁରୀ ଜିଲାର କୌଣସି ସର୍ବସାଧାରଣ ସ୍ଥାନରେ ଏଥର ଗଣେଶ ପୂଜା ହେବ ନାହିଁ। କରୋନା ସଂକ୍ରମଣ ବୃଦ୍ଧି ହାରକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି। କୌଣସି ଯୁବକ ସଂଘ, ଅନୁଷ୍ଠାନ, କ୍ଲବ କିମ୍ବା ବ୍ୟକ୍ତିବିଶେଷ ସାର୍ବଜନୀନ ସ୍ଥାନରେ ଗଣେଶ ପୂଜା କରିପାରିବେ ନାହିଁ ବୋଲି ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି କଟକଣା ସହରାଞ୍ଚଳ ଓ ଗ୍ରାମାଞ୍ଚଳ ସବୁଠି ଲାଗୁ ହେବ। ଏହାର ଉଲ୍ଲଂଘନ କଲେ ସମ୍ପୃକ୍ତ ଅନୁଷ୍ଠାନ, କ୍ଲବ, ବ୍ୟକ୍ତିବିଶେଷଙ୍କ ବିରୋଧରେ ବିପର୍ଯ୍ୟୟ ପରିଚାଳନା ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କିନ୍ତୁ ନିଜ ଘରେ ଗଣେଶ ପୂଜା ଉତ୍ସବ ପାଳନ କରାଯିବା ଉପରେ କୌଣସି କଟକଣା ନାହିଁ ବୋଲି ପ୍ରଶାସନ ସ୍ପଷ୍ଟ କରିଛି। ଅନ୍ୟପକ୍ଷରେ ଦିନକ ପରେ ଗଣେଶ ପୂଜା ଥିବାବେଳେ ପ୍ରଶାସନର ଏଭଳି ବିଳମ୍ବ ନିଷ୍ପତ୍ତିକୁ ନେଇ ମୂର୍ତ୍ତି କାରିଗରଙ୍କଠାରୁ ଆରମ୍ଭ କରି ବିଭିନ୍ନ କ୍ଲବର ସଦସ୍ୟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
ଏ ନେଇ ମୂର୍ତ୍ତି କାରିଗର ବଳରାମ ସାହୁ କହିଛନ୍ତି, କରୋନା ପାଇଁ ପ୍ରଶାସନର ଏହି ନିଷ୍ପତ୍ତିକୁ ଆମେ ଅବମାନନା କରୁନାହୁଁ। କିନ୍ତୁ ୧୫/୨୦ ଦିନ ପୂର୍ବରୁ ବନ୍ଦ ନିଷ୍ପତ୍ତି ନିଆଯାଇଥିଲେ ଆଜି କାରିଗରମାନେ ଶହ ଶହ ସଂଖ୍ୟାରେ ମୂର୍ତ୍ତି ଗଢି ନ ଥାନ୍ତେ। ଅନେକ କ୍ଲବ ପକ୍ଷରୁ ଅର୍ଡର ଦିଆଯାଇଥିବାରୁ ସେମାନେ ମୂର୍ତ୍ତି ନିର୍ମାଣ ଶେଷ କରିଥିଲେ। ଦିନକ ପରେ ପୂଜା ଥିବାବେଳେ କାରିଗରମାନେ ଏବେ କରିବେ କ’ଣ? କ୍ଲବ ପକ୍ଷରୁ କିଏ ୧୦୦/୨୦୦ ଟଙ୍କା ଆଡଭାନ୍ସ ଦେଇଛନ୍ତି। ହେଲେ ଗୋଟିଏ ଗୋଟିଏ ମୂର୍ତ୍ତିର ଦାମ୍‌ ୫ ହଜାରଠାରୁ ଆରମ୍ଭ କରି ୧୫ ହଜାର ଟଙ୍କା ପର୍ଯ୍ୟନ୍ତ ରହିଛି। ବର୍ତ୍ତମାନ ସେମାନେ ନେବେ ନାହିଁ। କାରିଗର ଏଥିରେ ଖର୍ଚ୍ଚ କରିଥିବା ଟଙ୍କା ଏବଂ ପାରିଶ୍ରମିକ କେମିତି ପାଇବ ବୋଲି ସେ ପ୍ରଶ୍ନ କରିଛନ୍ତି। ସେହିପରି ଦରଜି ପୋଖରୀ ଛକ ପୂଜା କମିଟି ସମ୍ପାଦକ ଗୁରୁଦତ୍ତ ସ୍ବାଇଁ କହିଛନ୍ତି, ଯଦି ପ୍ରଶାସନ ପୂର୍ବରୁ ଏହି ନିଷ୍ପତ୍ତି ନେଇଥାନ୍ତା ତେବେ ଆମେ କାରିଗରଙ୍କୁ ମୂର୍ତ୍ତି ତିଆରି କରିବାକୁ ଅର୍ଡର ଦେଇ ନ ଥାନ୍ତୁ। ପୂଜା ପାଇଁ ଆମେ ସବୁ ପ୍ରସ୍ତୁତି ସାରିଥିଲୁ। ତଥାପି କରୋନା ପାଇଁ ପ୍ରଶାସନ ନିଷ୍ପତ୍ତି ଆମକୁ ମାନିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ପୁରୀରେ ପୁଣି ହତ୍ୟାକାଣ୍ଡ

ପୁରୀ, ୨୬।୮ (ଅଜିତ୍ କୁମାର ମହାନ୍ତି): ପୁରୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଗତ ଦୁଇ ଦିନ ମଧ୍ୟରେ ପୁରୀରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାରୁ ଏହାକୁ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri