Posted inଖେଳ

ମହିଳା ପ୍ରିମିୟର ଲିଗ୍‌: ମୁମ୍ବାଇ ଇଣ୍ଡିଆନ୍ସ ଏଲିମିନେଟ, ଫାଇନାଲରେ ଆରସିବି-ଦିଲ୍ଲୀ

ନୂଆଦିଲ୍ଲୀ, ୧୫।୩: ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ମୁମ୍ବାଇ ଇଣ୍ଡିଆନ୍ସକୁ ଏଲିମିନେଟ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)। ଶୁକ୍ରବାର ଅନୁଷ୍ଠିତ ଏଲିମିନେଟର ମ୍ୟାଚରେ ଆରସିବି ୫ ରନରେ ମୁମ୍ବାଇକୁ ପରାସ୍ତ କରିଛି। ଲୋ ସ୍କୋରିଂ ମ୍ୟାଚରେ ଆରସିବି ୨୦ ଓଭରରେ ୬ ଉଇକେଟ ହରାଇ ୧୩୫ ରନ କରିଥିଲା।

ଏଲିସ ପେରୀ ୫୦ ବଲ୍‌ରୁ ୮ ଚୌକା ଓ ୧ ଛକା ସହାୟତାରେ ସର୍ବାଧିକ ୬୬ ରନ କରିଥିଲେ। ମୁମ୍ବାଇ ପକ୍ଷରୁ ହିଲି ମାଥ୍ୟୁସ, ନାଟ ସ୍କିଭର-ବ୍ରଣ୍ଟ ଓ ସାଇକା ଇଶାକ ୨ଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ମୁମ୍ବାଇ ୨୦ ଓଭରରେ ୬ ଉଇକେଟ ହରାଇ ୧୩୦ ରନ କରିବାକୁ ସକ୍ଷମ ହୋଇଥିଲା। ଆରସିବି ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଫାଇନାଲ ୧୭ ତାରିଖରେ ଏଠାରେ ଅନୁଷ୍ଠିତ ହେବ।

୧୭ ଓଭର ବେଳକୁ ମୁମ୍ବାଇ ୩ ଉଇକେଟରେ ୧୧୬ ରନକରି ବିଜୟ ଦ୍ୱାରରେ ପହଞ୍ଚତ୍ଥିଲା। ମାତ୍ର ଶେଷ ୩ ଓଭରର ନାଟକୀୟ ଘଟଣାକ୍ରମରେ ଅଧିନାୟିକା ହରମନପ୍ରୀତ କୌର ଆଉଟ ହେବା ସହ ମ୍ୟାଚର ମୋଡ଼ ବୁଲି ଯାଇଥିଲା। ୧୮ ବଲ୍‌ରୁ ୨୦ ରନ କରିପାରି ନ ଥିଲା ମୁମ୍ବାଇ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri