Posted inଖେଳ

ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ିବେ ରୋହିତ! ଅକରମ୍‌ କହିଲେ-କେଉଁ ଟିମ୍‌କୁ ଯିବେ ହିଟ୍‌ମ୍ୟାନ୍‌

ନୂଆଦିଲ୍ଲୀ,୯।୫: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ଟିମ୍‌ ପ୍ଲେ ଅଫ୍‌ ଦୌଡ଼ରୁ ବାଦ୍‌ ପଡ଼ିଛି। ୧୨ ମ୍ୟାଚ୍‌ରେ ୪ ବିଜୟ ସହ ଏମ୍‌ଆଇ ୮ ଅଙ୍କ ପାଇ ପଏଣ୍ଟ ଟେବୁଲର ୯ମ ସ୍ଥାନରେ ରହିଛି। ବାକି ଥିବା ମ୍ୟାଚ୍‌ ଦଳ ଜିତିଲେ ବି ପ୍ଲେ ଅଫ୍‌ ଖେଳିପାରିବ ନାହିଁ। ପାଣ୍ଡ୍ୟାଙ୍କ ପାଇଁ ଏହି ସିଜନ୍‌ ନିରାଶାଜନକ ଥିଲା। ପ୍ରଥମେ ସେ ପ୍ରଶଂସକଙ୍କ ବିରୋଧର ସାମ୍ନା କରିଥିବା ବେଳେ ପରେ ଟିମ୍‌ରେ ଅନ୍ତଃକନ୍ଦଳର ଖବର ଆସିଥିଲା। ଏମିତିରେ ସବୁଠୁ ବଡ଼ ପ୍ରଶ୍ନ କ’ଣ ପୁଣିଥରେ ରୋହିତଙ୍କୁ ଅଧିନାୟକ କରାଯିବ ନା ରୋହିତ ଅନ୍ୟ ଦଳକୁ ଯିବେ? ଏହି ପ୍ରଶ୍ନର ଜବାବ ପାକିସ୍ତାନର ପୂର୍ବତନ ଅଧିନାୟକ ଏବଂ ସ୍ବିଂଗର ସୁଲତାନ ଓ୍ବାସିମ୍‌ ଅକ୍‌ରମ ଦେଇଛନ୍ତି।

ସ୍ପୋଟ୍ସକିଡା ସହ କଥାବାର୍ତ୍ତାରେ ଅକରମ୍‌ କହିଛନ୍ତି, ଯେତେଦୂର ଲାଗୁଛି ରୋହିତ ଆସନ୍ତା ବର୍ଷ ମୁମ୍ବାଇରେ ରହିବେ ନାହିଁ। ବହୁତ ଭଲ ଲାଗିବ ଯଦି ସେ କେକେଆର୍‌ ଯିବେ। ଥରେ ଭାବନ୍ତୁ ରୋହିତ ଓପନିଂ କରିବେ, ଗୌତମ ଗମ୍ଭୀର ମେଣ୍ଟର ହେବେ ଏବଂ ଶ୍ରେୟସ ଆୟର ଅଧିନାୟକ ହେବେ। ଏମିତିରେ ରୋହିତଙ୍କୁ ଖେଳୁଥିବା ଦେଖିବାକୁ ଭଲ ଲାଗିବ।

ରୋହିତଙ୍କ ବିଷୟରେ କହିଲେ, ୨୦୧୩ରୁ ୨୦୧୩ ଯାଏ ମୁମ୍ବାଇ ଅଧିନାୟକ ଥିଲେ। ଏହି ସମୟରେ ଦଳ ୫ ଥର ଟୁର୍ନାମେଣ୍ଟ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri