ଘରେ ରଖିଥିଲେ ୧୧ ଲକ୍ଷ ଟଙ୍କାର ଗଞ୍ଜେଇ, ଜବତ କଲା ପୋଲିସ

କୋରାପୁଟ,୧ା୭(ଅମିତାଭ ବେହେରା): ଘରେ ଗଚ୍ଛିତ ରଖିଥିବା ଗଞ୍ଜେଇକୁ ପୋଲିସ ଜବତ କରିଛି। ମାଛକୁଣ୍ଡ ପୋଲିସ ସୂଚନା ଅନୁସାରେ ମାଛକୁଣ୍ଡ ଥାନା ଅନ୍ତର୍ଗତ ମାହାଡ଼ା ଗ୍ରାମର ସମରା ବଡ଼ନାୟକଙ୍କ ଘରେ ବାହାର ରାଜ୍ୟକୁ ଚୋରା ଚାଲାଣ ହେବା ପାଇଁ ଗଚ୍ଛିତ ହୋଇ ରହିଥିବା ଗଞ୍ଜେଇ ଥିବା ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଘରର ତାଲା ଭଙ୍ଗା ଯାଇଥିଲା। ଘର ଭିତରୁ ୫ଟି ଗଞ୍ଜେଇ ବସ୍ତା ବାହାରିଥିଲା। ପୋଲିସକୁ ଦେଖି ଘଟଣାସ୍ଥଳରୁ ସମରା ବଡ଼ନାୟକ ଫେରାର ହୋଇଯାଇଥିଲେ। ୫ଟି ବସ୍ତାରୁ ୧୧୩ କେଜି ଗଞ୍ଜେଇ ଜବତ ହୋଇଥିବା ବେଳେ ଏହାର ଆନୁମାନିକ ମୂଲ୍ୟ ୧୧ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି l ଗଞ୍ଜେଇ ଜବତ ହେବା ପରେ ଘର ମାଲିକ ସମରା ବଡ଼ନାୟକଙ୍କ ନାମରେ ଏନ୍‌ଡିପିଏସ୍‌ରେ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଛି ବୋଲି ନନ୍ଦପୁର ପୋଲିସ ଏସ୍‌ଡିପି ଓ ସଞ୍ଜୟ ମହାପାତ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?