ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ଦିଗପହଣ୍ଡି ଚଳଚଞ୍ଚଳ

ଦିଗପହଣ୍ଡି,୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ନୀଳାଦ୍ରି ବିହାର ୨ୟ ଲେନ୍‌ରେ ପ୍ରତିବର୍ଷ ଭଳି ଚଳିତବର୍ଷ ମା ’ ଗଜଲକ୍ଷ୍ମୀଙ୍କ ପୂଜା ନିମନ୍ତେ ଚଳଚଞ୍ଚଳ ହୋଇଉଠିଛି। ଏହି ପରିପ୍ରେକ୍ଷୀରେ ରବିବାର ଜଳଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପଣ୍ଡିତ ସମ୍ଭବ କୁମାର ତ୍ରିପାଠୀ, କାହ୍ନା ତ୍ରିପାଠୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଜଳଯାତ୍ରାରେ ପୂଜା କମିଟି ସଭାପତି ତଥା କର୍ତ୍ତା ଦାମୋଦର ପାଢ଼ୀ, ପରିଚାଳନା କମିଟି ସମ୍ପାଦକ କୈଳାସ ଦାସ,କୋଷାଧ୍ୟକ୍ଷ ପ୍ରଭାକର ପାଣିଗ୍ରାହୀ, ବିଜୟ କୁମାର ପ୍ରଧାନ, ସୁଦାମ ଦାସ, ଲକ୍ଷ୍ମୀନାରାୟଣ ପାଢ଼ୀଙ୍କ ସମେତ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ଉପସ୍ଥିତ ଥିଲେ। ପୂଜା ମଣ୍ଡପକୁ ସାଜସଜ୍ଜା କରାଯାଇଛି। ପୂଜା ନିମନ୍ତେ ସମଗ୍ର ସାହିରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହେବା ସହ ରଙ୍ଗ ବେରଙ୍ଗ ଆଲୋକମାଳାରେ ଝଲସି ଉଠିଛି। ସୋମବାରଠାରୁ ଅନୁଷ୍ଠିତ ଏହି ପୂଜା ଉତ୍ସବ ନିମନ୍ତେ ଅନୁଷ୍ଠିତ ହୋମଯଜ୍ଞ ମଙ୍ଗଳବାର ମଧ୍ୟାହ୍ନରେ ପୂର୍ଣ୍ଣାହୁତି ହେବା ସହ ସନ୍ଧ୍ୟାରେ ଉଦ୍‌ଯାପିତ ହେବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri