Posted inଖେଳ

ଡବ୍ଲ୍ୟୁପିଏଲ୍‌-୪ କାର୍ଯ୍ୟସୂଚୀ ଘୋଷିତ

ମୁମ୍ବାଇ,୨୯ା୧୧: ଆସନ୍ତା ବର୍ଷ ଜାନୁଆରୀ ୯ ତାରିଖରୁ ଆରମ୍ଭ ହେବାକୁ ଥିବା ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣ ଲାଗି ଶନିବାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।

ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି)କୁ ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ଭେଟିବ। ଟୁର୍ନାମେଣ୍ଟ ଇତିହାସରେ ପ୍ରଥମ ଥର ପାଇଁ ଫାଇନାଲ ମ୍ୟାଚ୍‌ ସପ୍ତାହନ୍ତରେ ହେବ ନାହିଁ। ଫାଇନାଲ ଫେବୃଆରୀ ୫ ତାରଖ ତଥା ଗୁରୁବାର ହେବ। ସମାନ ସପ୍ତାହରେ ପୁରୁଷ ଟି୨୦ ବିଶ୍ୱକପ୍‌ ଆରମ୍ଭ ହେଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି।

ଦୁଇଟି ଭେନ୍ୟୁରେ ହେବାକୁ ଥିବା ଡବ୍ଲ୍ୟୁବିଏଲ୍‌ରେ ୨୮ ଦିନ ମଧ୍ୟରେ ମୋଟ ୨୨ ମ୍ୟାଚ୍‌ ଖେଳାଯିବ। ଚଳିତ ମାସରେ ଭାରତୀୟ ମହିଳା ଦଳ ବିଶ୍ୱକପ୍‌ ଟ୍ରଫି ଉଠାଇଥିବା ଭେନ୍ୟୁ ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ପ୍ରଥମ ୧୧ ମ୍ୟାଚ୍‌ ଖେଳାଯିବ। ଏହାପରେ ଟୁର୍ନାମେଣ୍ଟର ଦ୍ୱିତୀୟାର୍ଦ୍ଧ ଭଦୋଦରାସ୍ଥିତ କୋଟାମ୍ବି ଷ୍ଟାଡିୟମରେ ଖେଳାଯିବ। ଏହି ଭେନ୍ୟୁ ଫାଇନାଲ ଓ ଏଲିମିଟେର ମ୍ୟାଚ୍‌ ମଧ୍ୟ ଖେଳାଯିବ।

ପ୍ରଥମ ଥର ପାଇଁ ଡବ୍ଲ୍ୟୁପିଏଲ୍‌ ଜାନୁଆରୀ-ଫେବୃଆରୀରେ ଅନୁଷ୍ଠିତ ହେବାକୁ ଯାଉଛି। ପୂର୍ବରୁ ଏହି ଲିଗ୍‌ ଆଇପିଏଲ୍‌ ଆରମ୍ଭ ହେବା ପୂର୍ବରୁ ଫେବୃଆରୀ-ମାର୍ଚ୍ଚରେ ହେଉଥିଲା। ଟୁର୍ନାମେଣ୍ଟର ଫର୍ମାଟରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ମୁମ୍ବାଇ ଇଣ୍ଡିଆନ୍ସ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ, ୟୁପି ଓ୍ବାରିଅର୍ଜ, ଗୁଜରାଟ ଜାଏଣ୍ଟ୍ସ ଓ ଦିଲ୍ଲୀ କ୍ୟାପିଟାଲ ଆଦି ଦଳ ପରସ୍ପର ମଧ୍ୟରେ ରାଉଣ୍ଡ ରବିନ ଭିତ୍ତରେ ଦୁଇଟି ଲେଖାଏ ମ୍ୟାଚ୍‌ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri