ଆଜି ନିଶାର୍ଦ୍ଧରେ ପୂଜା, ମଙ୍ଗଳବାର ଦର୍ଶନ

ସାକ୍ଷୀଗୋପାଳ,୨୦।୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ବୀରଗୋନ୍ଦପୁର ଗ୍ରାମରେ ସୋମବାର ମା’ ଦକ୍ଷିଣକାଳୀଙ୍କ ପୂଜା ପାଇଁ ଉତ୍ସବମୁଖର ହୋଇଉଠିଛି। ବର୍ଷ ତମାମ ମା’ଙ୍କ ଦେବୀପୀଠରେ ପଟିଦିଅଁ ପୂଜା ପାଇଥିବା ବେଳେ କାଳୀପୂଜା ସମୟରେ ଦେବୀଙ୍କ ମୃଣ୍ମୟୀ ମୂର୍ତ୍ତି ମହାଭୈରବୀ ବେଶରେ ପୂଜା ପାଆନ୍ତି। ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା ପାଇ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ।

ଏହି ପରିପ୍ରେକ୍ଷୀରେ ରବିବାର ରାତିରେ ମୃଣ୍ମୟୀ ମୂର୍ତ୍ତି ନିର୍ମାଣ ଶେଷ ପର୍ଯ୍ୟାୟରେ ଦେବଦେବ ମହାଦେବ ଏବଂ ଦକ୍ଷିଣକାଳୀଙ୍କ ଶରୀର ସହିତ ମସ୍ତକ ଯୋଡ଼ାଯାଇଥିବା ବେଳେ ଏବେ ମୂର୍ତ୍ତି ରଙ୍ଗ କରାଯାଉଛି । ସୁନା ରୁପା ଅଳଙ୍କାର ସହ ଜରି ଜମ୍ବୁରା ଆକର୍ଷଣୀୟ ମେଢ଼ ଲାଗିବା ବପରେ ମା’ ଦକ୍ଷିଣକାଳୀଙ୍କ ଦର୍ଶନ ବେଶ ଆକର୍ଷଣ ହୋଇଥାଏ।

ପରମ୍ପରା କ୍ରମେ ସୋମବାର ନିଶାର୍ଦ୍ଧରେ ମୃଣ୍ମୟୀ ମୂର୍ତ୍ତି ପ୍ରତିଷ୍ଠା ଯଜ୍ଞ ଆରମ୍ଭ ହେବ। ଚକ୍ଷୁଦାନ, ପ୍ରାଣପ୍ରତିଷ୍ଠା, ଜୀବନ୍ୟାସ, ମହାଭୈରବୀ ବେଶ, ଜପ, ବାମାଙ୍ଗୀପୂଜା, ଉପଚାର, ଆଳତି, ନୈଦ୍ୟେ, ବଳୀ ଅନୁଷ୍ଠିତ ହେବ। ମା’ଙ୍କ ଅତିପ୍ରିୟ ମହାପ୍ରସାଦ ଲାଗି, ପୋଡ଼ାବଳି ଅର୍ପଣ କରାଯାଇ ସତନ୍ତ୍ର ତନ୍ତ୍ରପୂଜା ପରେ ଶାନ୍ତିପଣା ଭୋଗଲାଗି କରାଯିବ ବୋଲି ନୀତି ନିର୍ଘଣ୍ଟ ହୋଇଛି।

ମଙ୍ଗଳବାର ପୂର୍ବାହ୍ନରେ ଦର୍ଶନ ଓ ପୂଜାର୍ଚ୍ଚନା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ହେବାର ଅନୁମାନ କରାଯାଉଛି। ଶୃଙ୍ଖଳିତ ଦର୍ଶନ ନିମନ୍ତେ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ପକ୍ଷରୁ କଣ୍ଟ୍ରୋଲ ରୁମ ଖୋଲାଯିବ ସହିତ ମାଜିଷ୍ଟ୍ରେଟଙ୍କ ସହିତ ଅତିରିକ୍ତ ଏସ୍‌ପି , ୩ ଜଣ ଡିଏସ୍‌ପି, ୬ ଜଣ ଇନ୍ସପେକ୍ଟର, ୩ ପ୍ଲାଟୁନ ପୋଲିସ ଫୋର୍ସ, ୪୫ଜଣ କନେଷ୍ଟବଳ ଓ ୮୬ଜଣ ଗୃହରକ୍ଷୀ ମୁତୟନ ରହିବେ।

ଭକ୍ତଙ୍କ ଦର୍ଶନ ସହିତ ପାର୍କିଂ, ଅଗ୍ନି ନିରାପତ୍ତା, ଆଶୁଚିକିତ୍ସା, ପାନୀୟ ଜଳ, ପରିମଳ, ବିଦ୍ୟୁତ୍‌ ସେବା ଦିଗରେ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଗ୍ରାମ କୋଠ କମିଟି ପକ୍ଷରୁ ମନ୍ଦିରରେ ଫୁଲ ସଜ୍ଜା ଓ ଆଲୋକ ସଜ୍ଜା କରାଯାଇଛି। ଦକ୍ଷିଣକାଳୀଙ୍କ ଅନ୍ୟ ଦୁଇ ଭଉଣୀ ସମଯାଜପୁର ଗ୍ରାମରେ ଉଗ୍ରତାରା ଓ ବୀରପ୍ରତାପପୁର ଗ୍ରାମରେ କାମରୁପାଙ୍କ ପୂଜାବିଧି ଆରମ୍ଭ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri