Posted inଖେଳ

ଡବ୍ଲ୍ୟୁପିଏଲ୍‌ ଏଲିମିନେଟର ମ୍ୟାଚ୍‌ : ପରସ୍ପରକୁ ଭେଟିବେ ଦିଲ୍ଲୀ-ଗୁଜରାଟ

ଭଦୋଦରା,୨ା୨- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ୍‌) ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ୟୁପି ଓ୍ବାରିଅର୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଜେମିମା ରୋଡ୍ରିଗ୍ସଙ୍କ ନେତୃତ୍ୱାଧୀନ ଦିଲ୍ଲୀ ଏଲିମିନେଟରରେ ସ୍ଥାନ ପକ୍କା କରିଛି। ଆସନ୍ତା ମଙ୍ଗଳବାର ଖେଳାଯାଇଥିବା ଏଲିମିନେଟର ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ଓ ଗୁଜରାଟ ଜାଏଣ୍ଟ୍ସ ପରସ୍ପରକୁ ଭେଟିବେ। ଅନ୍ୟପକ୍ଷରେ ୩ ଥରର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଏଥର ନକ୍‌ଆଉଟ୍‌ରୁ ବାଦ୍‌ ପଡ଼ିଛି।

ପାଇ ପ୍ରଥମେ ବ୍ୟାଟିଂ କରିଥିବା ୟୁପି ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୨୨ ରନ କରିଥିଲା। ଦଳ ପାଇଁ ଦୀପ୍ତି ଶର୍ମା ୨୪, ଶିକ୍ଷା ପାଣ୍ଡେ ୨୩ ଓ ସିମରନ ଶେଖ ୨୨ ରନ କରିଥିଲେ। ଦିଲ୍ଲୀ ପକ୍ଷରୁ ମାରିଜେନ କାପ ୩ ଉଇକେଟ ନେଇଥିବା ବେଳେ ଚିନେଲ ହେନରୀ ଓ ଶ୍ରୀ ଚରନୀ ଦୁଇ ଲେଖାଏ ଉଇକେଟ ହାତେଇଥିଲେ। ଜବାବରେ ଦିଲ୍ଲୀ ୧୮.୪ ଓଭରରେ ୫ ଉଇକେଟ ହରାଇ ବିଜୟଲକ୍ଷ୍ୟ ହାସଲ କରି ନେଇଥିଲା। ଦଳ ପକ୍ଷରୁ ଲୌରା ଓ୍ବାଲଭାର୍ଡଟ ୪୭ (୭ ଚୌକା), ଅଧିନାୟିକା ଜେମିମା ଅପରାଜିତ ୩୪ (୫ ଚୌକା) ଓ ଶେଫାଳି ବର୍ମା ୨୯ (୨ ଚୌକା) ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri