Posted inଖେଳ

WPL 2026: ଶେଷ ବଲ୍‌ରେ ରୋମାଞ୍ଚକର ବିଜୟ, ୟୁପିକୁ ହରାଇ ଚଳିତ ସିଜନରେ ଦିଲ୍ଲୀର ପ୍ରଥମ ବିଜୟ

ମୁମ୍ବାଇ,୧୪।୧: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ରେ ଦେଖିବାକୁ ମିଳିଛି ଏକ ହାଇ-ଭୋଲଟେଜ୍ ମ୍ୟାଚ୍। ନବି ମୁମ୍ବାଇର ଡି.ୱାଇ ପାଟିଲ୍ ଷ୍ଟାଡିୟମଠାରେ ଖେଳାଯାଇଥିବା ଏହି ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୭ ୱିକେଟରେ ୟୁପି ୱାରିୟର୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ଚଳିତ ସିଜନରେ ନିଜର ପ୍ରଥମ ପଏଣ୍ଟ ହାସଲ କରିଥିବାବେଳେ ୟୁପି ଦଳ କ୍ରମାଗତ ତୃତୀୟ ପରାଜୟ ସହ ପଏଣ୍ଟ ଟେବୁଲର ନିମ୍ନରେ ରହିଛି।

ୟୁପି ୱାରିୟର୍ସ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୧୫୪ ରନ୍ ସଂଗ୍ରହ କରିଥିଲା। ୧୫୫ ରନର ଲକ୍ଷ୍ୟକୁ ପିଛା କରୁଥିବା ଦିଲ୍ଲୀ କ୍ୟାପିଟାଲ୍ସକୁ ଓପନର ଶେଫାଳି ବର୍ମା ଓ ଲିଜେଲ ଲି’ ଶାନଦାର ଆରମ୍ଭ ଦେଇଥିଲେ। ଦୁହେଁ ପ୍ରଥମ ୱିକେଟ ପାଇଁ ୯୪ ରନର ଭାଗିଦାରୀ କରି ଦଳ ପାଇଁ ବିଜୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଶେଫାଳି ୩୬ ରନ୍ କରି ଆଉଟ୍ ହୋଇଥିବାବେଳେ ଲିଜେଲ ଲି’ ୬୭ ରନର ଏକ ବିସ୍ଫୋରକ ପାଳି ଖେଳିଥିଲେ।

ମ୍ୟାଚ୍‌ଟି ଶେଷ ମୁହୂର୍ତ୍ତ ଯାଏଁ ବେଶ୍ ରୋମାଞ୍ଚକର ରହିଥିଲା। ଦିଲ୍ଲୀକୁ ଶେଷ ୨ ଓଭରରେ ୧୩ ରନ୍ ଆବଶ୍ୟକ ଥିବାବେଳେ ୧୯ତମ ଓଭରରେ ଦୀପ୍ତି ଶର୍ମା ମାତ୍ର ୭ ରନ୍ ଦେଇ ଜେମିମା ରୋଡ୍ରିଗ୍ସଙ୍କ ୱିକେଟ୍ ନେଇଥିଲେ। ଫଳରେ ଶେଷ ଓଭରରେ ଦିଲ୍ଲୀକୁ ଜିତିବା ପାଇଁ ୬ ରନ୍ ଦରକାର ଥିଲା।

ଶେଷ ଦୁଇଟି ବଲ୍‌ରେ ୨ ରନ୍ ଦରକାର ଥିବାବେଳେ ମାରିଜାନେ କାପ୍‌ଙ୍କ LBW ଆଉଟ ଅପିଲ୍ ହୋଇଥିଲା, କିନ୍ତୁ ୟୁପି ଏଠାରେ ନିଜର ରିଭ୍ୟୁ ହରାଇଥିଲା। ଶେଷ ବଲ୍‌ରେ ଜିତିବା ପାଇଁ ୧ ରନ୍ ଆବଶ୍ୟକ ଥିବାବେଳେ ଲରା ୱଲଭାର୍ଟ ଚୌକା ମାରି ଦିଲ୍ଲୀକୁ ଏକ ସ୍ମରଣୀୟ ବିଜୟ ଭେଟି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri