Posted inଜାତୀୟ

ମୋଦିଙ୍କ ବିଷୟରେ କ’ଣ ଏମିତି କହିଲେ ନୀତୀଶ, ସମସ୍ତେ ହସି ହସି ଗଡିଲେ…

ନୂଆଦିଲ୍ଲୀ,୭।୬: ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସଭାପତି ରାଷ୍ଟ୍ରପତି ନୀତୀଶ କୁମାର ଶୁକ୍ରବାର ଭାରତୀୟ ଜନତା ପାର୍ଟି(ଭାଜପା) ନେତୃତ୍ୱାଧୀନ ନ୍ୟାଶନାଲ ଡେମୋକ୍ରାଟିକ୍‌ ଆଲାଏନ୍ସ(ଏନଡିଏ) ନେତା ଭାବରେ ନରେନ୍ଦ୍ର ମୋଦିଙ୍କୁ ଗ୍ରୀନ୍‌ ସିଗନାଲ୍‌ ଦେଇଛନ୍ତି। କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏନଡିଏ ବୈଠକରେ ନରେନ୍ଦ୍ର ମୋଦିଙ୍କ ନାମ ପ୍ରସ୍ତାବ ଦେବା ପରେ ନୀତୀଶ କହିଛନ୍ତି, ଯଦି ସେ (ନରେନ୍ଦ୍ର ମୋଦି) ଆଜି ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେଇଥାନ୍ତେ ତେବେ ଭଲ ହୋଇଥାନ୍ତା। ଆମେ ତ ସବୁଦିନ ତାଙ୍କ ସହ ଅଛୁ। ଜେଡି (ୟୁ) ମୁଖ୍ୟଙ୍କଠାରୁ ଏହା ଶୁଣି ସଂସଦ ଭବନରେ ଥିବା ଭାଜପା ନେତାମାନେ ହସିବାକୁ ଲାଗିଲେ।
ନୀତୀଶ କୁମାର କହିଛନ୍ତି,ତାଙ୍କ ଦଳ ଭାରତର ପ୍ରଧାନମନ୍ତ୍ରୀ ପଦ ପାଇଁ ଭାଜପାର ନରେନ୍ଦ୍ର ମୋଦିଙ୍କୁ ସମର୍ଥନ କରୁଛି। ଏହା ଅତ୍ୟନ୍ତ ଖୁସିର ବିଷୟ ଯେ ସେ ୧୦ ବର୍ଷ ଧରି ପ୍ରଧାନମନ୍ତ୍ରୀ ରହିଛନ୍ତି ଏବଂ ପୁନର୍ବାର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି।
ନିକଟରେ ଚର୍ଚ୍ଚା ହେଉଥିଲା ନୀତୀଶ ଇଣ୍ଡିଆ ମେଣ୍ଟକୁ ସମର୍ଥନ ଦେବେ। କିନ୍ତୁ ଜେଡି (ୟୁ) ମୁଖ୍ୟ ଏହି କଳ୍ପନାଜଳ୍ପନାକୁ ସମ୍ପୂର୍ଣ୍ଣ ବିରାମ କରିଛନ୍ତି। ୨୦୨୪ ଲୋକ ସଭା ନିର୍ବାଚନରେ ୪୦୦ଟି ସିଟ ଲକ୍ଷ୍ୟ ରଖିଥିବା ଭାଜପା ନିଜେ ସଂଖ୍ୟାଗରିଷ୍ଠତା ହାସଲ କରିପାରି ନାହିଁ। ଏଥିରେ କେବଳ ୨୪୦ଟି ସିଟ ଥିବାବେଳେ ଏନଡିଏ ୨୯୩ଟି ସିଟ ପାଇଛି। ଏହି ସିଟ ଗୁଡିକରେ ନୀତୀଶ କୁମାରଙ୍କ ଜେଡି (ୟୁ)ର ୧୨ଟି ସିଟ ଏବଂ ଚନ୍ଦ୍ରାବାବୁ ନାଇଡୁଙ୍କ ଟିଡିପିର ୧୬ଟି ସିଟ ରହିଛି। ଏହି କାରଣରୁ ଉଭୟ ଦଳ ଏଥର କିଙ୍ଗମେକରଙ୍କ ଭୂମିକା ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?