Posted inଖେଳ

ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ିବେ ରୋହିତ! ଅକରମ୍‌ କହିଲେ-କେଉଁ ଟିମ୍‌କୁ ଯିବେ ହିଟ୍‌ମ୍ୟାନ୍‌

ନୂଆଦିଲ୍ଲୀ,୯।୫: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ଟିମ୍‌ ପ୍ଲେ ଅଫ୍‌ ଦୌଡ଼ରୁ ବାଦ୍‌ ପଡ଼ିଛି। ୧୨ ମ୍ୟାଚ୍‌ରେ ୪ ବିଜୟ ସହ ଏମ୍‌ଆଇ ୮ ଅଙ୍କ ପାଇ ପଏଣ୍ଟ ଟେବୁଲର ୯ମ ସ୍ଥାନରେ ରହିଛି। ବାକି ଥିବା ମ୍ୟାଚ୍‌ ଦଳ ଜିତିଲେ ବି ପ୍ଲେ ଅଫ୍‌ ଖେଳିପାରିବ ନାହିଁ। ପାଣ୍ଡ୍ୟାଙ୍କ ପାଇଁ ଏହି ସିଜନ୍‌ ନିରାଶାଜନକ ଥିଲା। ପ୍ରଥମେ ସେ ପ୍ରଶଂସକଙ୍କ ବିରୋଧର ସାମ୍ନା କରିଥିବା ବେଳେ ପରେ ଟିମ୍‌ରେ ଅନ୍ତଃକନ୍ଦଳର ଖବର ଆସିଥିଲା। ଏମିତିରେ ସବୁଠୁ ବଡ଼ ପ୍ରଶ୍ନ କ’ଣ ପୁଣିଥରେ ରୋହିତଙ୍କୁ ଅଧିନାୟକ କରାଯିବ ନା ରୋହିତ ଅନ୍ୟ ଦଳକୁ ଯିବେ? ଏହି ପ୍ରଶ୍ନର ଜବାବ ପାକିସ୍ତାନର ପୂର୍ବତନ ଅଧିନାୟକ ଏବଂ ସ୍ବିଂଗର ସୁଲତାନ ଓ୍ବାସିମ୍‌ ଅକ୍‌ରମ ଦେଇଛନ୍ତି।

ସ୍ପୋଟ୍ସକିଡା ସହ କଥାବାର୍ତ୍ତାରେ ଅକରମ୍‌ କହିଛନ୍ତି, ଯେତେଦୂର ଲାଗୁଛି ରୋହିତ ଆସନ୍ତା ବର୍ଷ ମୁମ୍ବାଇରେ ରହିବେ ନାହିଁ। ବହୁତ ଭଲ ଲାଗିବ ଯଦି ସେ କେକେଆର୍‌ ଯିବେ। ଥରେ ଭାବନ୍ତୁ ରୋହିତ ଓପନିଂ କରିବେ, ଗୌତମ ଗମ୍ଭୀର ମେଣ୍ଟର ହେବେ ଏବଂ ଶ୍ରେୟସ ଆୟର ଅଧିନାୟକ ହେବେ। ଏମିତିରେ ରୋହିତଙ୍କୁ ଖେଳୁଥିବା ଦେଖିବାକୁ ଭଲ ଲାଗିବ।

ରୋହିତଙ୍କ ବିଷୟରେ କହିଲେ, ୨୦୧୩ରୁ ୨୦୧୩ ଯାଏ ମୁମ୍ବାଇ ଅଧିନାୟକ ଥିଲେ। ଏହି ସମୟରେ ଦଳ ୫ ଥର ଟୁର୍ନାମେଣ୍ଟ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri